ଯାତ୍ରା ପୁସ୍ତକ 9 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଇ ତାହାକୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁତୁମ୍ଭେ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ ।
ଯାତ୍ରା ପୁସ୍ତକ 9 : 2 (ORV)
ମାତ୍ର ଯେବେ ସେମାନଙ୍କୁ ଛାଡ଼ିଦେବା ପାଇଁ ନାସ୍ତି କରିଏବେ ମଧ୍ୟ ବାଧା ଦେବ,
ଯାତ୍ରା ପୁସ୍ତକ 9 : 3 (ORV)
ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ ।
ଯାତ୍ରା ପୁସ୍ତକ 9 : 4 (ORV)
ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ ।
ଯାତ୍ରା ପୁସ୍ତକ 9 : 5 (ORV)
ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, କାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ ।
ଯାତ୍ରା ପୁସ୍ତକ 9 : 6 (ORV)
ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ-ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ ।
ଯାତ୍ରା ପୁସ୍ତକ 9 : 7 (ORV)
ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ । ତଥାପି ଫାରୋଙ୍କ ହୃଦୟ ଭାରୀ ହେଲା ଓ ସେ ଲୋକମାନଙ୍କୁ ଛାଡ଼ି ଦେଲେ ନାହିଁ ।
ଯାତ୍ରା ପୁସ୍ତକ 9 : 8 (ORV)
ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚିଦେଉ ।
ଯାତ୍ରା ପୁସ୍ତକ 9 : 9 (ORV)
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ ।
ଯାତ୍ରା ପୁସ୍ତକ 9 : 10 (ORV)
ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା ।
ଯାତ୍ରା ପୁସ୍ତକ 9 : 11 (ORV)
ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେମୋଶାଙ୍କ ସାକ୍ଷାତରେ ଛିଡ଼ା ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା ।
ଯାତ୍ରା ପୁସ୍ତକ 9 : 12 (ORV)
ଅନନ୍ତର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ ।
ଯାତ୍ରା ପୁସ୍ତକ 9 : 13 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୋଇ ତାହାକୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ;
ଯାତ୍ରା ପୁସ୍ତକ 9 : 14 (ORV)
ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ ।
ଯାତ୍ରା ପୁସ୍ତକ 9 : 15 (ORV)
କାରଣ ଏତେବେଳକୁ ଆମ୍ଭେ ଆପଣା ହସ୍ତ ବିସ୍ତାର କରିମହାମାରୀ ଦ୍ଵାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
ଯାତ୍ରା ପୁସ୍ତକ 9 : 16 (ORV)
ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ ।
ଯାତ୍ରା ପୁସ୍ତକ 9 : 17 (ORV)
ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
ଯାତ୍ରା ପୁସ୍ତକ 9 : 18 (ORV)
ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ ।
ଯାତ୍ରା ପୁସ୍ତକ 9 : 19 (ORV)
ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ ।
ଯାତ୍ରା ପୁସ୍ତକ 9 : 20 (ORV)
ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
ଯାତ୍ରା ପୁସ୍ତକ 9 : 21 (ORV)
ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା ।
ଯାତ୍ରା ପୁସ୍ତକ 9 : 22 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।
ଯାତ୍ରା ପୁସ୍ତକ 9 : 23 (ORV)
ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ ।
ଯାତ୍ରା ପୁସ୍ତକ 9 : 24 (ORV)
ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା ।
ଯାତ୍ରା ପୁସ୍ତକ 9 : 25 (ORV)
ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ଵାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା ।
ଯାତ୍ରା ପୁସ୍ତକ 9 : 26 (ORV)
କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ ।
ଯାତ୍ରା ପୁସ୍ତକ 9 : 27 (ORV)
ଅନନ୍ତର ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ଆମ୍ଭେ ପାପ କଲୁ; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ।
ଯାତ୍ରା ପୁସ୍ତକ 9 : 28 (ORV)
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ଵରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଛାଡ଼ି ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ଵ ହେବ ନାହିଁ ।
ଯାତ୍ରା ପୁସ୍ତକ 9 : 29 (ORV)
ସେତେବେଳେ ମୋଶା ତାଙ୍କୁ କହିଲେ, ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣା ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ ।
ଯାତ୍ରା ପୁସ୍ତକ 9 : 30 (ORV)
ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି ।
ଯାତ୍ରା ପୁସ୍ତକ 9 : 31 (ORV)
ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
ଯାତ୍ରା ପୁସ୍ତକ 9 : 32 (ORV)
ମାତ୍ର ଗହମ ଓ ଯହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ ।
ଯାତ୍ରା ପୁସ୍ତକ 9 : 33 (ORV)
ଅନନ୍ତର ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ ।
ଯାତ୍ରା ପୁସ୍ତକ 9 : 34 (ORV)
ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ ଭାରୀ କଲେ ।
ଯାତ୍ରା ପୁସ୍ତକ 9 : 35 (ORV)
ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନମାନଙ୍କୁ ଛାଡ଼ି ଦେଲେ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35

BG:

Opacity:

Color:


Size:


Font: