ଦିତୀୟ ବିବରଣ 18 : 1 (ORV)
ଯାଜକମାନେ, ଲେବୀୟମାନେ ଓ ଲେବୀର ସମସ୍ତ ବଂଶ ଇସ୍ରାଏଲ ସଙ୍ଗରେ କୌଣସି ଅଂଶ କି ଅଧିକାର ପାଇବେ ନାହିଁ; ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଓ ତାହାଙ୍କର ଅଧିକୃତ ଦ୍ରବ୍ୟ ଭୋଗ କରିବେ ।
ଦିତୀୟ ବିବରଣ 18 : 2 (ORV)
ପୁଣି ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ, ସଦାପ୍ରଭୁ ସେମାନଙ୍କ ପ୍ରତି ଉକ୍ତ ଆପଣା ବାକ୍ୟାନୁସାରେ ସେମାନଙ୍କର ଅଧିକାର ।
ଦିତୀୟ ବିବରଣ 18 : 3 (ORV)
ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ ।
ଦିତୀୟ ବିବରଣ 18 : 4 (ORV)
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରୀମାଂଶ ତାହାକୁ ଦେବ ।
ଦିତୀୟ ବିବରଣ 18 : 5 (ORV)
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି ।
ଦିତୀୟ ବିବରଣ 18 : 6 (ORV)
ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ଵାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
ଦିତୀୟ ବିବରଣ 18 : 7 (ORV)
ତେବେ ସେ ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ସେବା କରିବ ।
ଦିତୀୟ ବିବରଣ 18 : 8 (ORV)
ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ ।
ଦିତୀୟ ବିବରଣ 18 : 9 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ ।
ଦିତୀୟ ବିବରଣ 18 : 10 (ORV)
ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
ଦିତୀୟ ବିବରଣ 18 : 11 (ORV)
କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ ।
ଦିତୀୟ ବିବରଣ 18 : 12 (ORV)
ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି ।
ଦିତୀୟ ବିବରଣ 18 : 13 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ ।
ଦିତୀୟ ବିବରଣ 18 : 14 (ORV)
କାରଣ ଏହି ଯେଉଁ ଦେଶୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଶୁଭାଶୁଭବାଦୀ ଓ ମନ୍ତ୍ରଜ୍ଞମାନଙ୍କ କଥା ଶୁଣନ୍ତି; ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ସେପରି କରିବାକୁ ଦେଇ ନାହାନ୍ତି ।
ଦିତୀୟ ବିବରଣ 18 : 15 (ORV)
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ନିମନ୍ତେ ତୁମ୍ଭ ଭିତରୁ ତୁମ୍ଭ ଭାଇମାନଙ୍କ ମଧ୍ୟରୁ ଆମ୍ଭର ସଦୃଶ ଏକ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବେ; ତୁମ୍ଭେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କରିବ ।
ଦିତୀୟ ବିବରଣ 18 : 16 (ORV)
କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ ।
ଦିତୀୟ ବିବରଣ 18 : 17 (ORV)
ତହିଁରେ ସଦାପ୍ରଭୁ ମୋତେ କହିଲେ, ସେମାନେ ଯାହା କହିଅଛନ୍ତି, ତାହା ଭଲ କହିଅଛନ୍ତି ।
ଦିତୀୟ ବିବରଣ 18 : 18 (ORV)
ଆମ୍ଭେ ସେମାନଙ୍କ ନିମନ୍ତେ ସେମାନଙ୍କ ଭ୍ରାତୃଗଣ ମଧ୍ୟରୁ ତୁମ୍ଭ ସଦୃଶ ଜଣେ ଭବିଷ୍ୟଦ୍ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମୁଖରେ ଆପଣା ବାକ୍ୟ ଦେବା ଓ ଆମ୍ଭେ ତାହାଙ୍କୁ ଯେ ଯେ ଆଜ୍ଞା ଦେବା, ତାହା ସେ ସେମାନଙ୍କୁ କହିବେ ।
ଦିତୀୟ ବିବରଣ 18 : 19 (ORV)
ପୁଣି ଆମ୍ଭ ନାମରେ ସେ ଆମ୍ଭର ଯେ ଯେ ବାକ୍ୟ କହିବେ, ତାହା ଯିଏ ଶୁଣିବ ନାହିଁ, ତାହାଠାରୁ ଆମ୍ଭେ ତହିଁର ପରିଶୋଧ ନେବା ।
ଦିତୀୟ ବିବରଣ 18 : 20 (ORV)
ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ ।
ଦିତୀୟ ବିବରଣ 18 : 21 (ORV)
ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?
ଦିତୀୟ ବିବରଣ 18 : 22 (ORV)
କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: