ଉପଦେଶକ 11 : 1 (ORV)
ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ ।
ଉପଦେଶକ 11 : 2 (ORV)
ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ ।
ଉପଦେଶକ 11 : 3 (ORV)
ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ ।
ଉପଦେଶକ 11 : 4 (ORV)
ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ ।
ଉପଦେଶକ 11 : 5 (ORV)
ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିରୂପେ ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ଵରଙ୍କ କର୍ମ ହିଁ ଜାଣ ନାହିଁ ।
ଉପଦେଶକ 11 : 6 (ORV)
ତୁମ୍ଭେ ପ୍ରଭାତରେ ବୀଜ ବୁଣ ଓ ସନ୍ଧ୍ୟା ବେଳେ ଆପଣା ହସ୍ତ ବନ୍ଦ କର ନାହିଁ; କାରଣ ଏହା ଅବା ତାହା ସିଦ୍ଧ ହେବ, ଅବା ଉଭୟ ସମାନ ଉତ୍ତମ ହେବ, ଏହା ତୁମ୍ଭେ ଜାଣ ନାହିଁ ।
ଉପଦେଶକ 11 : 7 (ORV)
ପ୍ରକୃତରେ ଆଲୁଅ ସୁଖଦାୟକ, ପୁଣି ଚକ୍ଷୁ ପକ୍ଷରେ ସୂର୍ଯ୍ୟ-ଦର୍ଶନ ତୁଷ୍ଟିକର ।
ଉପଦେଶକ 11 : 8 (ORV)
ହଁ, ଯେବେ ମନୁଷ୍ୟ ଅନେକ ବର୍ଷ ବଞ୍ଚେ, ତେବେ ସେସବୁରେ ସେ ଆନନ୍ଦ କରୁ; ମାତ୍ର ଅନ୍ଧକାରର ଦିନସବୁ ସେ ମନେ ରଖୁ, କାରଣ ସେହି ଦିନସବୁ ଅନେକ ହେବ । ଯାହା ଯାହା ଘଟେ, ସବୁ ଅସାର ।
ଉପଦେଶକ 11 : 9 (ORV)
ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ଵର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ ।
ଉପଦେଶକ 11 : 10 (ORV)
ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର ।

1 2 3 4 5 6 7 8 9 10

BG:

Opacity:

Color:


Size:


Font: