ଯିହୋଶୂୟ 17 : 1 (ORV)
ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା । ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା ।
ଯିହୋଶୂୟ 17 : 2 (ORV)
ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରାୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ ।
ଯିହୋଶୂୟ 17 : 3 (ORV)
ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍‍କା ଓ ତିର୍ସା ।
ଯିହୋଶୂୟ 17 : 4 (ORV)
ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ ।
ଯିହୋଶୂୟ 17 : 5 (ORV)
ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା ।
ଯିହୋଶୂୟ 17 : 6 (ORV)
କାରଣ ମନଃଶିର କନ୍ୟାମାନେ ତାହାର ପୁତ୍ରମାନଙ୍କ ମଧ୍ୟରେ ଅଧିକାର ପାଇଲେ; ପୁଣି ଗିଲୀୟଦ ଦେଶ ମନଃଶିର ଅବଶିଷ୍ଟ ପୁତ୍ରମାନଙ୍କର ହେଲା ।
ଯିହୋଶୂୟ 17 : 7 (ORV)
ମନଃଶିର ସୀମା ଆଶେର୍ଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା ।
ଯିହୋଶୂୟ 17 : 8 (ORV)
ତପୂହ ଦେଶ ମନଃଶିର ହେଲା; ମାତ୍ର ମନଃଶିର ସୀମାନ୍ତର୍ଗତ ତପୂହ ନଗର ଇଫ୍ରୟିମ-ସନ୍ତାନଗଣର ହେଲା ।
ଯିହୋଶୂୟ 17 : 9 (ORV)
ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା ।
ଯିହୋଶୂୟ 17 : 10 (ORV)
ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର୍ ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା ।
ଯିହୋଶୂୟ 17 : 11 (ORV)
ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା ।
ଯିହୋଶୂୟ 17 : 12 (ORV)
ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ ।
ଯିହୋଶୂୟ 17 : 13 (ORV)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରା; ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ନିଃଶେଷ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ ।
ଯିହୋଶୂୟ 17 : 14 (ORV)
ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁପ୍ରଜ ହୋଇଅଛୁ ।
ଯିହୋଶୂୟ 17 : 15 (ORV)
ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁପ୍ରଜ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପିରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ ।
ଯିହୋଶୂୟ 17 : 16 (ORV)
ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳ-ଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ-ରଥ ଅଛି ।
ଯିହୋଶୂୟ 17 : 17 (ORV)
ତହିଁରେ ଯିହୋଶୂୟ ଯୋଷେଫଙ୍କର ବଂଶ ଇଫ୍ରୟିମ ଓ ମନଃଶିକି କହିଲେ, ତୁମ୍ଭେ ବହୁପ୍ରଜ ଓ ତୁମ୍ଭର ମହାପରାକ୍ରମ ଅଛି; ତୁମ୍ଭେ କେବଳ ଏକ ବାଣ୍ଟ ପାଇବ ନାହିଁ ।
ଯିହୋଶୂୟ 17 : 18 (ORV)
ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ; ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେ ହେଁ ଓ ସେମାନେ ପରାକ୍ରା; ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: