ଲେବୀୟ ପୁସ୍ତକ 3 : 1 (ORV)
ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁ; ପଶୁ ଆଣିବ ।
ଲେବୀୟ ପୁସ୍ତକ 3 : 2 (ORV)
ପୁଣି, ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚାରିଆଡ଼େ ଛିଞ୍ଚିବେ ।
ଲେବୀୟ ପୁସ୍ତକ 3 : 3 (ORV)
ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ
ଲେବୀୟ ପୁସ୍ତକ 3 : 4 (ORV)
ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
ଲେବୀୟ ପୁସ୍ତକ 3 : 5 (ORV)
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ।
ଲେବୀୟ ପୁସ୍ତକ 3 : 6 (ORV)
ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁ; ଅଣ୍ତିରା କି ମାଈ ପଶୁ ଉତ୍ସର୍ଗ କରିବ।
ଲେବୀୟ ପୁସ୍ତକ 3 : 7 (ORV)
ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
ଲେବୀୟ ପୁସ୍ତକ 3 : 8 (ORV)
ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ । ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
ଲେବୀୟ ପୁସ୍ତକ 3 : 9 (ORV)
ଏଉତ୍ତାରୁ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ତ ନିକଟରୁ ନେବ ଓ ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର ଉପରିସ୍ଥ ସମସ୍ତ ମେଦ
ଲେବୀୟ ପୁସ୍ତକ 3 : 10 (ORV)
ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥିତ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
ଲେବୀୟ ପୁସ୍ତକ 3 : 11 (ORV)
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ ।
ଲେବୀୟ ପୁସ୍ତକ 3 : 12 (ORV)
ଆଉ, କେହି ଯେବେ ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
ଲେବୀୟ ପୁସ୍ତକ 3 : 13 (ORV)
ପୁଣି, ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
ଲେବୀୟ ପୁସ୍ତକ 3 : 14 (ORV)
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ
ଲେବୀୟ ପୁସ୍ତକ 3 : 15 (ORV)
ଓ ଦୁଇ ଗୁରୁଦା ଓ ତାହାର ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ ।
ଲେବୀୟ ପୁସ୍ତକ 3 : 16 (ORV)
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର ।
ଲେବୀୟ ପୁସ୍ତକ 3 : 17 (ORV)
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: