ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 1 (ORV)
ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 2 (ORV)
କାରଣ ତାହା ଯଥାର୍ଥ । “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଦ୍ଵି.ବି. ୫:୧୬
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 3 (ORV)
“ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ ।”
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 4 (ORV)
ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 5 (ORV)
ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ⇧,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 6 (ORV)
ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 7 (ORV)
ସ୍ଵାଧୀନ କି ପରାଧୀନ, ଯେକେହି କୌଣସି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 8 (ORV)
ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ଵଚ୍ଛନ୍ଦରେ ସେବା କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 9 (ORV)
ଆଉ ହେ କର୍ତ୍ତାମାନେ, ସେହିପରିଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜ୍ଜନଗର୍ଜ୍ଜନ କରିବାରୁ ନିବୃତ୍ତ ହୁଅ, ସେମାନଙ୍କ ଓ ତୁମ୍ଭମାନଙ୍କ, ଉଭୟଙ୍କର ପ୍ରଭୁ ଯେ ସ୍ଵର୍ଗରେ ଅଛନ୍ତି, ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 10 (ORV)
ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 11 (ORV)
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 12 (ORV)
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 13 (ORV)
ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହି ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 14 (ORV)
ଅତଏବ, ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତାରୂପ ଉରସ୍ତ୍ରାଣ ପରିଧାନ କର,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 15 (ORV)
ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜତାରୂପ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 16 (ORV)
ସେଥି ସଙ୍ଗେ ସଙ୍ଗେ, ଯଦ୍ଦ୍ଵାରା ପାପାତ୍ମାର ଅଗ୍ନିବାଣସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ଵାସରୂପ ଢାଲ ଧର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 17 (ORV)
ପୁଣି, ପରିତ୍ରାଣରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ଼୍ଗ, ଅର୍ଥାତ୍ ଈଶ୍ଵରଙ୍କ ବାକ୍ୟ ଧାରଣ କର;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 18 (ORV)
ସର୍ବପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି ସମସ୍ତ ସାଧୁଙ୍କ ନିମନ୍ତେ ଏକା; ଉଦ୍ୟମ ଓ ନିବେଦନ କରିବାରେ ଜାଗି ରହି ପ୍ରାର୍ଥନା କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 19 (ORV)
ଆଉ, ମୋʼ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଶୃଙ୍ଖଳାବଦ୍ଧ ରାଜଦୂତ ସ୍ଵରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ଵ ସାହସପୂର୍ବକ ଜଣାଇବାକୁ ପ୍ରଚାର କରିବା ସମୟରେ ବାକ୍ୟ ଦିଆଯିବ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 20 (ORV)
ପୁଣି, ମୁଁ ଯେପରି ତତ୍ସମ୍ଵନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 21 (ORV)
ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ମଧ୍ୟ ଯେପରି ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ଵସ୍ତ ସେବକ ଯେ ତୁଖିକ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 22 (ORV)
ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ଵାରା ଆଶ୍ଵାସ ପ୍ରାପ୍ତ ହୁଏ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 23 (ORV)
ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ଵାସ ସହିତ ପ୍ରେମ ବର୍ତ୍ତୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 24 (ORV)
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେସମସ୍ତଙ୍କ ସହବର୍ତ୍ତୀ ହେଉ ।
❮
❯