ଲୂକଲିଖିତ ସୁସମାଚାର 4 : 1 (ORV)
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ବାହୁଡ଼ିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ଵାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ କର୍ତ୍ତୃକ ପରୀକ୍ଷିତ ହେଉଥିଲେ ।
ଲୂକଲିଖିତ ସୁସମାଚାର 4 : 2 (ORV)
ସେହିସମସ୍ତ ଦିନ ସେ କିଛି ଭୋଜନ କଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ ।
ଲୂକଲିଖିତ ସୁସମାଚାର 4 : 3 (ORV)
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏହି ପଥରକୁ ରୋଟୀ ହେବା ପାଇଁ ଆଜ୍ଞା ଦିଅ ।
ଲୂକଲିଖିତ ସୁସମାଚାର 4 : 4 (ORV)
ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ ।
ଲୂକଲିଖିତ ସୁସମାଚାର 4 : 5 (ORV)
ଆଉ, ସେ ତାହାଙ୍କୁ ଉପରକୁ ଘେନିଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା ।
ଲୂକଲିଖିତ ସୁସମାଚାର 4 : 6 (ORV)
ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ଵର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ ।
ଲୂକଲିଖିତ ସୁସମାଚାର 4 : 7 (ORV)
ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ ।
ଲୂକଲିଖିତ ସୁସମାଚାର 4 : 8 (ORV)
ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।
ଲୂକଲିଖିତ ସୁସମାଚାର 4 : 9 (ORV)
ପୁଣି, ସେ ତାହାଙ୍କୁ ଯିରୂଶାଲମକୁ ଘେନିଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼;
ଲୂକଲିଖିତ ସୁସମାଚାର 4 : 10 (ORV)
କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;
ଲୂକଲିଖିତ ସୁସମାଚାର 4 : 11 (ORV)
ଆଉ ଲେଖା ଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।
ଲୂକଲିଖିତ ସୁସମାଚାର 4 : 12 (ORV)
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଉକ୍ତ ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ ।
ଲୂକଲିଖିତ ସୁସମାଚାର 4 : 13 (ORV)
ଶୟତାନ ସମସ୍ତ ପ୍ରକାର ପରୀକ୍ଷା ସମାପ୍ତ କଲା ଉତ୍ତାରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲା ।
ଲୂକଲିଖିତ ସୁସମାଚାର 4 : 14 (ORV)
ଏଥିଉତ୍ତାରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକି ବାହୁଡ଼ିଗଲେ, ଆଉ ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ତାହାଙ୍କର ଖ୍ୟାତି ବ୍ୟାପିଗଲା ।
ଲୂକଲିଖିତ ସୁସମାଚାର 4 : 15 (ORV)
ପୁଣି, ସେ ସେମାନଙ୍କର ସମାଜଗୃହସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 4 : 16 (ORV)
ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।
ଲୂକଲିଖିତ ସୁସମାଚାର 4 : 17 (ORV)
ସେଥିରେ ଯିଶାଇୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା, ଆଉ ସେ ତାହା ଫିଟାଇ, ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି, ତାହା ପାଇଲେ,
ଲୂକଲିଖିତ ସୁସମାଚାର 4 : 18 (ORV)
ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ,
ଲୂକଲିଖିତ ସୁସମାଚାର 4 : 19 (ORV)
ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି ।
ଲୂକଲିଖିତ ସୁସମାଚାର 4 : 20 (ORV)
ପରେ ସେ ପୁସ୍ତକ ବନ୍ଦ କରି ପରିଚାରକକୁ ତାହା ଫେରାଇ ଦେଇ ଉପବେଶନ କଲେ, ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା ।
ଲୂକଲିଖିତ ସୁସମାଚାର 4 : 21 (ORV)
ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ସଫଳ ହେଲା ।
ଲୂକଲିଖିତ ସୁସମାଚାର 4 : 22 (ORV)
ଆଉ, ସମସ୍ତେ ତାହାଙ୍କ ସମ୍ଵନ୍ଧରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?
ଲୂକଲିଖିତ ସୁସମାଚାର 4 : 23 (ORV)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ହେ ବୈଦ୍ୟ, ଆପେ ଆପଣାକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପୈତୃକ ନଗରରେ ମଧ୍ୟ କର ।
ଲୂକଲିଖିତ ସୁସମାଚାର 4 : 24 (ORV)
ପୁଣି, ସେ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପୈତୃକ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ ।
ଲୂକଲିଖିତ ସୁସମାଚାର 4 : 25 (ORV)
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ରୁଦ୍ଧ ହେବାରୁ ସମସ୍ତ ଦେଶରେ ମହା ଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;
ଲୂକଲିଖିତ ସୁସମାଚାର 4 : 26 (ORV)
ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପ୍ରେରିତ ହେଲେ ।
ଲୂକଲିଖିତ ସୁସମାଚାର 4 : 27 (ORV)
ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସୁରିଆଦେଶୀୟ ନାମାନ ଶୁଚି କରାଯାଇଥିଲେ ।
ଲୂକଲିଖିତ ସୁସମାଚାର 4 : 28 (ORV)
ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ,
ଲୂକଲିଖିତ ସୁସମାଚାର 4 : 29 (ORV)
ପୁଣି ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରି ଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେଥିର ତୀଖସ୍ଥାନରୁ ତଳକୁ ପକାଇଦେବା ନିମନ୍ତେ ତାହାଙ୍କୁ ସେଠାକୁ ଘେନିଗଲେ;
ଲୂକଲିଖିତ ସୁସମାଚାର 4 : 30 (ORV)
କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ ।
ଲୂକଲିଖିତ ସୁସମାଚାର 4 : 31 (ORV)
ସେ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,
ଲୂକଲିଖିତ ସୁସମାଚାର 4 : 32 (ORV)
ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା ।
ଲୂକଲିଖିତ ସୁସମାଚାର 4 : 33 (ORV)
ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚ ସ୍ଵରରେ ଚିତ୍କାର କଲା,
ଲୂକଲିଖିତ ସୁସମାଚାର 4 : 34 (ORV)
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି ।
ଲୂକଲିଖିତ ସୁସମାଚାର 4 : 35 (ORV)
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
ଲୂକଲିଖିତ ସୁସମାଚାର 4 : 36 (ORV)
ଏଥିରେ ସମସ୍ତେ ବିସ୍ମୟାନ୍ଵିତ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରି ଯାଆନ୍ତି ।
ଲୂକଲିଖିତ ସୁସମାଚାର 4 : 37 (ORV)
ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସର୍ବତ୍ର ବ୍ୟାପିଗଲା ।
ଲୂକଲିଖିତ ସୁସମାଚାର 4 : 38 (ORV)
ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ଵର ହୋଇଥିଲା, ଆଉ ସେମାନେ ତାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।
ଲୂକଲିଖିତ ସୁସମାଚାର 4 : 39 (ORV)
ସେଥିରେ ସେ ତାଙ୍କ ପାଖରେ ଠିଆ ହୋଇ ଜ୍ଵରକୁ ଧମକ ଦେଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ ।
ଲୂକଲିଖିତ ସୁସମାଚାର 4 : 40 (ORV)
ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।
ଲୂକଲିଖିତ ସୁସମାଚାର 4 : 41 (ORV)
ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ଵରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରି-ଗଲେ । ଆଉ, ସେ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।
ଲୂକଲିଖିତ ସୁସମାଚାର 4 : 42 (ORV)
ପ୍ରଭାତ ହୁଅନ୍ତେ, ସେ ବାହାରି ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କର ଅନ୍ଵେଷଣ କରି କରି ତାହାଙ୍କ ନିକଟକୁ ଆସିଲେ, ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ।
ଲୂକଲିଖିତ ସୁସମାଚାର 4 : 43 (ORV)
କିନ୍ତୁ ସେ ସେମାନଙ୍କୁ କହିଲେ, ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥି-ନିମନ୍ତେ ମୁଁ ପ୍ରେରିତ ହୋଇଅଛି ।
ଲୂକଲିଖିତ ସୁସମାଚାର 4 : 44 (ORV)
ପୁଣି, ସେ ଯିହୁଦା ଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44

BG:

Opacity:

Color:


Size:


Font: