ଆଦି ପୁସ୍ତକ 23 : 1 (ORV)
ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ ।
ଆଦି ପୁସ୍ତକ 23 : 2 (ORV)
ଅନନ୍ତର ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା । ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ ।
ଆଦି ପୁସ୍ତକ 23 : 3 (ORV)
ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ,
ଆଦି ପୁସ୍ତକ 23 : 4 (ORV)
ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋʼ ଦୃଷ୍ଟିର ଅଗୋଚରରେ ମୋʼ ମୃତକୁ କବର ଦେବି ।
ଆଦି ପୁସ୍ତକ 23 : 5 (ORV)
ତହୁଁ ହେତର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର କଲେ, ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ;
ଆଦି ପୁସ୍ତକ 23 : 6 (ORV)
ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ ।
ଆଦି ପୁସ୍ତକ 23 : 7 (ORV)
ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତର ସନ୍ତାନମାନଙ୍କୁ ପ୍ରଣାମ କଲେ ।
ଆଦି ପୁସ୍ତକ 23 : 8 (ORV)
ପୁଣି କଥୋପକଥନ କରି କହିଲେ, ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯେବେ ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ ।
ଆଦି ପୁସ୍ତକ 23 : 9 (ORV)
ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ରପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ ।
ଆଦି ପୁସ୍ତକ 23 : 10 (ORV)
ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା,
ଆଦି ପୁସ୍ତକ 23 : 11 (ORV)
ପ୍ରଭୋ, ସେପରି ହେବ ନାହିଁ, ମୋʼ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ଵବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ମୃତକୁ କବର ଦେଉନ୍ତୁ ।
ଆଦି ପୁସ୍ତକ 23 : 12 (ORV)
ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ ।
ଆଦି ପୁସ୍ତକ 23 : 13 (ORV)
ପୁଣି ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, ଆପଣ ଯେବେ ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ମୃତକୁ କବର ଦେବି ।
ଆଦି ପୁସ୍ତକ 23 : 14 (ORV)
ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା,
ଆଦି ପୁସ୍ତକ 23 : 15 (ORV)
ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ତକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଣୁକରି ଆପଣ ନିଜ ମୃତକୁ କବର ଦେଉନ୍ତୁ ।
ଆଦି ପୁସ୍ତକ 23 : 16 (ORV)
ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହେତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ଵାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ ।
ଆଦି ପୁସ୍ତକ 23 : 17 (ORV)
ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
ଆଦି ପୁସ୍ତକ 23 : 18 (ORV)
ଏହି ସବୁରେ ହେତର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ଵାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ଵତ୍ଵାଧିକାର ସ୍ଥିର କରାଗଲା ।
ଆଦି ପୁସ୍ତକ 23 : 19 (ORV)
ଅନନ୍ତର ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ । ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍ ।
ଆଦି ପୁସ୍ତକ 23 : 20 (ORV)
ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତର ସନ୍ତାନମାନଙ୍କ ଦ୍ଵାରା ସ୍ଥିରୀକୃତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: