ଯିରିମିୟ 26 : 1 (ORV)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ରୁ ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 26 : 2 (ORV)
ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ ।
ଯିରିମିୟ 26 : 3 (ORV)
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା ।
ଯିରିମିୟ 26 : 4 (ORV)
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
ଯିରିମିୟ 26 : 5 (ORV)
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣକୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯେବେ ତୁମ୍ଭେମାନେ ମନୋଯୋଗ ନ କରିବ;
ଯିରିମିୟ 26 : 6 (ORV)
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା ।
ଯିରିମିୟ 26 : 7 (ORV)
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ ।
ଯିରିମିୟ 26 : 8 (ORV)
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚୟ ମରିବ ।
ଯିରିମିୟ 26 : 9 (ORV)
ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ? ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ରୁଣ୍ତ ହେଲେ ।
ଯିରିମିୟ 26 : 10 (ORV)
ଅନନ୍ତର ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ଵାରର ପ୍ରବେଶ ସ୍ଥାନରେ ବସିଲେ ।
ଯିରିମିୟ 26 : 11 (ORV)
ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, ଏହି ମନୁଷ୍ୟ ପ୍ରାଣଦଣ୍ତର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ଵକର୍ଣ୍ଣରେ ଶୁଣିଅଛ ।
ଯିରିମିୟ 26 : 12 (ORV)
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ ।
ଯିରିମିୟ 26 : 13 (ORV)
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷା; ହେବେ ।
ଯିରିମିୟ 26 : 14 (ORV)
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର ।
ଯିରିମିୟ 26 : 15 (ORV)
କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ ଓ ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ ।
ଯିରିମିୟ 26 : 16 (ORV)
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକ-ମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣକୁ କହିଲେ, ଏହି ମନୁଷ୍ୟ ପ୍ରାଣଦଣ୍ତର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି ।
ଯିରିମିୟ 26 : 17 (ORV)
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ, ଣ ପ୍ରେରିତ ୫:୩୪
ଯିରିମିୟ 26 : 18 (ORV)
ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ ।
ଯିରିମିୟ 26 : 19 (ORV)
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ ।
ଯିରିମିୟ 26 : 20 (ORV)
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟତ୍-ଯିୟାରୀମସ୍ଥ ସମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲା ।
ଯିରିମିୟ 26 : 21 (ORV)
ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇ ଗଲା ।
ଯିରିମିୟ 26 : 22 (ORV)
ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
ଯିରିମିୟ 26 : 23 (ORV)
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ଼୍‍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର-ସ୍ଥାନରେ ତାହାର ଶବ ପକାଇ ଦେଲା ।
ଯିରିମିୟ 26 : 24 (ORV)
ମାତ୍ର ଶାଫନର ପୁତ୍ର ଅହୀକାମ ଯିରିମୀୟଙ୍କର ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଲୋକମାନଙ୍କ ହସ୍ତରେ ସମର୍ପିତ ନୋହିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: