ଯିରିମିୟ 6 : 1 (ORV)
ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି ।
ଯିରିମିୟ 6 : 2 (ORV)
ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟାକୁ ଆମ୍ଭେ ସଂହାର କରିବା ।
ଯିରିମିୟ 6 : 3 (ORV)
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ ।
ଯିରିମିୟ 6 : 4 (ORV)
ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି ।
ଯିରିମିୟ 6 : 5 (ORV)
ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ ।
ଯିରିମିୟ 6 : 6 (ORV)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ତୁମ୍ଭେମାନେ ବୃକ୍ଷ କାଟି ଯିରୂଶାଲମର ପ୍ରତିକୂଳରେ ବନ୍ଧ ବାନ୍ଧ; ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ; ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ ।
ଯିରିମିୟ 6 : 7 (ORV)
ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ ।
ଯିରିମିୟ 6 : 8 (ORV)
ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଭିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା ।
ଯିରିମିୟ 6 : 9 (ORV)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀର ନ୍ୟାୟ ପୁନଃ ପୁନଃ ଆପଣା ହସ୍ତ ଟୋକାଇରେ ଦିଅ ।
ଯିରିମିୟ 6 : 10 (ORV)
ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ ।
ଯିରିମିୟ 6 : 11 (ORV)
ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳା; ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ଵାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ ।
ଯିରିମିୟ 6 : 12 (ORV)
ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା ।
ଯିରିମିୟ 6 : 13 (ORV)
ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍-ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି ।
ଯିରିମିୟ 6 : 14 (ORV)
ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି ।
ଯିରିମିୟ 6 : 15 (ORV)
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ ।
ଯିରିମିୟ 6 : 16 (ORV)
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ ।
ଯିରିମିୟ 6 : 17 (ORV)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ପ୍ରହରୀଗଣ ନିଯୁକ୍ତ କରି କହିଲୁ, ତୂରୀର ଶଦ୍ଦ ଶୁଣ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ଶୁଣିବା ନାହିଁ ।
ଯିରିମିୟ 6 : 18 (ORV)
ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ ।
ଯିରିମିୟ 6 : 19 (ORV)
ହେ ପୃଥିବୀ, ଶୁଣନ୍ତ ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ⇧ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି ।
ଯିରିମିୟ 6 : 20 (ORV)
ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ ।
ଯିରିମିୟ 6 : 21 (ORV)
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ଵାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ ।
ଯିରିମିୟ 6 : 22 (ORV)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ ।
ଯିରିମିୟ 6 : 23 (ORV)
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜନ କରେ ଓ ସେମାନେ ଅଶ୍ଵାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି ।
ଯିରିମିୟ 6 : 24 (ORV)
ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରା; କରିଅଛି ।
ଯିରିମିୟ 6 : 25 (ORV)
ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ଼୍‍ଗ ଓ ଆଶଙ୍କା ଅଛି ।
ଯିରିମିୟ 6 : 26 (ORV)
ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର⇧; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ ।
ଯିରିମିୟ 6 : 27 (ORV)
ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ ।
ଯିରିମିୟ 6 : 28 (ORV)
ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି⇧; ସେସମସ୍ତେ ଭ୍ରଷ୍ଟାଚାରୀ ।
ଯିରିମିୟ 6 : 29 (ORV)
ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି ।
ଯିରିମିୟ 6 : 30 (ORV)
ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: