ଯିରିମିୟ 42 : 1 (ORV)
ଏଥି ଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,
ଯିରିମିୟ 42 : 2 (ORV)
ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କର ନିବେଦନ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆପଣ ଆମ୍ଭମାନଙ୍କ ନିମନ୍ତେ, ଅର୍ଥାତ୍, ଅବଶିଷ୍ଟ ଏହିସକଳ ଲୋକଙ୍କ ନିମନ୍ତେ ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ; କାରଣ ଆପଣ ସ୍ଵଚକ୍ଷୁରେ ଆମ୍ଭମାନଙ୍କୁ ଦେଖୁଅଛନ୍ତି, ଆମ୍ଭେମାନେ ଅନେକ ଥିଲୁ, ଏବେ ଅଳ୍ପମାତ୍ର ରହିଅଛୁ ।
ଯିରିମିୟ 42 : 3 (ORV)
ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁଆପଣଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଜ୍ଞାତ କରାଇବେ ।
ଯିରିମିୟ 42 : 4 (ORV)
ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ ।
ଯିରିମିୟ 42 : 5 (ORV)
ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ଵସ୍ତ ସାକ୍ଷୀ ହେଉନ୍ତୁ ।
ଯିରିମିୟ 42 : 6 (ORV)
ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ ।
ଯିରିମିୟ 42 : 7 (ORV)
ଅନନ୍ତର ଦଶ ଦିନ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା ।
ଯିରିମିୟ 42 : 8 (ORV)
ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
ଯିରିମିୟ 42 : 9 (ORV)
ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
ଯିରିମିୟ 42 : 10 (ORV)
ଯେବେ ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଗାନ୍ଥିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷା; ହେଲୁ।
ଯିରିମିୟ 42 : 11 (ORV)
ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ ।
ଯିରିମିୟ 42 : 12 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଦୟା ପ୍ରଦାନ କରିବା, ତହିଁରେ ସେ ତୁମ୍ଭମାନଙ୍କ ପ୍ରତି ଦୟା ବହି ତୁମ୍ଭମାନଙ୍କ ଦେଶକୁ ତୁମ୍ଭମାନଙ୍କୁ ପ୍ରତ୍ୟାଗମନ କରାଇବ ।
ଯିରିମିୟ 42 : 13 (ORV)
ମାତ୍ର ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ନ ମାନି ଯେବେ କୁହ,
ଯିରିମିୟ 42 : 14 (ORV)
ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀଶଦ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା ।
ଯିରିମିୟ 42 : 15 (ORV)
ଏହେତୁ ହେ ଯିହୁଦାର ଅବଶିଷ୍ଟ ଲୋକେ, ତୁମ୍ଭେମାନେ ଏବେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ମିସରରେ ପ୍ରବେଶ କରିବା ପାଇଁ ନିତା; ଉତ୍ସୁକ ହୁଅ ଓ ସେଠାରେ ପ୍ରବାସ କରିବା ପାଇଁ ଯାଅ;
ଯିରିମିୟ 42 : 16 (ORV)
ତେବେ ଏହା ଘଟିବ ଯେ, ଯେଉଁ ଖଡ଼୍‍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ ।
ଯିରିମିୟ 42 : 17 (ORV)
ଯେଉଁମାନେ ମିସରକୁ ଯାଇ ସେଠାରେ ପ୍ରବାସ କରିବା ପାଇଁ ଉତ୍ସୁକ ହୁଅନ୍ତି, ସେସମସ୍ତ ଲୋକଙ୍କ ପ୍ରତି ଏହି ପକାରଘଟିବ; ସେମାନେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବେ; ପୁଣି, ଆମ୍ଭେ ସେମାନଙ୍କ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁରୁ ସେମାନଙ୍କ ମଧ୍ୟରେ କେହି ଉତ୍ତୀର୍ଣ୍ଣ ଅବା ରକ୍ଷାପ୍ରାପ୍ତ ହେବେ ନାହିଁ ।
ଯିରିମିୟ 42 : 18 (ORV)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ତ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ତ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ ।
ଯିରିମିୟ 42 : 19 (ORV)
ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ ।
ଯିରିମିୟ 42 : 20 (ORV)
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟକୁ ମୋତେ ପଠାଇ କହିଲ, ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ;
ଯିରିମିୟ 42 : 21 (ORV)
ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ ।
ଯିରିମିୟ 42 : 22 (ORV)
ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: