ଯିରିମିୟ 8 : 1 (ORV)
ସଦାପ୍ରଭୁ କହନ୍ତି, ସେସମୟରେ ଲୋକମାନେ ଯିହୁଦାର ରାଜଗଣର ଅସ୍ଥି ଓ ତାହାର ଅଧିପତି- ଗଣର ଅସ୍ଥି, ଯାଜକଗଣର ଅସ୍ଥି, ଭବିଷ୍ୟଦ୍-ବକ୍ତାଗଣର ଅସ୍ଥି ଓ ଯିରୂଶାଲମ ନିବାସୀଗଣର ଅସ୍ଥି ସେମାନଙ୍କ କବରରୁ ବାହାର କରିବେ ।
ଯିରିମିୟ 8 : 2 (ORV)
ଆଉ, ସେମାନେ ସୂର୍ଯ୍ୟ ଓ ଚନ୍ଦ୍ର ଓ ଆକାଶର ଯେଉଁ ସୈନ୍ୟସମୂହକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ଵେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ନୋହିବ; ସେସବୁ ଭୂମିରେ ଖତ ତୁଲ୍ୟ ହେବ ।
ଯିରିମିୟ 8 : 3 (ORV)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ ।
ଯିରିମିୟ 8 : 4 (ORV)
ଆହୁରି, ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ ପଡ଼ିଲେ, କʼଣ ଆଉ ଉଠେ ନାହିଁ? ବିପଥରେ ଗଲେ, କʼଣ ଆଉ ଫେରେ ନାହିଁ?
ଯିରିମିୟ 8 : 5 (ORV)
ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ ।
ଯିରିମିୟ 8 : 6 (ORV)
ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ ।
ଯିରିମିୟ 8 : 7 (ORV)
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ ।
ଯିରିମିୟ 8 : 8 (ORV)
ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି ।
ଯିରିମିୟ 8 : 9 (ORV)
ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର?
ଯିରିମିୟ 8 : 10 (ORV)
ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି ।
ଯିରିମିୟ 8 : 11 (ORV)
ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି ।
ଯିରିମିୟ 8 : 12 (ORV)
ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ ।
ଯିରିମିୟ 8 : 13 (ORV)
ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମିରି ବୃକ୍ଷରେ ଡିମିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ ।
ଯିରିମିୟ 8 : 14 (ORV)
ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି ।
ଯିରିମିୟ 8 : 15 (ORV)
ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ନୋହିଲା; ଆରୋଗ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
ଯିରିମିୟ 8 : 16 (ORV)
ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;
ଯିରିମିୟ 8 : 17 (ORV)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି ।
ଯିରିମିୟ 8 : 18 (ORV)
ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ଵନା କରି ପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ ।
ଯିରିମିୟ 8 : 19 (ORV)
ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?
ଯିରିମିୟ 8 : 20 (ORV)
ଶସ୍ୟ-ସଂଗ୍ରହର ସମୟ ଗତ ହେଲା, ଗ୍ରୀଷ୍ମକାଳ ଶେଷ ହେଲା, ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହୋଇ ନାହିଁ ।
ଯିରିମିୟ 8 : 21 (ORV)
ମୁଁ ଆପଣା ଲୋକମାନଙ୍କ କନ୍ୟାର ଦୁଃଖ ସକାଶୁ ଦୁଃଖିତ; ମୁଁ ମଳିନ; ବିସ୍ମୟତା ମୋତେ ଆକ୍ରା; କରିଅଛି ।
ଯିରିମିୟ 8 : 22 (ORV)
ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: