ବିଚାରକର୍ତାମାନଙ୍କ ବିବରଣ 17 : 1 (ORV)
ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା ।
ବିଚାରକର୍ତାମାନଙ୍କ ବିବରଣ 17 : 2 (ORV)
ସେ ଆପଣା ମାତାକୁ କହିଲା, ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ତ ରୂପା ନିଆ ଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର କତିରେ ଅଛି, ମୁଁ ତାହା ନେଇଅଛି; ତହିଁରେ ତାହାର ମାତା କହିଲା, ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ହେଉ ।
ବିଚାରକର୍ତାମାନଙ୍କ ବିବରଣ 17 : 3 (ORV)
ଏଥିରେ ସେ ସେହି ଏଗାର ଶହ ଖଣ୍ତ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତା; ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି ।
ବିଚାରକର୍ତାମାନଙ୍କ ବିବରଣ 17 : 4 (ORV)
ସେ ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ତ ରୂପା ସୁନାରୀକି ଦିଅନ୍ତେ, ସେ ଗୋଟିଏ ଖୋଳା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା ।
ବିଚାରକର୍ତାମାନଙ୍କ ବିବରଣ 17 : 5 (ORV)
ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା ।
ବିଚାରକର୍ତାମାନଙ୍କ ବିବରଣ 17 : 6 (ORV)
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା ।
ବିଚାରକର୍ତାମାନଙ୍କ ବିବରଣ 17 : 7 (ORV)
ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା ।
ବିଚାରକର୍ତାମାନଙ୍କ ବିବରଣ 17 : 8 (ORV)
ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା ।
ବିଚାରକର୍ତାମାନଙ୍କ ବିବରଣ 17 : 9 (ORV)
ତହିଁରେ ମୀଖା ତାହାକୁ ପଚାରିଲା, ତୁମ୍ଭେ କେଉଁଠାରୁ ଆସିଲ? ସେ ଉତ୍ତର କଲା, ମୁଁ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି ।
ବିଚାରକର୍ତାମାନଙ୍କ ବିବରଣ 17 : 10 (ORV)
ତହିଁରେ ମୀଖା ତାହାକୁ କହିଲା, ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ତ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି । ତହିଁରେ ସେ ଲେବୀୟ ଲୋକ ଗଲା ।
ବିଚାରକର୍ତାମାନଙ୍କ ବିବରଣ 17 : 11 (ORV)
ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା ।
ବିଚାରକର୍ତାମାନଙ୍କ ବିବରଣ 17 : 12 (ORV)
ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା ।
ବିଚାରକର୍ତାମାନଙ୍କ ବିବରଣ 17 : 13 (ORV)
ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି ।
❮
❯