ଯୂନସ 4 : 1 (ORV)
ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ ।
ଯୂନସ 4 : 2 (ORV)
ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ଵଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ଵର ଅଟ, ଏହା ମୁଁ ଜାଣିଲି ।
ଯୂନସ 4 : 3 (ORV)
ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।
ଯୂନସ 4 : 4 (ORV)
ତହିଁରେ ସଦାପ୍ରଭୁ କହିଲେ, ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ?
ଯୂନସ 4 : 5 (ORV)
ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ ।
ଯୂନସ 4 : 6 (ORV)
ତହିଁରେ ସଦାପ୍ରଭୁ ପରମେଶ୍ଵର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ । ଏଥିରେ ଯୁନସ ସେହି କଖାରୁଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ ।
ଯୂନସ 4 : 7 (ORV)
ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା ।
ଯୂନସ 4 : 8 (ORV)
ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ଵର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳା; ହୋଇ ଆପଣାର ମୃତ୍ୟୁ ପ୍ରାର୍ଥନା କରି କହିଲେ, ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ ।
ଯୂନସ 4 : 9 (ORV)
ଏଥିରେ ପରମେଶ୍ଵର ଯୂନସଙ୍କୁ କହିଲେ, ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ? ତହିଁରେ ସେ କହିଲେ, ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ ।
ଯୂନସ 4 : 10 (ORV)
ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା ।
ଯୂନସ 4 : 11 (ORV)
ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?

1 2 3 4 5 6 7 8 9 10 11