ଆଦି ପୁସ୍ତକ 43 : 1 (ORV)
ଏ ସମୟରେ ମଧ୍ୟ ଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା ।
ଆଦି ପୁସ୍ତକ 43 : 2 (ORV)
ଏନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ ।
ଆଦି ପୁସ୍ତକ 43 : 3 (ORV)
ତହିଁରେ ଯିହୁଦା ତାଙ୍କୁ କହିଲା, ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ ।
ଆଦି ପୁସ୍ତକ 43 : 4 (ORV)
ଏଣୁ ଯେବେ ତୁମ୍ଭେ ଆମ୍ଭମାନଙ୍କ ଭାଇକି ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ ।
ଆଦି ପୁସ୍ତକ 43 : 5 (ORV)
ମାତ୍ର ଯେବେ ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ ।
ଆଦି ପୁସ୍ତକ 43 : 6 (ORV)
ତହିଁରେ ଇସ୍ରାଏଲ କହିଲେ, ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?
ଆଦି ପୁସ୍ତକ 43 : 7 (ORV)
ସେମାନେ କହିଲେ, ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ତୁମ୍ଭମାନଙ୍କ ପିତା କି ଆଜିଯାଏ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି? ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ତୁମ୍ଭମାନଙ୍କ ଭାଇକି ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?
ଆଦି ପୁସ୍ତକ 43 : 8 (ORV)
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ ।
ଆଦି ପୁସ୍ତକ 43 : 9 (ORV)
ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯେବେ ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ ।
ଆଦି ପୁସ୍ତକ 43 : 10 (ORV)
ଯେବେ ଆମ୍ଭମାନଙ୍କର ଏତେ ବିଳମ୍ଵ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ଵିତୀୟ ଥର ବାହୁଡ଼ି ଆସନ୍ତୁଣି ।
ଆଦି ପୁସ୍ତକ 43 : 11 (ORV)
ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, ଯେବେ ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିକି ଭେଟୀ ଦିଅ ।
ଆଦି ପୁସ୍ତକ 43 : 12 (ORV)
ପୁଣି ଆପଣା ଆପଣା ହସ୍ତରେ ଦ୍ଵିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇ ଯାଅ; କେଜାଣି ତାହା ଭୁଲ ହୋଇଥିବ ।
ଆଦି ପୁସ୍ତକ 43 : 13 (ORV)
ପୁଣି ଆପଣାମାନଙ୍କ ଭାଇକି ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ ।
ଆଦି ପୁସ୍ତକ 43 : 14 (ORV)
ସର୍ବଶକ୍ତିମାନ୍ ପରମେଶ୍ଵର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇକି ଓ ବିନ୍ୟାମିନକୁ ଛାଡ଼ି ଦେବ । ମାତ୍ର ଯେବେ ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେଲି ।
ଆଦି ପୁସ୍ତକ 43 : 15 (ORV)
ତହୁଁ ସେମାନେ ସେହି ଭେଟୀଦ୍ରବ୍ୟ ଓ ଦ୍ଵିଗୁଣ ଟଙ୍କା ଓ ବିନ୍ୟାମିନକୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ ।
ଆଦି ପୁସ୍ତକ 43 : 16 (ORV)
ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମିନକୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ ।
ଆଦି ପୁସ୍ତକ 43 : 17 (ORV)
ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା ।
ଆଦି ପୁସ୍ତକ 43 : 18 (ORV)
ପୁଣି ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ ।
ଆଦି ପୁସ୍ତକ 43 : 19 (ORV)
ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,
ଆଦି ପୁସ୍ତକ 43 : 20 (ORV)
ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
ଆଦି ପୁସ୍ତକ 43 : 21 (ORV)
ପୁଣି ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ ।
ଆଦି ପୁସ୍ତକ 43 : 22 (ORV)
ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ ।
ଆଦି ପୁସ୍ତକ 43 : 23 (ORV)
ତହିଁରେ ସେ ଗୃହାଧ୍ୟକ୍ଷ କହିଲା, ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ଵର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ଵର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା । ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା ।
ଆଦି ପୁସ୍ତକ 43 : 24 (ORV)
ଅନନ୍ତର ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା ।
ଆଦି ପୁସ୍ତକ 43 : 25 (ORV)
ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟୀ ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ ।
ଆଦି ପୁସ୍ତକ 43 : 26 (ORV)
ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟୀ ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ ।
ଆଦି ପୁସ୍ତକ 43 : 27 (ORV)
ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜିଯାଏ ବଞ୍ଚିଅଛନ୍ତି?
ଆଦି ପୁସ୍ତକ 43 : 28 (ORV)
ସେମାନେ କହିଲେ, ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜିଯାଏ ବଞ୍ଚିଅଛନ୍ତି । ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ ।
ଆଦି ପୁସ୍ତକ 43 : 29 (ORV)
ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମିନକୁ ଦେଖି କହିଲେ, ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି? ଆଉ ସେ କହିଲେ, ହେ ଆମ୍ଭର ପୁତ୍ର, ପରମେଶ୍ଵର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ ।
ଆଦି ପୁସ୍ତକ 43 : 30 (ORV)
ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ ।
ଆଦି ପୁସ୍ତକ 43 : 31 (ORV)
ଅନନ୍ତର ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି ଆପଣାକୁ ସମ୍ଭାଳି ଭକ୍ଷ୍ୟ ଦ୍ରବ୍ୟ ପରିବେଷଣ କରିବା ନିମନ୍ତେ ଆଜ୍ଞା ଦେଲେ ।
ଆଦି ପୁସ୍ତକ 43 : 32 (ORV)
ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ ।
ଆଦି ପୁସ୍ତକ 43 : 33 (ORV)
ଅନନ୍ତର ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ ।
ଆଦି ପୁସ୍ତକ 43 : 34 (ORV)
ପୁଣି ସେ ଆପଣା ସମ୍ମୁଖରୁ ଭକ୍ଷ୍ୟ ଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମିନର ଭାଗ ପାଞ୍ଚଗୁଣ ଅଧିକ ଥିଲା । ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ ।
❮
❯