ଯିରିମିୟ 14 : 1 (ORV)
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ ।
ଯିରିମିୟ 14 : 2 (ORV)
ଯିହୁଦା ଶୋକ କରୁଅଛି ଓ ତହିଁର ନଗର-ଦ୍ଵାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ଵର ଊର୍ଦ୍ଧ୍ଵକୁ ଉଠିଅଛି ।
ଯିରିମିୟ 14 : 3 (ORV)
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି ।
ଯିରିମିୟ 14 : 4 (ORV)
ଦେଶରେ ବୃଷ୍ଟି ନୋହିବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି ।
ଯିରିମିୟ 14 : 5 (ORV)
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ ।
ଯିରିମିୟ 14 : 6 (ORV)
ପୁଣି, ବନ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ ।
ଯିରିମିୟ 14 : 7 (ORV)
ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ ।
ଯିରିମିୟ 14 : 8 (ORV)
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
ଯିରିମିୟ 14 : 9 (ORV)
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ, ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ । ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ ।
ଯିରିମିୟ 14 : 10 (ORV)
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ ।
ଯିରିମିୟ 14 : 11 (ORV)
ଆହୁରି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ ।
ଯିରିମିୟ 14 : 12 (ORV)
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା ।
ଯିରିମିୟ 14 : 13 (ORV)
ତହିଁରେ ମୁଁ କହିଲି, ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ତୁମ୍ଭେମାନେ ଖଡ଼୍‍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି ।
ଯିରିମିୟ 14 : 14 (ORV)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ ଓ ମନ୍ତ୍ର ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ।
ଯିରିମିୟ 14 : 15 (ORV)
ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ଏହି ଦେଶରେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ନୋହିବ, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ବିନଷ୍ଟ ହେବେ ।
ଯିରିମିୟ 14 : 16 (ORV)
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍‍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା ।
ଯିରିମିୟ 14 : 17 (ORV)
ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି ।
ଯିରିମିୟ 14 : 18 (ORV)
ଆମ୍ଭେ ଯେବେ ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ଼୍‍ଗହତ ଲୋକ! ପୁଣି, ଆମ୍ଭେ ଯେବେ ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ ।
ଯିରିମିୟ 14 : 19 (ORV)
ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ⇧!
ଯିରିମିୟ 14 : 20 (ORV)
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ଵୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ ।
ଯିରିମିୟ 14 : 21 (ORV)
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ-ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ ।
ଯିରିମିୟ 14 : 22 (ORV)
ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ତଳ କି ବୃଷ୍ଟିଦାନ କରି ପାରେଣ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: