ଯାତ୍ରା ପୁସ୍ତକ 8 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ ।
ଯାତ୍ରା ପୁସ୍ତକ 8 : 2 (ORV)
ଯେବେ ତୁମ୍ଭେ ସେମାନଙ୍କୁ ଛାଡ଼ି ଦେବା ପାଇଁ ଅସମ୍ମତ ହେବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ଵାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ତ ଦେବା ।
ଯାତ୍ରା ପୁସ୍ତକ 8 : 3 (ORV)
ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ ଓ ଶୟନାଗାରରେଓ ଶଯ୍ୟାରେ ଓ ତୁମ୍ଭ ଦାସମାନଙ୍କ ଗୃହରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ତନ୍ଦୁରରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
ଯାତ୍ରା ପୁସ୍ତକ 8 : 4 (ORV)
ପୁଣି ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ ।
ଯାତ୍ରା ପୁସ୍ତକ 8 : 5 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।
ଯାତ୍ରା ପୁସ୍ତକ 8 : 6 (ORV)
ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
ଯାତ୍ରା ପୁସ୍ତକ 8 : 7 (ORV)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
ଯାତ୍ରା ପୁସ୍ତକ 8 : 8 (ORV)
ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଛାଡ଼ି ଦେବା ।
ଯାତ୍ରା ପୁସ୍ତକ 8 : 9 (ORV)
ତେବେ ମୋଶା ଫାରୋଙ୍କୁ କହିଲେ, ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?
ଯାତ୍ରା ପୁସ୍ତକ 8 : 10 (ORV)
ସେ କହିଲେ, କାଲି କର । ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ତୁଲ୍ୟ କେହି ନାହିଁ, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ ।
ଯାତ୍ରା ପୁସ୍ତକ 8 : 11 (ORV)
ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ ।
ଯାତ୍ରା ପୁସ୍ତକ 8 : 12 (ORV)
ଅନନ୍ତର ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
ଯାତ୍ରା ପୁସ୍ତକ 8 : 13 (ORV)
ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ ।
ଯାତ୍ରା ପୁସ୍ତକ 8 : 14 (ORV)
ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା ।
ଯାତ୍ରା ପୁସ୍ତକ 8 : 15 (ORV)
ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ଆପଣା ହୃଦୟ ଭାରୀ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ ।
ଯାତ୍ରା ପୁସ୍ତକ 8 : 16 (ORV)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର ।
ଯାତ୍ରା ପୁସ୍ତକ 8 : 17 (ORV)
ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା ।
ଯାତ୍ରା ପୁସ୍ତକ 8 : 18 (ORV)
ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା ।
ଯାତ୍ରା ପୁସ୍ତକ 8 : 19 (ORV)
ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, ଏ ତ ପରମେଶ୍ଵରଙ୍କ ଅଙ୍ଗୁଳିକୃତ କର୍ମ; ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ ।
ଯାତ୍ରା ପୁସ୍ତକ 8 : 20 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାକୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ ।
ଯାତ୍ରା ପୁସ୍ତକ 8 : 21 (ORV)
ପୁଣି ଯେବେ ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝାଙ୍କ ପଠାଇବା ଯେ, ତଦ୍ଦ୍ଵାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ ।
ଯାତ୍ରା ପୁସ୍ତକ 8 : 22 (ORV)
ପୁଣି ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝାଙ୍କ ହେବ ନାହିଁ ।
ଯାତ୍ରା ପୁସ୍ତକ 8 : 23 (ORV)
ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଶେଷ କରିବା; କାଲି ଏହି ଚିହ୍ନ ହେବ।
ଯାତ୍ରା ପୁସ୍ତକ 8 : 24 (ORV)
ଅନନ୍ତର ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝାଙ୍କ ଉପସ୍ଥିତ ହେଲା; ପୁଣି ସମୁଦାୟ ମିସର ଦେଶ ଦଂଶକାଦି ହେତୁରୁ ନଷ୍ଟ ହେଲା ।
ଯାତ୍ରା ପୁସ୍ତକ 8 : 25 (ORV)
ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କର ।
ଯାତ୍ରା ପୁସ୍ତକ 8 : 26 (ORV)
ତହିଁରେ ମୋଶା କହିଲେ, ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁଣ?
ଯାତ୍ରା ପୁସ୍ତକ 8 : 27 (ORV)
ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ।
ଯାତ୍ରା ପୁସ୍ତକ 8 : 28 (ORV)
ତହୁଁ ଫାରୋ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ିଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି ଆମ୍ଭ ନିମନ୍ତେ ପ୍ରାର୍ଥନା କର।
ଯାତ୍ରା ପୁସ୍ତକ 8 : 29 (ORV)
ଅନନ୍ତର ମୋଶା କହିଲେ, ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର ଓ ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ କାଲି ସମସ୍ତ ଦଂଶକ-ଝାଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଛାଡ଼ିଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ ।
ଯାତ୍ରା ପୁସ୍ତକ 8 : 30 (ORV)
ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
ଯାତ୍ରା ପୁସ୍ତକ 8 : 31 (ORV)
ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝାଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ ।
ଯାତ୍ରା ପୁସ୍ତକ 8 : 32 (ORV)
ଏଥର ମଧ୍ୟ ଫାରୋ ଆପଣା ହୃଦୟ ଭାରୀ କଲେ ଓ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32