ଆଦି ପୁସ୍ତକ 14 : 1 (ORV)
ଅନନ୍ତର ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା ଓ ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
ଆଦି ପୁସ୍ତକ 14 : 2 (ORV)
ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ ।
ଆଦି ପୁସ୍ତକ 14 : 3 (ORV)
ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ ।
ଆଦି ପୁସ୍ତକ 14 : 4 (ORV)
ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
ଆଦି ପୁସ୍ତକ 14 : 5 (ORV)
ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବିକିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,
ଆଦି ପୁସ୍ତକ 14 : 6 (ORV)
ଓ ପ୍ରାନ୍ତର ନିକଟସ୍ଥ ଏଲପାରଣ ପର୍ଯ୍ୟନ୍ତ ସେୟୀର ପର୍ବତନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ ।
ଆଦି ପୁସ୍ତକ 14 : 7 (ORV)
ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ ।
ଆଦି ପୁସ୍ତକ 14 : 8 (ORV)
ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟିମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
ଆଦି ପୁସ୍ତକ 14 : 9 (ORV)
ଏଲମର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ ।
ଆଦି ପୁସ୍ତକ 14 : 10 (ORV)
ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ ।
ଆଦି ପୁସ୍ତକ 14 : 11 (ORV)
ଏନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ ।
ଆଦି ପୁସ୍ତକ 14 : 12 (ORV)
ପୁଣି ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ ।
ଆଦି ପୁସ୍ତକ 14 : 13 (ORV)
ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ ।
ଆଦି ପୁସ୍ତକ 14 : 14 (ORV)
ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନିଶତ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ ନଗର ପର୍ଯ୍ୟନ୍ତ ଗଲେ ।
ଆଦି ପୁସ୍ତକ 14 : 15 (ORV)
ଅନନ୍ତର ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ ।
ଆଦି ପୁସ୍ତକ 14 : 16 (ORV)
ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ ।
ଆଦି ପୁସ୍ତକ 14 : 17 (ORV)
ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ ।
ଆଦି ପୁସ୍ତକ 14 : 18 (ORV)
ପୁଣି ଶାଲମର ରାଜା ମଲ୍‍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଯାଜକ;
ଆଦି ପୁସ୍ତକ 14 : 19 (ORV)
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, ଅବ୍ରାମ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ଵରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;
ଆଦି ପୁସ୍ତକ 14 : 20 (ORV)
ସର୍ବୋପରିସ୍ଥ ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ । ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ ।
ଆଦି ପୁସ୍ତକ 14 : 21 (ORV)
ଅନନ୍ତର ସଦୋମର ରାଜା ଅବ୍ରାମଙ୍କୁ କହିଲେ, ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟସକଳ ଆମ୍ଭଙ୍କୁ ଦିଅ ।
ଆଦି ପୁସ୍ତକ 14 : 22 (ORV)
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, ମୁଁ ସ୍ଵର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
ଆଦି ପୁସ୍ତକ 14 : 23 (ORV)
ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ତିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ଆମ୍ଭେ ଅବ୍ରାମକୁ ଧନବାନ କରିଅଛୁ ।
ଆଦି ପୁସ୍ତକ 14 : 24 (ORV)
କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: