ଯିରିମିୟ 18 : 1 (ORV)
ଯିରିମୀୟଙ୍କ କତିରେ ସଦାପ୍ରଭୁଙ୍କ ନିକଟରୁ ଏହି ବାକ୍ୟ ଉପସ୍ଥିତ ହେଲା;
ଯିରିମିୟ 18 : 2 (ORV)
ତୁମ୍ଭେ ଉଠି କୁମ୍ଭକାରର ଗୃହକୁ ଯାଅ, ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା ।
ଯିରିମିୟ 18 : 3 (ORV)
ତେବେ ମୁଁ କୁମ୍ଭକାର ଗୃହକୁ ଗଲି, ଆଉ ଦେଖ, ସେ ଚକ୍ରରେ ଆପଣା କର୍ମ କରୁଥିଲା ।
ଯିରିମିୟ 18 : 4 (ORV)
କୁମ୍ଭକାର ମୃତ୍ତିକାର ଯେଉଁ ପାତ୍ର ନିର୍ମାଣ କରୁଥିଲା, ତାହା ତାହାର ହସ୍ତରେ ବିଗିଡ଼ି ଯିବାରୁ କୁମ୍ଭକାର ତାହା ନେଇ ଆପଣା ଇଚ୍ଛାନୁସାରେ ଆଉ ଗୋଟିଏ ପାତ୍ର ନିର୍ମାଣ କଲା ।
ଯିରିମିୟ 18 : 5 (ORV)
ତହୁଁ ମୋʼ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 18 : 6 (ORV)
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଆମ୍ଭେ କି ଏହି କୁମ୍ଭକାର ପରି ତୁମ୍ଭ ପ୍ରତି କରି ନ ପାରୁ? ହେ ଇସ୍ରାଏଲ-ବଂଶ, ଦେଖ, ଯେପରି ମୃତ୍ତିକା କୁମ୍ଭକାରର ହସ୍ତରେ, ସେପରି ତୁମ୍ଭେମାନେ ଆମ୍ଭ ହସ୍ତରେ ଅଛ ।
ଯିରିମିୟ 18 : 7 (ORV)
ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଉତ୍ପାଟନ ଓ ଅଧଃପତନ ଓ ବିନାଶର କଥା କହିବାନ୍ତ
ଯିରିମିୟ 18 : 8 (ORV)
ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯେବେ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷା; ହେବା ।
ଯିରିମିୟ 18 : 9 (ORV)
ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା;
ଯିରିମିୟ 18 : 10 (ORV)
ସେତେବେଳେ ସେ ଯେବେ ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷା; ହେବା ।
ଯିରିମିୟ 18 : 11 (ORV)
ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର ।
ଯିରିମିୟ 18 : 12 (ORV)
ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା ।
ଯିରିମିୟ 18 : 13 (ORV)
ଏଣୁକରି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଏବେ ନାନା ଦେଶୀୟମାନଙ୍କ ମଧ୍ୟରେ ପଚାର, ଏପରି କଥା କିଏ ଶୁଣିଅଛି; ଇସ୍ରାଏଲର ଅନୂଢ଼ା କନ୍ୟା ଅତ୍ୟ; ରୋମାଞ୍ଚଜନକ କାର୍ଯ୍ୟ କରିଅଛି ।
ଯିରିମିୟ 18 : 14 (ORV)
ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ?
ଯିରିମିୟ 18 : 15 (ORV)
ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର (ଦେବଗଣର) ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
ଯିରିମିୟ 18 : 16 (ORV)
ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ ।
ଯିରିମିୟ 18 : 17 (ORV)
ଆମ୍ଭେ ଶତ୍ରୁ ସମ୍ମୁଖରେ ପୂର୍ବୀୟ ବାୟୁ ଦ୍ଵାରା ଛିନ୍ନ ହେଲା ପରି ସେମାନଙ୍କୁ ଛିନ୍ନଭିନ୍ନ କରିବା; ଆମ୍ଭେ ସେମାନଙ୍କ ବିପଦ ଦିନରେ ସେମାନଙ୍କ ପ୍ରତି ଅଭିମୁଖ ନ ହୋଇ ବିମୁଖ ହେବା ।
ଯିରିମିୟ 18 : 18 (ORV)
ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ । ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ ।
ଯିରିମିୟ 18 : 19 (ORV)
ହେ ସଦାପ୍ରଭୁ, ମୋʼ ପ୍ରତି ମନୋଯୋଗ କର ଓ ମୋʼ ସଙ୍ଗେ ବିରୋଧକାରୀମାନଙ୍କର କଥାରେ ଅବଧାନ କର ।
ଯିରିମିୟ 18 : 20 (ORV)
ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି । ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ତ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର ।
ଯିରିମିୟ 18 : 21 (ORV)
ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ଼୍‍ଗର ପରାକ୍ରମରେ ଛାଡ଼ିଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ଼୍‍ଗହତ ହେଉନ୍ତୁ ।
ଯିରିମିୟ 18 : 22 (ORV)
ତୁମ୍ଭେ ଯେଉଁ ସମୟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ଵର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋʼ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି ।
ଯିରିମିୟ 18 : 23 (ORV)
ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ନିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23

BG:

Opacity:

Color:


Size:


Font: