ଯିଶାଇୟ 20 : 1 (ORV)
ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତନ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲାନ୍ତଣଣଦ୍ଵି. ରା. ୧୮:୧୭
ଯିଶାଇୟ 20 : 2 (ORV)
ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ଵାରା ସଦାପ୍ରଭୁ ଏହି କଥା କହିଲେ, ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼, ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା ।
ଯିଶାଇୟ 20 : 3 (ORV)
ତେବେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ଵରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
ଯିଶାଇୟ 20 : 4 (ORV)
ସେପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର ଓ ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ ।
ଯିଶାଇୟ 20 : 5 (ORV)
ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ଵାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ଵରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ ।
ଯିଶାଇୟ 20 : 6 (ORV)
ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?

1 2 3 4 5 6

BG:

Opacity:

Color:


Size:


Font: