ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 1 (ORV)
ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ଵାସୀମାନଙ୍କ ନିକଟକୁ ଲେଖୁଅଛି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 2 (ORV)
ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 3 (ORV)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ଵାରା ସ୍ଵର୍ଗରେ ଆଶୀର୍ବାଦ କରିଅଛନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 4 (ORV)
ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 5 (ORV)
ପୁଣି, ସେ ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ଵଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 6 (ORV)
ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ଵାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 7 (ORV)
ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 8 (ORV)
ସେହି ଅନୁଗ୍ରହ, ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 9 (ORV)
ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ଵ ଜ୍ଞାତ କରାଇ ଅଛନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 10 (ORV)
ଯେପରି କାଳର ପୂର୍ଣ୍ଣତା ସମ୍ଵନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ଵର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 11 (ORV)
ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ଵରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ଵର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୂର୍ବରୁ ନିରୂପିତ ହେଲୁ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 12 (ORV)
ଯେପରି ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ଵରଙ୍କ ଗୌରବର ପ୍ରଶଂସାର କାରଣ ହେଉ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 13 (ORV)
ତାହାଙ୍କଠାରେ ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍, ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ଵାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ଵାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 14 (ORV)
ଈଶ୍ଵରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ଵର ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନା ସ୍ଵରୂପ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 15 (ORV)
ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ଵାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 16 (ORV)
ସେଥିର ସମ୍ଵାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷା; ହେଉ ନାହିଁ
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 17 (ORV)
ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ଵର, ଗୌରବମୟ ପିତା, ତାହାଙ୍କ ସମ୍ଵନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 18 (ORV)
ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ତାହାଙ୍କ ଆହ୍ଵାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 19 (ORV)
ପୁଣି ବିଶ୍ଵାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ଵ କଅଣ, ଏହିସବୁ ଜାଣି ପାର;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 20 (ORV)
ସେହି ଶକ୍ତି ସେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ଵ, ପୁଣି ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 21 (ORV)
ସେସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ଵର୍ଗରେ ଆପଣା ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରାଇଲେ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 22 (ORV)
ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକ ସ୍ଵରୂପେ ମଣ୍ତଳୀକୁ ଦାନ କଲେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 : 23 (ORV)
ସେହି ମଣ୍ତଳୀ ତାହାଙ୍କ ଶରୀର ସ୍ଵରୂପ, ଅର୍ଥାତ୍, ଯେ ସମସ୍ତ ବିଷୟକୁ ସର୍ବତୋ ଭାବରେ ପୂର୍ଣ୍ଣ କରନ୍ତି, ତାହାଙ୍କର ପୂର୍ଣ୍ଣତା, ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23