ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 1 (ORV)
ଅତଏବ, ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ଵାନରେ ଆହୂତ ହୋଇଅଛ, ସେଥିର ଯୋଗ୍ୟଆଚରଣ କର,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 2 (ORV)
ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ସହ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 3 (ORV)
ଶାନ୍ତିରୂପ ବନ୍ଧନରେ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯନିବାନ ହୁଅ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 4 (ORV)
ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ଵାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 5 (ORV)
ଏକ ପ୍ରଭୁ, ଏକ ବିଶ୍ଵାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ଵର ଓ ପିତା;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 6 (ORV)
ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 7 (ORV)
କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦତ୍ତ ହୋଇଅଛି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 8 (ORV)
ଏଥିନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ଵରେ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟ-ମାନଙ୍କୁ ନାନା ବର ଦାନ ଦେଲେ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 9 (ORV)
(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 10 (ORV)
ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ମଧ୍ୟ ସମସ୍ତ ସ୍ଵର୍ଗର ଊର୍ଦ୍ଧ୍ଵକୁ ଆରୋହଣ କଲେ ।)
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 11 (ORV)
ସେ କାହାକାହାକୁ ପ୍ରେରିତ, କାହାକାହାକୁ ଭାବବାଦୀ, କାହାକାହାକୁ ସୁସମାଚାର ପ୍ରଚାରକ, ପୁଣି କାହାକାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 12 (ORV)
ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠା ପ୍ରାପ୍ତ ହୁଏ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 13 (ORV)
ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 14 (ORV)
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ଶଠତା ଓ ଭ୍ରାନ୍ତିଯୁକ୍ତ କଳ୍ପନା ଅନୁସାରେ ଧୂର୍ତ୍ତତା ଦ୍ଵାରା ବିଭିନ୍ନ ଶିକ୍ଷାରୂପ ବାୟୁରେ ଇତସ୍ତତଃ ଚାଳିତ ନ ହେଉ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 15 (ORV)
କିନ୍ତୁ ସତ୍ୟ ଅବଲମ୍ଵନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 16 (ORV)
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ଵାରା ପୁଣି ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 17 (ORV)
ଅତଏବ, ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ବିଜାତିମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 18 (ORV)
ସେମାନେ ଆପଣାମାନଙ୍କଠାରେ ଥିବା ଅଜ୍ଞାନତା ହେତୁ ଓ ନିଜ ନିଜ ହୃଦୟର ଜଡ଼ତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି ଈଶ୍ଵରଙ୍କ ଜୀବନରୁ ବିଚ୍ଛିନ୍ନ ହୋଇଅଛନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 19 (ORV)
ସେମାନେ ଜଡ଼ବତ୍ ହୋଇ ଧନ ଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 20 (ORV)
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେ ପ୍ରକାରେ ଶିକ୍ଷା କରି ନାହଁ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 21 (ORV)
ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି ଯୀଶୁଙ୍କ ସମ୍ଵନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 22 (ORV)
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ଵନ୍ଧରେ, ଯେଉଁ ପୁରାତନ ସ୍ଵଭାବ।। ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 23 (ORV)
ପୁଣି ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 24 (ORV)
ଯେଉଁ ନୂତନ ସ୍ଵଭାବ।। ଈଶ୍ଵରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟି ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 25 (ORV)
ଅତଏବ, ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 26 (ORV)
କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 27 (ORV)
ପୁଣି ଶୟତାନକୁ ସ୍ଥାନ ଦିଅ ନାହିଁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 28 (ORV)
ଚୋର ଆଉ ଚୋରି ନ କରୁ, ବରଞ୍ଚ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥିନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 29 (ORV)
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଞ୍ଚ ଆବଶ୍ୟକତାନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 30 (ORV)
ଆଉ ଈଶ୍ଵରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ମୁକ୍ତି-ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ, ତାହାଙ୍କୁ ଦୁଃଖ ଦିଅ ନାହିଁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 31 (ORV)
ସମସ୍ତ ପ୍ରକାର କଟୁଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 32 (ORV)
ଆଉ, ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ହୁଅ, ପୁଣି ଈଶ୍ଵର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32