ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 1 (ORV)
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲାଣ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 2 (ORV)
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 3 (ORV)
ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 4 (ORV)
ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶ ଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 5 (ORV)
ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିର କାର୍ଯ୍ୟ ସାଧନ କରନ୍ତି, ସେ କି ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ଵାସରେ ଶୁଣିବା ହେତୁ କରନ୍ତି?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 6 (ORV)
ଯେପରି ଅବ୍ରହାମ ଈଶ୍ଵରଙ୍କୁ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 7 (ORV)
ଅତଏବ ଯେଉଁମାନେ ବିଶ୍ଵାସୀ, ସେମାନେ ଅବ୍ରହାମଙ୍କର ସନ୍ତାନ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 8 (ORV)
ଆଉ ଈଶ୍ଵର ବିଜାତିମାନଙ୍କୁ ବିଶ୍ଵାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲା,‘‘ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ” ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 9 (ORV)
ଏଣୁ ଯେଉଁମାନେ ବିଶ୍ଵାସୀ, ସେମାନେ ବିଶ୍ଵାସୀ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 10 (ORV)
କାରଣ ଯେତେ ଲୋକ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେକେହି ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶାପଗ୍ରସ୍ତ ।”
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 11 (ORV)
ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ ।”
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 12 (ORV)
ଆଉ ବିଶ୍ଵାସ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 13 (ORV)
ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଅବ୍ରହାମଙ୍କର ଆଶୀର୍ବାଦ ଯେପରି ବିଜାତିମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ଵାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 14 (ORV)
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 15 (ORV)
ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଇଚ୍ଛାପତ୍ର ମନୁଷ୍ୟ ଦ୍ଵାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 16 (ORV)
ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 17 (ORV)
ମୋହର ଭାବ ଏହି, ଯେଉଁ ନିୟମ ଈଶ୍ଵରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦତ୍ତ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ଦ୍ଵାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 18 (ORV)
କାରଣ ଅଧିକାର ଯଦି ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ଵର ପ୍ରତିଜ୍ଞା ଦ୍ଵାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 19 (ORV)
ତେବେ ବ୍ୟବସ୍ଥା କାହିଁକି ଦତ୍ତ ହେଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି ତାହା ଦୂତମାନଙ୍କ ଦ୍ଵାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 20 (ORV)
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହନ୍ତି, କିନ୍ତୁ ଈଶ୍ଵର ଏକ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 21 (ORV)
ତେବେ ବ୍ୟବସ୍ଥା କି ଈଶ୍ଵରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ବ୍ୟବସ୍ଥା ଦତ୍ତ ହୋଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ବ୍ୟବସ୍ଥାମୂଳକ ହୁଅନ୍ତା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 22 (ORV)
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ହେତୁ ପ୍ରତିଜ୍ଞା ବିଶ୍ଵାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 23 (ORV)
ମାତ୍ର ସେହି ବିଶ୍ଵାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ଵାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 24 (ORV)
ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 25 (ORV)
କିନ୍ତୁ ଏବେ ସେହି ବିଶ୍ଵାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 26 (ORV)
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କର ସନ୍ତାନ ହୋଇଅଛ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 27 (ORV)
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 28 (ORV)
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ, ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3 : 29 (ORV)
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: