ଯିରିମିୟ 12 : 1 (ORV)
ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ?
ଯିରିମିୟ 12 : 2 (ORV)
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ ।
ଯିରିମିୟ 12 : 3 (ORV)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ ।
ଯିରିମିୟ 12 : 4 (ORV)
କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି⇧; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ ।
ଯିରିମିୟ 12 : 5 (ORV)
ଯେବେ ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳା; କରିଅଛନ୍ତି, ତେବେ ତୁମ୍ଭେ ଅଶ୍ଵଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ-ସ୍ଥାନରେ ତୁମ୍ଭେ କଅଣ କରିବ?
ଯିରିମିୟ 12 : 6 (ORV)
କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ।
ଯିରିମିୟ 12 : 7 (ORV)
ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ ।
ଯିରିମିୟ 12 : 8 (ORV)
ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ ।
ଯିରିମିୟ 12 : 9 (ORV)
ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ ।
ଯିରିମିୟ 12 : 10 (ORV)
ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ଵଂସିତ ପ୍ରାନ୍ତର କରିଅଛନ୍ତି ।
ଯିରିମିୟ 12 : 11 (ORV)
ସେମାନେ ତାହା ଧ୍ଵଂସସ୍ଥାନ କରିଅଛନ୍ତି; ତାହା ଧ୍ଵଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ଵଂସିତ ହେଉଅଛି ।
ଯିରିମିୟ 12 : 12 (ORV)
ଧ୍ଵଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ଼୍‍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଛନ୍ତି; କୌଣସି ପ୍ରାଣୀର ଶାନ୍ତି ନାହିଁ ।
ଯିରିମିୟ 12 : 13 (ORV)
ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ ।
ଯିରିମିୟ 12 : 14 (ORV)
ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା ।
ଯିରିମିୟ 12 : 15 (ORV)
ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା ।
ଯିରିମିୟ 12 : 16 (ORV)
ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭ ଲୋକମାନଙ୍କର ଆଚରଣ ଯନିପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକ-ମାନଙ୍କ ମଧ୍ୟରେ ସ୍ଥାପିତ ହେବେ ।
ଯିରିମିୟ 12 : 17 (ORV)
ମାତ୍ର ଯେବେ ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: