ମାର୍କଲିଖିତ ସୁସମାଚାର 2 : 1 (ORV)
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ, ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।
ମାର୍କଲିଖିତ ସୁସମାଚାର 2 : 2 (ORV)
ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ଵାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 2 : 3 (ORV)
ଇତିମଧ୍ୟରେ ଲୋକେ ଜଣେ ପକ୍ଷାଘାତ ରୋଗୀକି ଚାରି ଜଣଙ୍କ ଦ୍ଵାରା ବୁହାଇ ତାହାଙ୍କ ନିକଟକୁ ଘେନି-ଆସିଲେ,
ମାର୍କଲିଖିତ ସୁସମାଚାର 2 : 4 (ORV)
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇ ଦେଲେ ।
ମାର୍କଲିଖିତ ସୁସମାଚାର 2 : 5 (ORV)
ଯୀଶୁ ସେମାନଙ୍କର ବିଶ୍ଵାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।
ମାର୍କଲିଖିତ ସୁସମାଚାର 2 : 6 (ORV)
କିନ୍ତୁ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେକ ସେ ସ୍ଥାନରେ ବସି ଆପଣା ଆପଣା ମନରେ ଏହା ତର୍କବିତର୍କ କରୁଥିଲେ,
ମାର୍କଲିଖିତ ସୁସମାଚାର 2 : 7 (ORV)
ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ଵରନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ?
ମାର୍କଲିଖିତ ସୁସମାଚାର 2 : 8 (ORV)
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ?
ମାର୍କଲିଖିତ ସୁସମାଚାର 2 : 9 (ORV)
କଅଣ ସହଜ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ।
ମାର୍କଲିଖିତ ସୁସମାଚାର 2 : 10 (ORV)
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକି କହିଲେ,
ମାର୍କଲିଖିତ ସୁସମାଚାର 2 : 11 (ORV)
ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
ମାର୍କଲିଖିତ ସୁସମାଚାର 2 : 12 (ORV)
ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହରିଗଲା; ତହିଁରେ ସମସ୍ତେ ଆଚ଼ମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ ।
ମାର୍କଲିଖିତ ସୁସମାଚାର 2 : 13 (ORV)
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 2 : 14 (ORV)
ପୁଣି, ଯାଉ ଯାଉ ଯୀଶୁ ଆଲଫିଙ୍କ ପୁତ୍ର ଲେବୀଙ୍କି କରଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
ମାର୍କଲିଖିତ ସୁସମାଚାର 2 : 15 (ORV)
ଆଉ, ଯୀଶୁ ତାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ, ପୁଣି ତାହାଙ୍କର ଅନୁଗମନ କରୁଥିଲେ ।
ମାର୍କଲିଖିତ ସୁସମାଚାର 2 : 16 (ORV)
ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତିଣ!
ମାର୍କଲିଖିତ ସୁସମାଚାର 2 : 17 (ORV)
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି ।
ମାର୍କଲିଖିତ ସୁସମାଚାର 2 : 18 (ORV)
ଯୋହନଙ୍କର ଶିଷ୍ୟମାନେ ଓ ଫାରୂଶୀମାନେ ଉପବାସ କରୁଥିଲେ । ସେଥିରେ ସେମାନେ ଆସି ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଓ ଫାରୂଶୀ-ମାନଙ୍କର ଶିଷ୍ୟମାନେ ଉପବାସ କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
ମାର୍କଲିଖିତ ସୁସମାଚାର 2 : 19 (ORV)
ଯୀଶୁ ସେମାଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ, ସେମାନେ ଉପବାସ କରି ପାରନ୍ତି ନାହିଁ ।
ମାର୍କଲିଖିତ ସୁସମାଚାର 2 : 20 (ORV)
କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେହି ଦିନ ସେମାନେ ଉପବାସ କରିବେ ।
ମାର୍କଲିଖିତ ସୁସମାଚାର 2 : 21 (ORV)
କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ନୂଆ ତାଳି ପୁରୁଣା ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ ।
ମାର୍କଲିଖିତ ସୁସମାଚାର 2 : 22 (ORV)
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ । କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ ।
ମାର୍କଲିଖିତ ସୁସମାଚାର 2 : 23 (ORV)
ଥରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ତାଇବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 2 : 24 (ORV)
ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ,
ମାର୍କଲିଖିତ ସୁସମାଚାର 2 : 25 (ORV)
ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
ମାର୍କଲିଖିତ ସୁସମାଚାର 2 : 26 (ORV)
ଅବୀୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ ।
ମାର୍କଲିଖିତ ସୁସମାଚାର 2 : 27 (ORV)
ଆଉ, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇନାହିଁ ।
ମାର୍କଲିଖିତ ସୁସମାଚାର 2 : 28 (ORV)
ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: