ହୋଶେୟ 8 : 1 (ORV)
ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ସେ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥାର ପ୍ରତିକୂଳରେ ଅପରାଧ କରିଅଛନ୍ତି ।
ହୋଶେୟ 8 : 2 (ORV)
ସେମାନେ ଆମ୍ଭ ନିକଟରେ କ୍ରନ୍ଦନ କରି କହିବେ, ହେ ଆମ୍ଭର ପରମେଶ୍ଵର, ଆମ୍ଭେମାନେ ଇସ୍ରାଏଲ, ତୁମ୍ଭଙ୍କୁ ଜାଣୁ ।
ହୋଶେୟ 8 : 3 (ORV)
ଯାହା ଭଲ, ତାହା ଇସ୍ରାଏଲ ପକାଇ ଦେଇଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ ।
ହୋଶେୟ 8 : 4 (ORV)
ସେମାନେ ରାଜଗଣ ସ୍ଥାପନ କରିଅଛନ୍ତି, ମାତ୍ର ଆମ୍ଭ ଦ୍ଵାରା ନୁହେଁ; ସେମାନେ ଅଧିପତିଗଣ ନିଯୁକ୍ତ କରିଅଛନ୍ତି, ମାତ୍ର ଆମ୍ଭେ ତାହା ଜାଣିଲୁ ନାହିଁ । ସେମାନେ ଯେପରି ଉଚ୍ଛିନ୍ନ ହେବେ, ଏଥିପାଇଁ ଆପଣା ନିମନ୍ତେ ରୂପା ଓ ସୁନାରେ ସେମାନେ ପ୍ରତିମାଗଣ ନିର୍ମାଣ କରିଅଛନ୍ତି ।
ହୋଶେୟ 8 : 5 (ORV)
ହେ ଶମରିୟେ, ସେ ତୁମ୍ଭର ଗୋବତ୍ସ ପ୍ରତିମା ପକାଇ ଦେଇଅଛନ୍ତି । ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହୋଇଅଛି । ସେମାନେ କେତେ କାଳ ଉତ୍ତାରେ ନିର୍ଦ୍ଦୋଷତା ପ୍ରାପ୍ତ ହେବେ?
ହୋଶେୟ 8 : 6 (ORV)
କାରଣ ଏହା ହିଁ ଇସ୍ରାଏଲଠାରୁ ହୋଇଅଛି, ଶିଳ୍ପକର ଏହା ନିର୍ମାଣ କରିଅଛି, ତାହା ଈଶ୍ଵର ନୁହେଁ; ହଁ, ଶମରୀୟାର ଗୋବତ୍ସ ଖଣ୍ତ ଖଣ୍ତ ହୋଇ ଭଗ୍ନ ହେବ ।
ହୋଶେୟ 8 : 7 (ORV)
କାରଣ ସେମାନେ ବାୟୁ ବୁଣନ୍ତି ଓ ଘୂର୍ଣ୍ଣିବାୟୁରୂପ ଶସ୍ୟ କାଟିବେ । ତାହାର ଉଠିଆ କ୍ଷେତ ନାହିଁ; ପତ୍ର ଖାଦ୍ୟ ଉତ୍ପନ୍ନ କରିବ ନାହିଁ; ଯେବେ ଉତ୍ପନ୍ନ କରିବ, ବିଦେଶୀୟମାନେ ତାହା ଗ୍ରାସ କରିବେ ।
ହୋଶେୟ 8 : 8 (ORV)
ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି ।
ହୋଶେୟ 8 : 9 (ORV)
କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି ।
ହୋଶେୟ 8 : 10 (ORV)
ହଁ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଲୋକମାନଙ୍କୁ ବର୍ତ୍ତନ ଦେଲେ ହେଁ ଏବେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା; ସେମାନେ ଅଧିପତିଗଣଙ୍କ ରାଜାର ଭାର ହେତୁରୁ ନ୍ୟୂନ ହେବାକୁ ଲାଗିଲେଣି ।
ହୋଶେୟ 8 : 11 (ORV)
କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି ।
ହୋଶେୟ 8 : 12 (ORV)
ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ହେଁ ସେସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ ।
ହୋଶେୟ 8 : 13 (ORV)
ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ । ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି। ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ ।
ହୋଶେୟ 8 : 14 (ORV)
କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀରବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସଳକ ଗ୍ରାସ କରିବ ।

1 2 3 4 5 6 7 8 9 10 11 12 13 14

BG:

Opacity:

Color:


Size:


Font: