ଯାତ୍ରା ପୁସ୍ତକ 13 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଯାତ୍ରା ପୁସ୍ତକ 13 : 2 (ORV)
ଇସ୍ରାଏଲ-ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେ କେହି ପ୍ରଥମେ ଜାତ ହୁଏ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରତିଷ୍ଠା କର; ତାହା ଆମ୍ଭର।
ଯାତ୍ରା ପୁସ୍ତକ 13 : 3 (ORV)
ଅନନ୍ତର ମୋଶା ଲୋକମାନଙ୍କୁ କହିଲେ, ଏହି ଦିନ ସ୍ମରଣରେ ରଖ, ଯେହେତୁ ଏହି ଦିନରେ ତୁମ୍ଭେମାନେ ବାସଗୃହ ସ୍ଵରୂପ ମିସରରୁ ବାହାର ହେଲ, ଆଉ ସଦାପ୍ରଭୁ ବାହୁ ବଳ ଦ୍ଵାରା ସେଠାରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ; ଏଥିରେ ତାଡ଼ି ମିଶ୍ରିତ ରୋଟୀ ଭୋଜନ କରାଯିବ ନାହିଁ ।
ଯାତ୍ରା ପୁସ୍ତକ 13 : 4 (ORV)
ତୁମ୍ଭେମାନେ ଆବୀବ୍ ମାସର ଏହି ଦିନରେ ବାହାର ହେଲ।
ଯାତ୍ରା ପୁସ୍ତକ 13 : 5 (ORV)
ଆଉ କିଣାନୀୟ ଓ ହିତ୍ତୀୟ ଓ ଇମୋରୀୟ ଓ ହବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ କତିରେ ଶପଥ କରିଥିଲେ, ସେହି ଦୁଗ୍ଧମଧୁପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ, ।
ଯାତ୍ରା ପୁସ୍ତକ 13 : 6 (ORV)
ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ ।
ଯାତ୍ରା ପୁସ୍ତକ 13 : 7 (ORV)
ପୁଣି ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୋଟୀ ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ ।
ଯାତ୍ରା ପୁସ୍ତକ 13 : 8 (ORV)
ପୁଣି ସେହି ଦିନ ତୁମ୍ଭେ ଆପଣା ପୁତ୍ରକୁ ଜଣାଇବ, ମିସରଠାରୁ ଆମ୍ଭେ ବାହାର ହେବା ବେଳେ ସଦାପ୍ରଭୁ ଆମ୍ଭ ପ୍ରତି ଯେ ଯେ କର୍ମ କରିଥିଲେ, ସେସବୁର ସ୍ମରଣ ନିମନ୍ତେ ଏହା ହୁଏ ।
ଯାତ୍ରା ପୁସ୍ତକ 13 : 9 (ORV)
ପୁଣି ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ଵରୂପ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରା; ହସ୍ତ ଦ୍ଵାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି ।
ଯାତ୍ରା ପୁସ୍ତକ 13 : 10 (ORV)
ଏହେତୁ ସମୟାନୁସାରେ ତୁମ୍ଭେ ପ୍ରତି ବର୍ଷ ଏହି ବିଧି ପାଳନ କରିବ ।
ଯାତ୍ରା ପୁସ୍ତକ 13 : 11 (ORV)
ସଦାପ୍ରଭୁ ତୁମ୍ଭ ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ସେ ଯେତେବେଳେ କିଣାନୀୟ ଲୋକମାନଙ୍କର ଦେଶରେ ପ୍ରବେଶ କରାଇ ତୁମ୍ଭଙ୍କୁ ତାହା ଦେବେ,
ଯାତ୍ରା ପୁସ୍ତକ 13 : 12 (ORV)
ସେତେବେଳେ ତୁମ୍ଭେ ପ୍ରଥମଜାତ ସମସ୍ତ ଗର୍ଭଫଳ ଓ ତୁମ୍ଭ ପଶୁଠାରୁ ଜାତ ପ୍ରତ୍ୟେକ ପ୍ରଥମ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ କରିବ; ପୁଂସନ୍ତାନ ସକଳ ସଦାପ୍ରଭୁଙ୍କର ହେବେ।
ଯାତ୍ରା ପୁସ୍ତକ 13 : 13 (ORV)
ପୁଣି ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ ।
ଯାତ୍ରା ପୁସ୍ତକ 13 : 14 (ORV)
ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯେବେ ପଚାରିବ, ଏହା କଅଣ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ଵାରା ଦାସଗୃହ ସ୍ଵରୂପ ମିସରଠାରୁ ବାହାର କଲେ,
ଯାତ୍ରା ପୁସ୍ତକ 13 : 15 (ORV)
ସେତେବେଳେ ଫାରୋ ଆମ୍ଭମାନଙ୍କୁ ଛାଡ଼ିଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ଵାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ ।
ଯାତ୍ରା ପୁସ୍ତକ 13 : 16 (ORV)
ଏହା ଚିହ୍ନ ସ୍ଵରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ଵରୂପେ ତୁମ୍ଭ ଚକ୍ଷୁଦ୍ଵୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ବାହୁ ବଳରେ ଆମ୍ଭମାନଙ୍କୁ ମିସରରୁବାହାର କରି ଆଣିଲେ ।
ଯାତ୍ରା ପୁସ୍ତକ 13 : 17 (ORV)
ଅନନ୍ତର ଫାରୋ ଲୋକମାନଙ୍କୁ ଛାଡ଼ି ଦିଅନ୍ତେ, ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବାର ପଥ ନିକଟ ହେଲେ ହେଁ ପରମେଶ୍ଵର ସେହି ପଥରେ ସେମାନଙ୍କୁ ଗମନ କରାଇଲେ ନାହିଁ; ଯେହେତୁ ପରମେଶ୍ଵର କହିଲେ, ଯୁଦ୍ଧ ଦେଖିଲେ ପଛେ ଲୋକମାନେ ଅନୁତାପ କରି ମିସରକୁ ଫେରିଯାଆନ୍ତି ।
ଯାତ୍ରା ପୁସ୍ତକ 13 : 18 (ORV)
ଏହେତୁ ପରମେଶ୍ଵର ସେମାନଙ୍କୁ ସୂଫ ସାଗରର ପ୍ରାନ୍ତରଗାମୀ ବକ୍ର ପଥରେ ଗମନ କରାଇଲେଓ ଇସ୍ରାଏଲ-ସନ୍ତାନଗଣ ସସଜ୍ଜ ହୋଇ ମିସରଠାରୁ ଯାତ୍ରା କଲେ ।
ଯାତ୍ରା ପୁସ୍ତକ 13 : 19 (ORV)
ପୁଣି ମୋଶା ଯୋଷେଫଙ୍କର ଅସ୍ଥି ଆପଣା ସଙ୍ଗେ ନେଲେ; କାରଣ ସେ ଇସ୍ରାଏଲ-ସନ୍ତାନଗଣକୁ ଦୃଢ଼ ଶପଥ କରାଇ କହିଥିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ; ସେ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ସହିତ ଆମ୍ଭର ଅସ୍ଥି ଏହି ସ୍ଥାନରୁ ନେଇଯିବ ।
ଯାତ୍ରା ପୁସ୍ତକ 13 : 20 (ORV)
ଅନନ୍ତର ସେମାନେ ସୁକ୍କୋତଠାରୁଯାତ୍ରା କରି ପ୍ରାନ୍ତର-ଧାରସ୍ଥିତ ଏଥମ୍ରେ ଛାଉଣି କଲେ ।
ଯାତ୍ରା ପୁସ୍ତକ 13 : 21 (ORV)
ସେମାନେ ଯେପରି ଦିବସରେ ଓ ରାତ୍ରିରେ ଯାତ୍ରା କରିପାରିବେ, ଏଥିପାଇଁ ସଦାପ୍ରଭୁ ଦିବସରେ ପଥ କଢ଼ାଇବା ନିମନ୍ତେ ମେଘସ୍ତମ୍ଭରେ ଓ ରାତ୍ରିରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭରେ ଥାଇ ସେମାନଙ୍କ ଆଗେ ଆଗେ ବିଜେ କଲେ;
ଯାତ୍ରା ପୁସ୍ତକ 13 : 22 (ORV)
ସେ ଲୋକମାନଙ୍କ ସମ୍ମୁଖରୁ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନିସ୍ତମ୍ଭ ସ୍ଥାନାନ୍ତର କଲେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: