ଯାତ୍ରା ପୁସ୍ତକ 12 : 1 (ORV)
ଅନନ୍ତର ମିସର ଦେଶରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
ଯାତ୍ରା ପୁସ୍ତକ 12 : 2 (ORV)
ଏହି ମାସ ତୁମ୍ଭମାନଙ୍କର ପ୍ରଧାନ ମାସ ଓ ବର୍ଷର ପ୍ରଥମ ମାସ ହେବ।
ଯାତ୍ରା ପୁସ୍ତକ 12 : 3 (ORV)
ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ତଳୀକି ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ ।
ଯାତ୍ରା ପୁସ୍ତକ 12 : 4 (ORV)
ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯେବେ କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ ।
ଯାତ୍ରା ପୁସ୍ତକ 12 : 5 (ORV)
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
ଯାତ୍ରା ପୁସ୍ତକ 12 : 6 (ORV)
ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଅନନ୍ତର ଇସ୍ରାଏଲ-ମଣ୍ତଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ ।
ଯାତ୍ରା ପୁସ୍ତକ 12 : 7 (ORV)
ପୁଣି ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ଵାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ ।
ଯାତ୍ରା ପୁସ୍ତକ 12 : 8 (ORV)
ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ ।
ଯାତ୍ରା ପୁସ୍ତକ 12 : 9 (ORV)
ତୁମ୍ଭେମାନେ ସେହି ମାଂସ ଅପକ୍ଵ କିମ୍ଵା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ତ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ ।
ଯାତ୍ରା ପୁସ୍ତକ 12 : 10 (ORV)
ପୁଣି ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ।
ଯାତ୍ରା ପୁସ୍ତକ 12 : 11 (ORV)
ଏହି ପ୍ରକାରେ ତୁମ୍ଭେମାନେ ତାହା ଭୋଜନ କରିବ, ଅର୍ଥାତ୍ କଟି ବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଚଞ୍ଚଳ ତାହା ଭୋଜନ କରିବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।
ଯାତ୍ରା ପୁସ୍ତକ 12 : 12 (ORV)
ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ତ ଦେବା; ଆମ୍ଭେ ସଦାପ୍ରଭୁ।
ଯାତ୍ରା ପୁସ୍ତକ 12 : 13 (ORV)
ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ଵରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ତ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ ।
ଯାତ୍ରା ପୁସ୍ତକ 12 : 14 (ORV)
ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ ।
ଯାତ୍ରା ପୁସ୍ତକ 12 : 15 (ORV)
ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ିମିଶ୍ରିତ ରୋଟୀ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ ।
ଯାତ୍ରା ପୁସ୍ତକ 12 : 16 (ORV)
ଆଉ ପ୍ରଥମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ପୁଣି ସପ୍ତମ ଦିନରେ ମଧ୍ୟ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ଆଉ ସେହି ଦୁଇ ଦିନରେ ପ୍ରତ୍ୟେକ ପ୍ରାଣୀର ଖାଦ୍ୟର ଆୟୋଜନ ବିନୁ ଆଉ କୌଣସି କର୍ମ କରାଯିବ ନାହିଁ, କେବଳ ସେହି କର୍ମ ତୁମ୍ଭେମାନେ କରି ପାରିବ ।
ଯାତ୍ରା ପୁସ୍ତକ 12 : 17 (ORV)
ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ ।
ଯାତ୍ରା ପୁସ୍ତକ 12 : 18 (ORV)
ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।
ଯାତ୍ରା ପୁସ୍ତକ 12 : 19 (ORV)
ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ଵଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ିମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ-ମଣ୍ତଳୀରୁ ଉଚ୍ଛିନ୍ନ ହେବ ।
ଯାତ୍ରା ପୁସ୍ତକ 12 : 20 (ORV)
ତୁମ୍ଭେମାନେ ତାଡ଼ିମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ,ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସସ୍ଥାନରେ ତାଡ଼ିଶୂନ୍ୟ ରୋଟୀ ଖାଇବ ।
ଯାତ୍ରା ପୁସ୍ତକ 12 : 21 (ORV)
ସେତେବେଳେ ମୋଶା ଇସ୍ରାଏଲର ସମସ୍ତ ପ୍ରାଚୀନ ଲୋକଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଆପଣା ଆପଣା ପରିଜନାନୁସାରେ ଏକ ଏକ ମେଷଶାବକ ବାହାର କରି ନେଇ ନିସ୍ତାର ପର୍ବୀୟ ବଳି ବଧ କର।
ଯାତ୍ରା ପୁସ୍ତକ 12 : 22 (ORV)
ପୁଣି ବିଡ଼ାଏ ଏସୋବ୍ ଘେନି ପାତ୍ରସ୍ଥିତ ରକ୍ତରେ ବୁଡ଼ାଇ ଦ୍ଵାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ; ପୁଣି ପ୍ରଭାତ- ଯାଏ ତୁମ୍ଭମାନଙ୍କର କେହି ଗୃହ ଦ୍ଵାରରେ ବାହାରକୁ ନ ଯାଉ ।
ଯାତ୍ରା ପୁସ୍ତକ 12 : 23 (ORV)
ଯେହେତୁ ସଦାପ୍ରଭୁ ମିସ୍ରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟ ଦେଇ ଯିବେ; ତହିଁରେ ଦ୍ଵାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ଵାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ ।
ଯାତ୍ରା ପୁସ୍ତକ 12 : 24 (ORV)
ପୁଣି ତୁମ୍ଭେମାନେ ଓ ଯୁଗାନୁକ୍ରମେ ତୁମ୍ଭମାନଙ୍କ ସନ୍ତାନମାନେ ବିଧିମତେ ଏହି ରୀତି ପାଳନ କରିବ ।
ଯାତ୍ରା ପୁସ୍ତକ 12 : 25 (ORV)
ଆଉ ସଦାପ୍ରଭୁ ଆପଣା ପ୍ରତିଜ୍ଞାନୁସାରେ; ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ସେଠାରେ ପ୍ରବେଶ କଲେ, ଏହି ସେବା ସାଧନ କରିବ ।
ଯାତ୍ରା ପୁସ୍ତକ 12 : 26 (ORV)
ପୁଣି ତୁମ୍ଭମାନଙ୍କ ଏହି ସେବାର ଅଭିପ୍ରାୟ କଅଣ?
ଯାତ୍ରା ପୁସ୍ତକ 12 : 27 (ORV)
ଏହା ତୁମ୍ଭମାନଙ୍କ ସନ୍ତାନମାନେ ପଚାରିଲେ, ତୁମ୍ଭେମାନେ କହିବ, ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବୀୟ ବଳିଦାନ; କାରଣ ମିସ୍ରୀୟମାନଙ୍କୁ ଆଘାତ କରିବା ବେଳେ ସେ ମିସରରେ ପ୍ରବାସୀ ଇସ୍ରାଏଲୀୟ ସନ୍ତାନଗଣର ଗୃହ ସବୁ ଛାଡ଼ି ଆଗକୁ ଯାଇ ଆମ୍ଭମାନଙ୍କ ଗୃହ ରକ୍ଷା କରିଥିଲେ । ସେତେବେଳେ ଲୋକମାନେ ମସ୍ତକ ନତ କରି ପ୍ରଣାମ କଲେ ।
ଯାତ୍ରା ପୁସ୍ତକ 12 : 28 (ORV)
ତହୁଁ ଇସ୍ରାଏଲୀୟ ସନ୍ତାନମାନେ ଯାଇ ସେପରି କଲେ; ଆଉ ସେମାନେ ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ ।
ଯାତ୍ରା ପୁସ୍ତକ 12 : 29 (ORV)
ଅନନ୍ତର ଅର୍ଦ୍ଧରାତ୍ର ସମୟରେ ସଦାପ୍ରଭୁ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତ ସନ୍ତାନଠାରୁ କାରାକୂପସ୍ଥ ବନ୍ଦୀର ପ୍ରଥମଜାତ ସନ୍ତାନ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ଓ ପଶୁମାନଙ୍କପ୍ରଥମଜାତ ଶାବକଗଣକୁ ଆଘାତ କଲେ ।
ଯାତ୍ରା ପୁସ୍ତକ 12 : 30 (ORV)
ତହିଁରେ ଫାରୋ ଓ ତାଙ୍କର ଦାସଗଣ ଓ ମିସ୍ରୀୟ ଲୋକ ସମସ୍ତେ ରାତ୍ରିରେ ଉଠିଲେ; ପୁଣି ମିସର ଦେଶରେ ମହା ରୋଦନ ହେଲା; କାରଣ ଯେଉଁ ଗୃହରେ କେହି ମରି ନାହିଁ, ଏପରି ଗୃହ ନ ଥିଲା ।
ଯାତ୍ରା ପୁସ୍ତକ 12 : 31 (ORV)
ତହୁଁ ରାତ୍ରି କାଳରେ ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଓ ଇସ୍ରାଏଲ ବଂଶ ଉଠି ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର ହୁଅ, ତୁମ୍ଭମାନଙ୍କ ବାକ୍ୟାନୁସାରେର ସଦାପ୍ରଭୁଙ୍କର ସେବା କରିବା ପାଇଁ ଯାତ୍ରା କର ।
ଯାତ୍ରା ପୁସ୍ତକ 12 : 32 (ORV)
ତୁମ୍ଭମାନଙ୍କ ବାକ୍ୟାନୁସାରେ ମେଷଗବାଦି ପଲ ସମସ୍ତଙ୍କୁ ନେଇ ଚାଲିଯାଅ ଓ ଆମ୍ଭକୁ ହିଁ ଆଶୀର୍ବାଦ କର।
ଯାତ୍ରା ପୁସ୍ତକ 12 : 33 (ORV)
ସେତେବେଳେ ମିସ୍ରୀୟମାନେ ଲୋକମାନଙ୍କୁ ଶୀଘ୍ର ଦେଶରୁ ପଠାଇ ଦେବା ନିମନ୍ତେ ବ୍ୟଗ୍ର ହେଲେ; କାରଣ ସେମାନେ କହିଲେ, ଆମ୍ଭେ ସମସ୍ତେ ମୃତକଳ୍ପ ।
ଯାତ୍ରା ପୁସ୍ତକ 12 : 34 (ORV)
ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ ।
ଯାତ୍ରା ପୁସ୍ତକ 12 : 35 (ORV)
ପୁଣି ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କର ବାକ୍ୟାନୁସାରେ ମିସ୍ରୀୟମାନଙ୍କୁ ରୌପ୍ୟ-ଅଳଙ୍କାର ଓ ସୁବର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗିଲେ ।
ଯାତ୍ରା ପୁସ୍ତକ 12 : 36 (ORV)
ତହିଁରେ ସଦାପ୍ରଭୁ ମିସ୍ରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବାରୁ ସେମାନେ ସେମାନଙ୍କୁ ଯାହା ମାଗିଲେ, ସେମାନେ ତାହା ଦେଲେ । ଏହି ପ୍ରକାରେ ସେମାନେ ମିସ୍ରୀୟମାନଙ୍କ ଧନ ହରଣ କଲେ ।
ଯାତ୍ରା ପୁସ୍ତକ 12 : 37 (ORV)
ଅନନ୍ତର ଇସ୍ରାଏଲ-ସନ୍ତାନମାନେ ବାଳକ ଛଡ଼ା ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ ।
ଯାତ୍ରା ପୁସ୍ତକ 12 : 38 (ORV)
ପୁଣି ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷଗବାଦି ଅନେକ ଅନେକ ପଶୁ ସେମାନଙ୍କ ସହିତ ପ୍ରସ୍ଥାନ କଲେ ।
ଯାତ୍ରା ପୁସ୍ତକ 12 : 39 (ORV)
ଅନନ୍ତର ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ପିଷ୍ଟକ ପ୍ରସ୍ତୁତ କଲେ; କାରଣ ତାହା ତାଡ଼ିମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ଵ କରି ନ ପାରିବାରୁ ଆପଣାମାନଙ୍କ ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ ।
ଯାତ୍ରା ପୁସ୍ତକ 12 : 40 (ORV)
ଇସ୍ରାଏଲ ବଂଶ ଚାରିଶହ ତିରିଶ ବର୍ଷ ପର୍ଯ୍ୟନ୍ତ ମିସର ଦେଶରେ ପ୍ରବାସ କରିଥିଲେ ।
ଯାତ୍ରା ପୁସ୍ତକ 12 : 41 (ORV)
ସେହି ଚାରିଶହ ତିରିଶ ବର୍ଷ ଶେଷରେ ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ ।
ଯାତ୍ରା ପୁସ୍ତକ 12 : 42 (ORV)
ମିସର ଦେଶରୁ ସେମାନେ ବାହାର ହେବା ହେତୁରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅତ୍ୟ; ପାଳନୀୟ ରାତ୍ରି; ତାହା ସଦାପ୍ରଭୁଙ୍କ ରାତ୍ରି ବୋଲି ଇସ୍ରାଏଲ-ସନ୍ତାନମାନଙ୍କର ପୁରୁଷାନୁକ୍ରମେ ବିଶେଷ ପାଳନୀୟ ଅଟଇ ।
ଯାତ୍ରା ପୁସ୍ତକ 12 : 43 (ORV)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ନିସ୍ତାରପର୍ବର ଏହି ବିଧି; କୌଣସି ବିଦେଶୀୟ ଲୋକ ତାହା ଭୋଜନ କରିବ ନାହିଁ ।
ଯାତ୍ରା ପୁସ୍ତକ 12 : 44 (ORV)
ମାତ୍ର ରୌପ୍ୟ ଦ୍ଵାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;
ଯାତ୍ରା ପୁସ୍ତକ 12 : 45 (ORV)
କୌଣସି ପ୍ରବାସୀ ବା ବର୍ତ୍ତନଜୀବୀ ଦାସ ତାହା ଖାଇ ପାରିବ ନାହିଁ।
ଯାତ୍ରା ପୁସ୍ତକ 12 : 46 (ORV)
ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ; ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇ ଯିବ ନାହିଁ; କିଅବା ତାହାର ଗୋଟିଏ ଅସ୍ଥି ହିଁ ଭାଙ୍ଗିବ ନାହିଁ ।
ଯାତ୍ରା ପୁସ୍ତକ 12 : 47 (ORV)
ଇସ୍ରାଏଲର ସମଗ୍ର ମଣ୍ତଳୀ ତାହା ପାଳନ କରିବେ।
ଯାତ୍ରା ପୁସ୍ତକ 12 : 48 (ORV)
ପୁଣି ତୁମ୍ଭ ସଙ୍ଗରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯେବେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ପାଳନ କରିବାକୁ ଚାହେଁ, ତେବେ ତାହାର ପରିବାରର ସମସ୍ତ ପୁରୁଷ ସୁନ୍ନତ ହେଉନ୍ତୁ, ତହିଁ ଉତ୍ତାରୁ ସେ ନିକଟକୁ ଆସି ପର୍ବ ପାଳନ କରୁ; ତହିଁରେ ସେ ଦେଶଜାତ ଲୋକ ତୁଲ୍ୟ ହେବ; ମାତ୍ର କୌଣସି ଅସୁନ୍ନତ ଲୋକ ତାହା ଭୋଜନ କରିବ ନାହିଁ ।
ଯାତ୍ରା ପୁସ୍ତକ 12 : 49 (ORV)
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।
ଯାତ୍ରା ପୁସ୍ତକ 12 : 50 (ORV)
ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ ।
ଯାତ୍ରା ପୁସ୍ତକ 12 : 51 (ORV)
ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟ-ଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51

BG:

Opacity:

Color:


Size:


Font: