ଲେବୀୟ ପୁସ୍ତକ 22 : 1 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 22 : 2 (ORV)
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ଵାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କର ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
ଲେବୀୟ ପୁସ୍ତକ 22 : 3 (ORV)
ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ ।
ଲେବୀୟ ପୁସ୍ତକ 22 : 4 (ORV)
ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନୋହିବା ଯାଏ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ । ଯେକେହି ଶବ ଦ୍ଵାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଏଁ;
ଲେବୀୟ ପୁସ୍ତକ 22 : 5 (ORV)
ଅଥବା ଯାହା ଦ୍ଵାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଏଁ,
ଲେବୀୟ ପୁସ୍ତକ 22 : 6 (ORV)
ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
ଲେବୀୟ ପୁସ୍ତକ 22 : 7 (ORV)
ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ ।
ଲେବୀୟ ପୁସ୍ତକ 22 : 8 (ORV)
ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ଵୟଂମୃତ ବା ପଶୁ ଦ୍ଵାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
ଲେବୀୟ ପୁସ୍ତକ 22 : 9 (ORV)
ଏହେତୁ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ପାପ ବହିବେ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ।
ଲେବୀୟ ପୁସ୍ତକ 22 : 10 (ORV)
ଆଉ, ଅନ୍ୟ ବଂଶୀୟ କୌଣସି ଲୋକ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ; ଯାଜକର ଗୃହରେ ପ୍ରବାସକାରୀ ଅବା ବର୍ତ୍ତନଜୀବୀ ଦାସ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ ।
ଲେବୀୟ ପୁସ୍ତକ 22 : 11 (ORV)
ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ ।
ଲେବୀୟ ପୁସ୍ତକ 22 : 12 (ORV)
ଆଉ ଯାଜକର କନ୍ୟା ଯେବେ କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ ।
ଲେବୀୟ ପୁସ୍ତକ 22 : 13 (ORV)
ମାତ୍ର ଯାଜକର କନ୍ୟା ଯେବେ ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନା ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥାର ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ ।
ଲେବୀୟ ପୁସ୍ତକ 22 : 14 (ORV)
ଆଉ, ଯେବେ କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ ।
ଲେବୀୟ ପୁସ୍ତକ 22 : 15 (ORV)
ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ;
ଲେବୀୟ ପୁସ୍ତକ 22 : 16 (ORV)
ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ ।
ଲେବୀୟ ପୁସ୍ତକ 22 : 17 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 22 : 18 (ORV)
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
ଲେବୀୟ ପୁସ୍ତକ 22 : 19 (ORV)
ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁଣ ପୁଂପଶୁ ଉତ୍ସର୍ଗ କରିବେ ।
ଲେବୀୟ ପୁସ୍ତକ 22 : 20 (ORV)
ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ ।
ଲେବୀୟ ପୁସ୍ତକ 22 : 21 (ORV)
ଆଉ, କୌଣସି ଲୋକ ଯେବେ ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ ଅବା ପଲରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁଣ ହେବ; ତାହାଠାରେ କୌଣସି ଖୁଣ ନ ଥିବ ।
ଲେବୀୟ ପୁସ୍ତକ 22 : 22 (ORV)
ଅନ୍ଧ କି ଭଗ୍ନ କି ଛୋଟା କି ଆବୁଆ କି ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ ।
ଲେବୀୟ ପୁସ୍ତକ 22 : 23 (ORV)
ତୁମ୍ଭେ ଅଧିକାଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ ।
ଲେବୀୟ ପୁସ୍ତକ 22 : 24 (ORV)
ଆଉ, ଯାହାର କୋଷ ମଳା କି ଛେଚା କି ଭଙ୍ଗା କି କଟା, ଏପରି (ପଶୁ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ; କିଅବା ତୁମ୍ଭେମାନେ ଆପଣା ଦେଶରେ ଏପରି କରିବ ନାହିଁ ।
ଲେବୀୟ ପୁସ୍ତକ 22 : 25 (ORV)
କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ଵରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କ-ଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ ।
ଲେବୀୟ ପୁସ୍ତକ 22 : 26 (ORV)
ଆଉ, ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 22 : 27 (ORV)
ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ ।
ଲେବୀୟ ପୁସ୍ତକ 22 : 28 (ORV)
ଆଉ, ଗାଈ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କି ବଧ କରିବ ନାହିଁ ।
ଲେବୀୟ ପୁସ୍ତକ 22 : 29 (ORV)
ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ ।
ଲେବୀୟ ପୁସ୍ତକ 22 : 30 (ORV)
ସେହିଦିନରେ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
ଲେବୀୟ ପୁସ୍ତକ 22 : 31 (ORV)
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
ଲେବୀୟ ପୁସ୍ତକ 22 : 32 (ORV)
ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା;
ଲେବୀୟ ପୁସ୍ତକ 22 : 33 (ORV)
ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33

BG:

Opacity:

Color:


Size:


Font: