ଯିରିମିୟ 28 : 1 (ORV)
ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
ଯିରିମିୟ 28 : 2 (ORV)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ ।
ଯିରିମିୟ 28 : 3 (ORV)
ବାବିଲର ରାଜା ନବୂଖଦ୍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
ଯିରିମିୟ 28 : 4 (ORV)
ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା ।
ଯିରିମିୟ 28 : 5 (ORV)
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ପରମେଶ୍ଵରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ,
ଯିରିମିୟ 28 : 6 (ORV)
ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ ।
ଯିରିମିୟ 28 : 7 (ORV)
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ ।
ଯିରିମିୟ 28 : 8 (ORV)
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳରେ ଭବିଷ୍ୟଦ୍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛନ୍ତି ।
ଯିରିମିୟ 28 : 9 (ORV)
ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ ।
ଯିରିମିୟ 28 : 10 (ORV)
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା ।
ଯିରିମିୟ 28 : 11 (ORV)
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା । ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ ।
ଯିରିମିୟ 28 : 12 (ORV)
ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 28 : 13 (ORV)
ତୁମ୍ଭେ ଯାଇ ହନାନୀୟକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ ।
ଯିରିମିୟ 28 : 14 (ORV)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ ।
ଯିରିମିୟ 28 : 15 (ORV)
ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାକୁ କହିଲେ, ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ଵାସ କରାଉଅଛ ।
ଯିରିମିୟ 28 : 16 (ORV)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ ।
ଯିରିମିୟ 28 : 17 (ORV)
ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲା ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: