ଯୂନସ 3 : 1 (ORV)
ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
ଯୂନସ 3 : 2 (ORV)
ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର ।
ଯୂନସ 3 : 3 (ORV)
ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ । ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା ।
ଯୂନସ 3 : 4 (ORV)
ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ ।
ଯୂନସ 3 : 5 (ORV)
ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ ।
ଯୂନସ 3 : 6 (ORV)
ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା ।
ଯୂନସ 3 : 7 (ORV)
ପୁଣି, ରାଜାର ଓ ଅଧ୍ୟକ୍ଷଗଣର ଆଜ୍ଞାନୁସାରେ ସେ ନୀନିବୀର ସର୍ବତ୍ର ଏହି କଥା ଘୋଷଣା ଓ ପ୍ରଚାର କରାଇଲା, ଯଥା, ମନୁଷ୍ୟ କି ପଶୁ କିଅବା ଗୋମେଷାଦି ପଲ କେହି କିଛି ଆସ୍ଵାଦନ ନ କରୁ; ସେମାନେ ଭୋଜନ କି ଜଳ-ପାନ ନ କରନ୍ତୁ;
ଯୂନସ 3 : 8 (ORV)
ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ ।
ଯୂନସ 3 : 9 (ORV)
କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା ।
ଯୂନସ 3 : 10 (ORV)
ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ ।

1 2 3 4 5 6 7 8 9 10