ଯୋହନଲିଖିତ ସୁସମାଚାର 2 : 1 (ORV)
ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ।;
ଯୋହନଲିଖିତ ସୁସମାଚାର 2 : 2 (ORV)
ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।
ଯୋହନଲିଖିତ ସୁସମାଚାର 2 : 3 (ORV)
ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ ।
ଯୋହନଲିଖିତ ସୁସମାଚାର 2 : 4 (ORV)
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
ଯୋହନଲିଖିତ ସୁସମାଚାର 2 : 5 (ORV)
ତାହାଙ୍କ ମାତା ପରିଚାରକମାନଙ୍କୁ କହିଲେ, ସେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା କର ।
ଯୋହନଲିଖିତ ସୁସମାଚାର 2 : 6 (ORV)
ଆଉ, ସେଠାରେ ଯିହୁଦୀମାନଙ୍କ ଶୁଚିକରଣ ରୀତି ଅନୁସାରେ ଦୁଇ ବା ତିନି ମହଣିଆ ଛଅଗୋଟା ପଥର ଜାହାଲା ରଖାଯାଇଥିଲା ।
ଯୋହନଲିଖିତ ସୁସମାଚାର 2 : 7 (ORV)
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।
ଯୋହନଲିଖିତ ସୁସମାଚାର 2 : 8 (ORV)
ଆଉ, ସେ ସେମାନଙ୍କୁ କହିଲେ, ଏବେ କାଢ଼ି ନେଇ ଭୋଜର ଅଧ୍ୟକ୍ଷଙ୍କ ନିକଟକୁ ଘେନିଯାଅ । ସେଥିରେ ସେମାନେ ଘେନିଗଲେ ।
ଯୋହନଲିଖିତ ସୁସମାଚାର 2 : 9 (ORV)
ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସ ହୋଇଥିବା ସେହି ପାଣିକି ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,
ଯୋହନଲିଖିତ ସୁସମାଚାର 2 : 10 (ORV)
ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ ।
ଯୋହନଲିଖିତ ସୁସମାଚାର 2 : 11 (ORV)
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ ।
ଯୋହନଲିଖିତ ସୁସମାଚାର 2 : 12 (ORV)
ଏଥିଉତ୍ତାରେ ସେ ଆପଣା ମାତା, ଭ୍ରାତୃବୃନ୍ଦ ଓ ଶିଷ୍ୟମାନଙ୍କ ସହିତ କଫର୍ନାହୂମକୁ ଗଲେ; ପୁଣି, ସେମାନେ ସେଠାରେ ଅଧିକ ଦିନ ରହିଲେ ନାହିଁ ।
ଯୋହନଲିଖିତ ସୁସମାଚାର 2 : 13 (ORV)
ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।
ଯୋହନଲିଖିତ ସୁସମାଚାର 2 : 14 (ORV)
ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
ଯୋହନଲିଖିତ ସୁସମାଚାର 2 : 15 (ORV)
ପୁଣି, ମୁଦ୍ରା ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇପକାଇଲେ;
ଯୋହନଲିଖିତ ସୁସମାଚାର 2 : 16 (ORV)
ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।
ଯୋହନଲିଖିତ ସୁସମାଚାର 2 : 17 (ORV)
ତୁମ୍ଭ ଗୃହ ନିମନ୍ତେ ଉଦ୍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।
ଯୋହନଲିଖିତ ସୁସମାଚାର 2 : 18 (ORV)
ସେଥିରେ ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯେ ଏସମସ୍ତ କରିବାକୁ ଅଧିକାର ପାଇଅଛ, ଆମ୍ଭ-ମାନଙ୍କୁ ସେଥିର କି ଚିହ୍ନ ଦେଖାଉଅଛ?
ଯୋହନଲିଖିତ ସୁସମାଚାର 2 : 19 (ORV)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
ଯୋହନଲିଖିତ ସୁସମାଚାର 2 : 20 (ORV)
ସେଥିରେ ଯିହୁଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ଛୟାଳିଶ ବର୍ଷ ଲାଗିଅଛି; ଆଉ ତୁମ୍ଭେ କଅଣ ତାହାକୁ ତିନି ଦିନରେ ତୋଳି ଦେବ?
ଯୋହନଲିଖିତ ସୁସମାଚାର 2 : 21 (ORV)
କିନ୍ତୁ ସେ ଆପଣା ଶରୀରରୂପ ମନ୍ଦିର ସମ୍ଵନ୍ଧରେ କହୁଥିଲେ ।
ଯୋହନଲିଖିତ ସୁସମାଚାର 2 : 22 (ORV)
ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ ।
ଯୋହନଲିଖିତ ସୁସମାଚାର 2 : 23 (ORV)
ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବାବେଳେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟକର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ଵାସ କଲେ,
ଯୋହନଲିଖିତ ସୁସମାଚାର 2 : 24 (ORV)
କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ଵାସ ନ କରି ସେମାନଙ୍କ-ଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
ଯୋହନଲିଖିତ ସୁସମାଚାର 2 : 25 (ORV)
ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣୁଥିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: