ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 1 (ORV)
କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 2 (ORV)
କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧୀନରେ ଥାଏ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 3 (ORV)
ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 4 (ORV)
କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ବ୍ୟବସ୍ଥାଧୀନ ହେଲେ,
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 5 (ORV)
ଯେପରି ସେ ମୂଲ୍ୟ ଦେଇ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି ଆମ୍ଭେମାନେ ପୁତ୍ରତ୍ଵର ଅଧିକାର ପ୍ରାପ୍ତ ହେଉ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 6 (ORV)
ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 7 (ORV)
ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି ଯଦି ପୁତ୍ର, ତେବେ ଈଶ୍ଵରଙ୍କ କର୍ତ୍ତୃକ ଉତ୍ତରାଧିକାରୀ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 8 (ORV)
ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 9 (ORV)
କିନ୍ତୁ ଏବେ ଈଶ୍ଵରଙ୍କ ପରିଚୟ ପାଇଅଛ; ବରଞ୍ଚ ଈଶ୍ଵରଙ୍କ ଦ୍ଵାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହିସବୁର ଦାସ ହେବାକୁ ଇଚ୍ଛା କରୁଅଛ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 10 (ORV)
ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 11 (ORV)
ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 12 (ORV)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି । ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 13 (ORV)
କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 14 (ORV)
ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ଵରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ଵରଙ୍କ ଜଣେ ଦୂତ ସ୍ଵରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ଵରୂପେ ମୋତେ ଗ୍ରହଣ କଲ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 15 (ORV)
ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 16 (ORV)
ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 17 (ORV)
ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଞ୍ଚ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥିନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋʼଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 18 (ORV)
କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 19 (ORV)
ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 20 (ORV)
ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 21 (ORV)
ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 22 (ORV)
କାରଣ ଲେଖା ଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ଵାଧୀନା ସ୍ତ୍ରୀଠାରୁ ଜାତ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 23 (ORV)
ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ଵଭାବା-ନୁସାରେ ଜାତ ହେଲା; ମାତ୍ର ଯେ ସ୍ଵାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 24 (ORV)
ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମ ସ୍ଵରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ଵ ନିମନ୍ତେ ସନ୍ତାନ ପ୍ରସବକାରଣୀ, ହାଗାର ସେଥିର ନିଦର୍ଶନ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 25 (ORV)
ହାଗାର, ଏହି ଶଦ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ଵରେ ରହିଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 26 (ORV)
କିନ୍ତୁ ଊର୍ଦ୍ଧ୍ଵସ୍ଥ ଯିରୂଶାଲମ ସ୍ଵାଧୀନା, ସେ ଆମ୍ଭମାନଙ୍କ ଜନନୀ;
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 27 (ORV)
ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚ ସ୍ଵରରେ ଜୟଧ୍ଵନୀ କର; କାରଣ ସଧବାର ସନ୍ତାନଠାରୁ ଅନାଥାର ସନ୍ତାନ ଅଧିକ ।”
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 28 (ORV)
ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 29 (ORV)
କିନ୍ତୁ ଶାରୀରିକ ସ୍ଵଭାବାନୁସାରେ ଯେ ଜାତ, ସେ ଯେପରି ସେସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 30 (ORV)
ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାʼର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ଵାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4 : 31 (ORV)
ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ଵାଧୀନା ସ୍ତ୍ରୀର ସନ୍ତାନ ।
❮
❯