ମଲାଖୀ 2 : 1 (ORV)
ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା ।
ମଲାଖୀ 2 : 2 (ORV)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେବେ ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେସବୁକୁ ଅଭିଶାପ ଦେଇ ସାରିଲୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ ।
ମଲାଖୀ 2 : 3 (ORV)
ଦେଖ, ତୁମ୍ଭମାନଙ୍କ ସକାଶେ ଆମ୍ଭେ ବିହନକୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ ।
ମଲାଖୀ 2 : 4 (ORV)
ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ଥିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
ମଲାଖୀ 2 : 5 (ORV)
ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା ।
ମଲାଖୀ 2 : 6 (ORV)
ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ନ ଗଲା; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା ।
ମଲାଖୀ 2 : 7 (ORV)
କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ଵେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦୂତ ।
ମଲାଖୀ 2 : 8 (ORV)
ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ ।
ମଲାଖୀ 2 : 9 (ORV)
ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ବିଷୟରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ ।
ମଲାଖୀ 2 : 10 (ORV)
ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ଵର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତିଣ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ଵାସଘାତକତା କରୁଅଛୁ?
ମଲାଖୀ 2 : 11 (ORV)
ଯିହୁଦା ବିଶ୍ଵାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଏ; କାରଣ ସଦାପ୍ରଭୁଙ୍କର ପ୍ରିୟ ଯେଉଁ ପବିତ୍ରତା, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି ।
ମଲାଖୀ 2 : 12 (ORV)
ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ଵୁସକଳରୁ ତାହାର ସମ୍ପର୍କୀୟ, ଯେକେହି ଜଗାଏ ଓ ଯେକେହି ଉତ୍ତର ଦିଏ ଓ ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରେ, ତାହାକୁ ଉଚ୍ଛିନ୍ନ କରିବେ ।
ମଲାଖୀ 2 : 13 (ORV)
ପୁନର୍ବାର ତୁମ୍ଭେମାନେ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ଵରରେ ସଦାପ୍ରଭୁଙ୍କ ଯଜ୍ଞବେଦିକି ଏପରି ଆଚ୍ଛନ୍ନ କରୁଅଛ ଯେ, ସେ ଆଉ ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ ।
ମଲାଖୀ 2 : 14 (ORV)
ତଥାପି ତୁମ୍ଭେମାନେ କହୁଅଛ, ଏଥିର କାରଣ କଅଣ? କାରଣ ଏହି, ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ଵାସଘାତକତା କରିଅଛ ।
ମଲାଖୀ 2 : 15 (ORV)
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ଵରୀୟ ଏକ ବଂଶର ଚେଷ୍ଟା କଲେ । ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ଵାସଘାତକତା ନ କରୁ ।
ମଲାଖୀ 2 : 16 (ORV)
କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ଵାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ।
ମଲାଖୀ 2 : 17 (ORV)
ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ଵାରା ସଦାପ୍ରଭୁଙ୍କୁ କ୍ଳା; କରିଅଛ । ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳା; କରିଅଛୁ? ଯେ ପ୍ରତ୍ୟେକ ଲୋକ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି; ନୋହିଲେ ବିଚାରକର୍ତ୍ତା ପରମେଶ୍ଵର କାହାନ୍ତି? ଏପରି କହି କ୍ଳା; କରୁଅଛ।

1 2 3 4 5 6 7 8 9 10 11 12 13 14 15 16 17