ଯାକୁବଙ୍କ ପତ୍ 1 : 1 (ORV)
ଈଶ୍ଵରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ଵାଦଶ ଗୋଷ୍ଠୀଙ୍କୁ ନମସ୍କାର ।
ଯାକୁବଙ୍କ ପତ୍ 1 : 2 (ORV)
ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,
ଯାକୁବଙ୍କ ପତ୍ 1 : 3 (ORV)
ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ ।
ଯାକୁବଙ୍କ ପତ୍ 1 : 4 (ORV)
ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ଧୈର୍ଯ୍ୟ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ ।
ଯାକୁବଙ୍କ ପତ୍ 1 : 5 (ORV)
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ଵର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।
ଯାକୁବଙ୍କ ପତ୍ 1 : 6 (ORV)
କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ଵାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ ।
ଯାକୁବଙ୍କ ପତ୍ 1 : 7 (ORV)
ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ;
ଯାକୁବଙ୍କ ପତ୍ 1 : 8 (ORV)
ସେ ତ ଦ୍ଵିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର ।
ଯାକୁବଙ୍କ ପତ୍ 1 : 9 (ORV)
ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,
ଯାକୁବଙ୍କ ପତ୍ 1 : 10 (ORV)
ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ ।
ଯାକୁବଙ୍କ ପତ୍ 1 : 11 (ORV)
ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।
ଯାକୁବଙ୍କ ପତ୍ 1 : 12 (ORV)
ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।
ଯାକୁବଙ୍କ ପତ୍ 1 : 13 (ORV)
କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ଵରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ଵର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ ।
ଯାକୁବଙ୍କ ପତ୍ 1 : 14 (ORV)
କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ଵାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
ଯାକୁବଙ୍କ ପତ୍ 1 : 15 (ORV)
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।
ଯାକୁବଙ୍କ ପତ୍ 1 : 16 (ORV)
ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ ।
ଯାକୁବଙ୍କ ପତ୍ 1 : 17 (ORV)
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।
ଯାକୁବଙ୍କ ପତ୍ 1 : 18 (ORV)
ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମଫଳ ସ୍ଵରୂପ ହେଉ, ଏଥିନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ଵାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।
ଯାକୁବଙ୍କ ପତ୍ 1 : 19 (ORV)
ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ,
ଯାକୁବଙ୍କ ପତ୍ 1 : 20 (ORV)
କାରଣ ମନୁଷ୍ୟର କ୍ରୋଧ ଈଶ୍ଵରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ ।
ଯାକୁବଙ୍କ ପତ୍ 1 : 21 (ORV)
ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର ।
ଯାକୁବଙ୍କ ପତ୍ 1 : 22 (ORV)
କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ ।
ଯାକୁବଙ୍କ ପତ୍ 1 : 23 (ORV)
କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ଵାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,
ଯାକୁବଙ୍କ ପତ୍ 1 : 24 (ORV)
ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କିପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ ।
ଯାକୁବଙ୍କ ପତ୍ 1 : 25 (ORV)
କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ଵାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।
ଯାକୁବଙ୍କ ପତ୍ 1 : 26 (ORV)
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ଵାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।
ଯାକୁବଙ୍କ ପତ୍ 1 : 27 (ORV)
ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27