ଯିହୋଶୂୟ 13 : 1 (ORV)
ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି ।
ଯିହୋଶୂୟ 13 : 2 (ORV)
ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ତଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
ଯିହୋଶୂୟ 13 : 3 (ORV)
ଅର୍ଥାତ୍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍ଦୋଦୀୟ, ଅସ୍କିଲୋନୀୟ, ଗାତୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
ଯିହୋଶୂୟ 13 : 4 (ORV)
ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ⇧ ସୀଦୋନୀୟମାନଙ୍କ ଅଧୀନ ମୀୟାରା ।
ଯିହୋଶୂୟ 13 : 5 (ORV)
ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ୍ ।
ଯିହୋଶୂୟ 13 : 6 (ORV)
ଲିବାନୋନ୍‍ଠାରୁ ମିଷ୍ରଫୋତ୍ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ ।
ଯିହୋଶୂୟ 13 : 7 (ORV)
ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଦେଶ ବିଭାଗ କରି ଦିଅ ।
ଯିହୋଶୂୟ 13 : 8 (ORV)
ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
ଯିହୋଶୂୟ 13 : 9 (ORV)
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
ଯିହୋଶୂୟ 13 : 10 (ORV)
ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
ଯିହୋଶୂୟ 13 : 11 (ORV)
ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
ଯିହୋଶୂୟ 13 : 12 (ORV)
ଅର୍ଥାତ୍, ଅଷ୍ଟାରୋତରେ ଓ ଇଦ୍ରିୟୀରେ ରାଜତ୍ଵକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ ।
ଯିହୋଶୂୟ 13 : 13 (ORV)
ତଥାପି ଇସ୍ରାଏଲ-ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି ।
ଯିହୋଶୂୟ 13 : 14 (ORV)
କେବଳ ଲେବୀ ବଂଶକୁ ସେ କିଛି ଅଧିକାର ଦେଲେ ନାହିଁ; ତାହା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଅଗ୍ନିକୃତ ଉପହାର ତାହାର ଅଧିକାର ହେଲା ।
ଯିହୋଶୂୟ 13 : 15 (ORV)
ପୁଣି ମୋଶା ରୁବେନ୍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ ।
ଯିହୋଶୂୟ 13 : 16 (ORV)
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି⇧;
ଯିହୋଶୂୟ 13 : 17 (ORV)
ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈଥ୍ବାଲ-ମିୟୋନ,
ଯିହୋଶୂୟ 13 : 18 (ORV)
ଯହସ୍ ଓ କଦେମୋତ୍ ଓ ମେଫାତ୍ ଗଣ. ୨୧:୨୩
ଯିହୋଶୂୟ 13 : 19 (ORV)
ଓ କିରୀୟାଥୟିମ୍ ଓ ସିବ୍ମା ଓ ତଳଭୂମିର ପର୍ବତସ୍ଥ ସେରତ୍ ସହର
ଯିହୋଶୂୟ 13 : 20 (ORV)
ଓ ବୈଥ୍ପିୟୋର ଓ ଅସଦୋତ୍-ପିସ୍ଗା ଓ ବୈଥ୍-ଯିଶିମୋତ୍, ତହିଁର ଏହି ସମସ୍ତ ନଗର ।
ଯିହୋଶୂୟ 13 : 21 (ORV)
ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ ।
ଯିହୋଶୂୟ 13 : 22 (ORV)
ଇସ୍ରାଏଲ-ସନ୍ତାନଗଣ ଖଡ଼୍‍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍କୁ ମଧ୍ୟ ବଧ କରିଥିଲେ ।
ଯିହୋଶୂୟ 13 : 23 (ORV)
ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍-ସନ୍ତାନଗଣର ସୀମା ଥିଲା, ରୁବେନ୍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା ।
ଯିହୋଶୂୟ 13 : 24 (ORV)
ଆଉ ମୋଶା ଗାଦ୍ ବଂଶୀୟ ଗାଦ୍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ ।
ଯିହୋଶୂୟ 13 : 25 (ORV)
ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା ।
ଯିହୋଶୂୟ 13 : 26 (ORV)
ପୁଣି ହିଷ୍ବୋନଠାରୁ ରାମତ୍-ମିସ୍ପୀ ଓ ବଟନୀମ୍ ପର୍ଯ୍ୟନ୍ତ ଓ ମହନୟୀମଠାରୁ ଦବୀର ସୀମା ପର୍ଯ୍ୟନ୍ତ
ଯିହୋଶୂୟ 13 : 27 (ORV)
ଓ ତଳଭୂମିରେ ବୈଥାରମ୍ ଓ ବୈଥ୍ନିମ୍ରା ଓ ସୁକ୍କୋତ ଓ ସାଫୋନ୍ ଓ ହିଷ୍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍ ହ୍ରଦର ପ୍ରା; ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ।
ଯିହୋଶୂୟ 13 : 28 (ORV)
ଗାଦ୍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା ।
ଯିହୋଶୂୟ 13 : 29 (ORV)
ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା ।
ଯିହୋଶୂୟ 13 : 30 (ORV)
ସେମାନଙ୍କର ସୀମା ମହନୟୀମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର;
ଯିହୋଶୂୟ 13 : 31 (ORV)
ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍ ଓ ଇଦ୍ରିୟୀ, ଓଗ୍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର-ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା ।
ଯିହୋଶୂୟ 13 : 32 (ORV)
ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ ।
ଯିହୋଶୂୟ 13 : 33 (ORV)
ମାତ୍ର ମୋଶା ଲେବୀ ବଂଶକୁ କୌଣସି ଅଧିକାର ଦେଲେ ନାହିଁ । ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ସେମାନଙ୍କ ପ୍ରତି ଆପଣା ବାକ୍ୟାନୁସାରେ ସେମାନଙ୍କ ଅଧିକାର ଅଟନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: