ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 1 (ORV)
ଏହି ସଂସାରର ଭାବ ଅନୁସାରେ, ପୁଣି ଆକାଶ-ମଣ୍ତଳ ରାଜ୍ୟର ଅଧିପତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 2 (ORV)
ଅର୍ଥାତ୍, ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 3 (ORV)
ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମାନସିକ କାମନା ପୂର୍ଣ୍ଣ କରୁଥିଲୁ, ପୁଣି ଅନ୍ୟମାନଙ୍କ ପରି ସୁଦ୍ଧା ସ୍ଵଭାବତଃ କ୍ରୋଧର ପାତ୍ର ଥିଲୁ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 4 (ORV)
ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ଵର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 5 (ORV)
ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ସଜୀବ କରିଅଛନ୍ତି- ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ-
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 6 (ORV)
ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ଵର୍ଗରେ ଉପବେଶନ କରାଇ ଅଛନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 7 (ORV)
ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 8 (ORV)
କାରଣ ଅନୁଗ୍ରହରେ ବିଶ୍ଵାସ ଦ୍ଵାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ଵରଙ୍କ ଦାନ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 9 (ORV)
କ୍ରିୟାକର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 10 (ORV)
କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେସମସ୍ତ ସତ୍କାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ଵର ପୂର୍ବରୁ ଆୟୋଜନ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 11 (ORV)
ଅତଏବ, ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ଵନ୍ଧରେ ବିଜାତି ଥିଲ ଓ ଶାରୀରିକଭାବେ ହସ୍ତକୃତ ସୁନ୍ନତି ଲୋକମାନଙ୍କ ଦ୍ଵାରା ଅସୁନ୍ନତି ବୋଲି ଖ୍ୟାତ ହେଉଥିଲ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 12 (ORV)
ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ, ଇସ୍ରାଏଲର ପ୍ରଜାସତ୍ତ୍ଵ ରହିତ, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ପୁଣି ଜଗତରେ ଭରସାହୀନ ଓ ଈଶ୍ଵରବିହୀନ ହୋଇଥିଲ, ଏହା ସ୍ମରଣ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 13 (ORV)
କିନ୍ତୁ ପୂର୍ବେ ଦୂରରେ ଥିଲ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ନିକଟସ୍ଥ ହୋଇଅଛ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 14 (ORV)
କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତା ସ୍ଵରୂପ ମଧ୍ୟବର୍ତ୍ତୀ ବିଚ୍ଛେଦପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 15 (ORV)
ପୁଣି ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ଵରୂପେ ସୃଷ୍ଟି କରନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 16 (ORV)
ଆଉ କ୍ରୁଶ ଦ୍ଵାରା ଶତ୍ରୁତା ବିନାଶ କରି ତଦ୍ଦ୍ଵାରା ଉଭୟକୁ ଏକ ଶରୀର ସ୍ଵରୂପ ଗଠନ କରି ଈଶ୍ଵରଙ୍କ ସହିତ ମିଳିତ କରାନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 17 (ORV)
ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ପୁଣି ନିକଟରେ ଥିଲେ ଯେ ସେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 18 (ORV)
କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ଵାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 19 (ORV)
ଅତଏବ, ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ଵରଙ୍କ ପରିବାରଭୁକ୍ତ ଅଟ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 20 (ORV)
ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ଵୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 21 (ORV)
ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ଵରୂପେ ବୃଦ୍ଧି ପାଉଅଛି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 22 (ORV)
ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ଵରଙ୍କ ଆତ୍ମିକ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22