ଦାନିଏଲ 5 : 1 (ORV)
ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା ।
ଦାନିଏଲ 5 : 2 (ORV)
ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପନିୀଗଣ ଓ ଉପପନିୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ଵାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା ।
ଦାନିଏଲ 5 : 3 (ORV)
ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ଵରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପନିୀଗଣ ଓ ଉପପନିୀ-ଗଣ ସେସବୁରେ ପାନ କଲେ ।
ଦାନିଏଲ 5 : 4 (ORV)
ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥରନିର୍ମିତ ଦେବଗଣର ପ୍ରଶଂସା କଲେ ।
ଦାନିଏଲ 5 : 5 (ORV)
ସେହି ଦଣ୍ତରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା ।
ଦାନିଏଲ 5 : 6 (ORV)
ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା ।
ଦାନିଏଲ 5 : 7 (ORV)
ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ଵର କରି ଡାକିଲା । ରାଜା ବାବିଲୀୟ ବିଦ୍ଵାନ୍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ଵିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ ।
ଦାନିଏଲ 5 : 8 (ORV)
ତହିଁରେ ରାଜାର ସମସ୍ତ ବିଦ୍ଵାନ୍ ଲୋକ ଭିତରକୁ ଆସିଲେ; ମାତ୍ର ସେମାନେ ଲେଖା ପଢ଼ି ପାରିଲେ ନାହିଁ, କିଅବା ରାଜାକୁ ତହିଁର ଅର୍ଥ ଜଣାଇ ପାରିଲେ ନାହିଁ ।
ଦାନିଏଲ 5 : 9 (ORV)
ତେଣୁ ରାଜା ବେଲ୍ଶତ୍ସର ଅତିଶୟ ଉଦ୍ବିଗ୍ନ ହେଲା ଓ ତାହାର ମୁଖ ବିବର୍ଣ୍ଣ ହେଲା, ଆଉ ତାହାର ଅମାତ୍ୟଗଣ ବିସ୍ମୟାପନ୍ନ ହେଲେ ।
ଦାନିଏଲ 5 : 10 (ORV)
ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ ।
ଦାନିଏଲ 5 : 11 (ORV)
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;
ଦାନିଏଲ 5 : 12 (ORV)
କାରଣ ସେହି ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା, ଜ୍ଞାନ ଓ ବୁଦ୍ଧି, ସ୍ଵପ୍ନ ଅର୍ଥ କରିବାର ଓ ଗୂଢ଼ ବାକ୍ୟ ପ୍ରକାଶ କରିବାର ଓ ସନ୍ଦେହ ଭଞ୍ଜନ କରିବାର ଶକ୍ତି ଦେଖା ଯାଇଥିଲା, ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ । ଏବେ ଦାନିୟେଲଙ୍କୁ ଡକାଯାଉ, ସେ ଅର୍ଥ ପ୍ରକାଶ କରିବେ ।
ଦାନିଏଲ 5 : 13 (ORV)
ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା । ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ?
ଦାନିଏଲ 5 : 14 (ORV)
ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ ।
ଦାନିଏଲ 5 : 15 (ORV)
ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ଵାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ ।
ଦାନିଏଲ 5 : 16 (ORV)
ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଭଞ୍ଜନ କରି ପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ଵିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ ।
ଦାନିଏଲ 5 : 17 (ORV)
ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି ।
ଦାନିଏଲ 5 : 18 (ORV)
ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ଵର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
ଦାନିଏଲ 5 : 19 (ORV)
ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ ।
ଦାନିଏଲ 5 : 20 (ORV)
ମାତ୍ର ତାଙ୍କର ଅନ୍ତଃକରଣ ଗର୍ବିତ ହୁଅନ୍ତେ ଓ ତାଙ୍କର ଆତ୍ମା କଠିନ ହୋଇ ସେ ଅହଙ୍କାରପୂର୍ବକ ବ୍ୟବହାର କରନ୍ତେ, ସେ ଆପଣା ରାଜସିଂହାସନରୁ ଚ୍ୟୁତ ହେଲେ ଓ ତାଙ୍କର ଗୌରବ ତାଙ୍କଠାରୁ ଅପହୃତ ହେଲା,
ଦାନିଏଲ 5 : 21 (ORV)
ପୁଣି, ସେ ମନୁଷ୍ୟସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ଵର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ଵ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି ।
ଦାନିଏଲ 5 : 22 (ORV)
ଆଉ ହେ ବେଲ୍ଶତ୍ସର, ତାଙ୍କର ପୁତ୍ର ଯେ ଆପଣ, ଆପଣ ଏସବୁ ଜାଣିଲେ ହେଁ ଆପଣା ଅନ୍ତଃକରଣ ନମ୍ର କରି ନାହାନ୍ତି;
ଦାନିଏଲ 5 : 23 (ORV)
ମାତ୍ର ସ୍ଵର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପନିୀଗଣ ଓ ଆପଣଙ୍କ ଉପପନିୀଗଣ ସେସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ଵାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ଵରଙ୍କର ଗୌରବ କରି ନାହାନ୍ତି ।
ଦାନିଏଲ 5 : 24 (ORV)
ଏ ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା ।
ଦାନିଏଲ 5 : 25 (ORV)
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ ।
ଦାନିଏଲ 5 : 26 (ORV)
ଏହାର ଅର୍ଥ ଏହି: ମିନେ; ପରମେଶ୍ଵର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି ।
ଦାନିଏଲ 5 : 27 (ORV)
ତକେଲ; ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି ।
ଦାନିଏଲ 5 : 28 (ORV)
ପୀରସ୍; ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି ।
ଦାନିଏଲ 5 : 29 (ORV)
ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ ।
ଦାନିଏଲ 5 : 30 (ORV)
ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସର ବଧ କରାଗଲା ।
ଦାନିଏଲ 5 : 31 (ORV)
ପୁଣି, ମାଦୀୟ ଦାରୀୟାବସ ରାଜ୍ୟ ପ୍ରାପ୍ତ ହେଲା, ସେସମୟରେ ତାହାର ପ୍ରାୟ ବାଷଠି ବର୍ଷ ବୟସ ହୋଇଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31

BG:

Opacity:

Color:


Size:


Font: