ଯିରିମିୟ 40 : 1 (ORV)
ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆ ଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
ଯିରିମିୟ 40 : 2 (ORV)
ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ:
ଯିରିମିୟ 40 : 3 (ORV)
ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।
ଯିରିମିୟ 40 : 4 (ORV)
ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି । ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ଵାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷା; ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ ।
ଯିରିମିୟ 40 : 5 (ORV)
ଯିରିମୀୟ ଫେରି ନ ଯାଉଣୁ ସେ ତାଙ୍କୁ କହିଲା, ତେବେ ତୁମ୍ଭେ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଫେରି ଯାଅ, ବାବିଲର ରାଜା ତାହାକୁ ଯିହୁଦାର ନଗରସମୂହର ଉପରେ ଶାସନକର୍ତ୍ତା ପଦରେ ନିଯୁକ୍ତ କରିଅଛି, ଆଉ ତୁମ୍ଭେ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କର; ଅବା ଯେକୌଣସି ସ୍ଥାନକୁ ଯିବା ପାଇଁ ତୁମ୍ଭକୁ ଉପଯୁକ୍ତ ଦିଶେ, ସେ ସ୍ଥାନକୁ ଯାଅ । ତହିଁରେ ପ୍ରହରୀବର୍ଗର ସେନାପତି ତାଙ୍କୁ ପାଥେୟ ଓ ପାରିତୋଷିକ ଦେଇ ବିଦାୟ କଲା ।
ଯିରିମିୟ 40 : 6 (ORV)
ତହିଁରେ ଯିରିମୀୟ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ ନିକଟକୁ ଯାଇ ଦେଶସ୍ଥ ଅବଶିଷ୍ଟ ଲୋକମାନଙ୍କ ମଧ୍ୟରେ ତାହା ସଙ୍ଗେ ବାସ କଲେ ।
ଯିରିମିୟ 40 : 7 (ORV)
ଏଉତ୍ତାରେ ଅହୀକାମର ପୁତ୍ର ଗଦଲୀୟକୁ ବାବିଲର ରାଜା ଦେଶର ଶାସନକର୍ତ୍ତା କରି ନିଯୁକ୍ତ କରିଅଛି ଓ ଯେଉଁମାନେ ବନ୍ଦୀ ହୋଇ ବାବିଲକୁ ନୀତ ହୋଇ ନାହାନ୍ତି, ଏପରି ସକଳ ପୁରୁଷ, ସ୍ତ୍ରୀ, ବାଳକ ଓ ବାଳିକା ଓ ଦେଶସ୍ଥ ଦରିଦ୍ରମାନଙ୍କର ଭାର ତାହା ହସ୍ତରେ ସମର୍ପଣ କରିଅଛି ବୋଲି ପଦାରେ ସ୍ଥିତ ସେନାପତିଗଣ ଓ ସେମାନଙ୍କର ଲୋକମାନେ ଶୁଣିଲେ ।
ଯିରିମିୟ 40 : 8 (ORV)
ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାତୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଗଲେ ।
ଯିରିମିୟ 40 : 9 (ORV)
ପୁଣି, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ ।
ଯିରିମିୟ 40 : 10 (ORV)
ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର ।
ଯିରିମିୟ 40 : 11 (ORV)
ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;
ଯିରିମିୟ 40 : 12 (ORV)
ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ ।
ଯିରିମିୟ 40 : 13 (ORV)
ଆହୁରି, କାରେହର ପୁତ୍ର ଯୋହାନନ୍ ଓ ପଦାରେ ଅବସ୍ଥିତ ସେନାପତିସକଳ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ,
ଯିରିମିୟ 40 : 14 (ORV)
ଆଉ ତାହାକୁ କହିଲେ, ଅମ୍ମୋନ-ସନ୍ତାନଗଣର ରାଜା ବାଲୀସ ଆପଣଙ୍କ ପ୍ରାଣ ନେବା ପାଇଁ ନଥନୀୟର ପୁତ୍ର ଇଶ୍ମାୟେଲକୁ ପଠାଇଅଛି ବୋଲି କି ଆପଣ ଜାଣନ୍ତି? ମାତ୍ର ଅହୀକାମର ପୁତ୍ର ଗଦଲୀୟ ସେମାନଙ୍କ କଥାରେ ବିଶ୍ଵାସ କଲା ନାହିଁ ।
ଯିରିମିୟ 40 : 15 (ORV)
ତହିଁରେ କାରେହର ପୁତ୍ର ଯୋହାନନ୍ ମିସ୍ପାରେ ଗଦଲୀୟକୁ ଗୋପନରେ କହିଲା, ଆପଣଙ୍କର ଅନୁମତି ହେଲେ ମୁଁ ଯାଇ ନଥନୀୟର ପୁତ୍ର ଇଶ୍ମାୟେଲକୁ ବଧ କରିବି, ଆଉ କେହି ତାହା ଜାଣିବ ନାହିଁ; ସେ କାହିଁକି ଆପଣଙ୍କୁ ବଧ କରିବ ଓ ତଦ୍ଦ୍ଵାରା ଆପଣଙ୍କ ନିକଟରେ ସଂଗୃହୀତ ଯିହୁଦୀୟ ସମସ୍ତେ ଛିନ୍ନଭିନ୍ନ ହୋଇଯିବେ ଓ ଯିହୁଦାର ଅବଶିଷ୍ଟାଂଶ ବିନଷ୍ଟ ହେବ?
ଯିରିମିୟ 40 : 16 (ORV)
ମାତ୍ର ଅହୀକାମର ପୁତ୍ର ଗଦଲୀୟ କାରେହର ପୁତ୍ର ଯୋହାନନ୍କୁ କହିଲା, ତୁମ୍ଭେ ଏ କାର୍ଯ୍ୟ କରିବ ନାହିଁ; କାରଣ ତୁମ୍ଭେ ଇଶ୍ମାୟେଲ ବିଷୟରେ ମିଥ୍ୟା କଥା କହୁଅଛ ।

1 2 3 4 5 6 7 8 9 10 11 12 13 14 15 16

BG:

Opacity:

Color:


Size:


Font: