ଯାକୁବଙ୍କ ପତ୍ 4 : 1 (ORV)
ତୁମ୍ଭମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?
ଯାକୁବଙ୍କ ପତ୍ 4 : 2 (ORV)
ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;
ଯାକୁବଙ୍କ ପତ୍ 4 : 3 (ORV)
ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ ।
ଯାକୁବଙ୍କ ପତ୍ 4 : 4 (ORV)
ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ଵରଙ୍କର ଶତ୍ରୁତା, ଏହା କଅଣ ଜାଣ ନାହିଁ? ଅତଏବ, ଯେକେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ; ସେ ଆପଣାକୁ ଈଶ୍ଵରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।
ଯାକୁବଙ୍କ ପତ୍ 4 : 5 (ORV)
ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକା; କାମନା କରନ୍ତି?
ଯାକୁବଙ୍କ ପତ୍ 4 : 6 (ORV)
କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି” ।
ଯାକୁବଙ୍କ ପତ୍ 4 : 7 (ORV)
ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।
ଯାକୁବଙ୍କ ପତ୍ 4 : 8 (ORV)
ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର ।
ଯାକୁବଙ୍କ ପତ୍ 4 : 9 (ORV)
ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ ।
ଯାକୁବଙ୍କ ପତ୍ 4 : 10 (ORV)
ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ ।
ଯାକୁବଙ୍କ ପତ୍ 4 : 11 (ORV)
ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ଵା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ ।
ଯାକୁବଙ୍କ ପତ୍ 4 : 12 (ORV)
ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ?
ଯାକୁବଙ୍କ ପତ୍ 4 : 13 (ORV)
ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ଵା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;
ଯାକୁବଙ୍କ ପତ୍ 4 : 14 (ORV)
କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।
ଯାକୁବଙ୍କ ପତ୍ 4 : 15 (ORV)
ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ ।
ଯାକୁବଙ୍କ ପତ୍ 4 : 16 (ORV)
କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ-ଭାବରେ ଗର୍ବ କରୁଅଛ; ଏପ୍ରକାର ଗର୍ବ ମନ୍ଦ ଅଟେ ।
ଯାକୁବଙ୍କ ପତ୍ 4 : 17 (ORV)
ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: