ମାର୍କଲିଖିତ ସୁସମାଚାର 4 : 1 (ORV)
ସେ ସମୁଦ୍ରକୂଳରେ ପୁନର୍ବାର ଶିକ୍ଷା ଦେବାକୁ ଲାଗିଲେ, ଆଉ ଏତେ ଅଧିକ ସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ ଯେ, ସେ ସମୁଦ୍ରରେ ଥିବା ଗୋଟିଏ ନୌକାରେ ଯାଇ ବସିଲେ ଓ ଲୋକସମୂହ ସମୁଦ୍ର ନିକଟବର୍ତ୍ତୀ ସ୍ଥଳରେ ରହିଲେ ।
ମାର୍କଲିଖିତ ସୁସମାଚାର 4 : 2 (ORV)
ସେତେବେଳେ ଯୀଶୁ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
ମାର୍କଲିଖିତ ସୁସମାଚାର 4 : 3 (ORV)
ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା ।
ମାର୍କଲିଖିତ ସୁସମାଚାର 4 : 4 (ORV)
ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା, ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ ।
ମାର୍କଲିଖିତ ସୁସମାଚାର 4 : 5 (ORV)
ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
ମାର୍କଲିଖିତ ସୁସମାଚାର 4 : 6 (ORV)
କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।
ମାର୍କଲିଖିତ ସୁସମାଚାର 4 : 7 (ORV)
ଆଉ, କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ିକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପିପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ ।
ମାର୍କଲିଖିତ ସୁସମାଚାର 4 : 8 (ORV)
ପୁଣି, ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ଗଜା ହୋଇ ବଢ଼ି ଉଠି ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ପର୍ଯ୍ୟନ୍ତ ଫଳ ଫଳିଲା ।
ମାର୍କଲିଖିତ ସୁସମାଚାର 4 : 9 (ORV)
ପୁଣି ସେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
ମାର୍କଲିଖିତ ସୁସମାଚାର 4 : 10 (ORV)
ସେ ଏକାକୀ ଥିବା ସମୟରେ ତାହାଙ୍କ ସଙ୍ଗୀମାନେ ଦ୍ଵାଦଶଙ୍କ ସହିତ ତାହାଙ୍କୁ ସେହି ଦୃଷ୍ଟାନ୍ତଗୁଡ଼ିକ ବିଷୟରେ ପଚାରିବାକୁ ଲାଗିଲେ ।
ମାର୍କଲିଖିତ ସୁସମାଚାର 4 : 11 (ORV)
ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ଵ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
ମାର୍କଲିଖିତ ସୁସମାଚାର 4 : 12 (ORV)
ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରି ଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।
ମାର୍କଲିଖିତ ସୁସମାଚାର 4 : 13 (ORV)
ଯୀଶୁ ପୁଣି ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
ମାର୍କଲିଖିତ ସୁସମାଚାର 4 : 14 (ORV)
ବୁଣାଳି ବାକ୍ୟ ବୁଣେ ।
ମାର୍କଲିଖିତ ସୁସମାଚାର 4 : 15 (ORV)
ଯେଉଁମାନେ ଶୁଣନ୍ତି, ପୁଣି ଶୁଣିବାକ୍ଷଣି ଶୟତାନ ଆସି ସେମାନଙ୍କଠାରେ ବୁଣାଯାଇଥିବା ବାକ୍ୟ ହରଣ କରିନିଏ, ସେମାନେ ବାକ୍ୟ ବୁଣାଯାଇଥିବା ବାଟପାଖ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 16 (ORV)
ସେହିପରି, ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
ମାର୍କଲିଖିତ ସୁସମାଚାର 4 : 17 (ORV)
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 18 (ORV)
ଆଉ ଯେଉଁମାନେ ବାକ୍ୟ ଶୁଣନ୍ତି, ପୁଣି ସାଂସାରିକ ଚିନ୍ତା, ଧନର ମାୟା ଏବଂ ଅନ୍ୟ ସମସ୍ତ ବିଷୟର ଲାଳସା ପ୍ରବେଶ କରି ବାକ୍ୟକୁ ଚାପି ପକାଏ ଓ ତାହା ଫଳହୀନ ହୁଏ,
ମାର୍କଲିଖିତ ସୁସମାଚାର 4 : 19 (ORV)
ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 20 (ORV)
ଆଉ, ଯେଉଁମାନେ ବାକ୍ୟ ଶୁଣି ତାହା ଗ୍ରହଣ କରନ୍ତି ଏବଂ ତିରିଶ ଗୁଣ, ଷାଠିଏ ଗୁଣ ଓ ଶହେ ଗୁଣ ଫଳ ଫଳନ୍ତି, ସେମାନେ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ ।
ମାର୍କଲିଖିତ ସୁସମାଚାର 4 : 21 (ORV)
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
ମାର୍କଲିଖିତ ସୁସମାଚାର 4 : 22 (ORV)
କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି ।
ମାର୍କଲିଖିତ ସୁସମାଚାର 4 : 23 (ORV)
ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
ମାର୍କଲିଖିତ ସୁସମାଚାର 4 : 24 (ORV)
ଯୀଶୁ ପୁଣି ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
ମାର୍କଲିଖିତ ସୁସମାଚାର 4 : 25 (ORV)
କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
ମାର୍କଲିଖିତ ସୁସମାଚାର 4 : 26 (ORV)
ଆହୁରି ସେ କହିଲେ, ଈଶ୍ଵରଙ୍କ ରାଜ୍ୟ ଏହି ପ୍ରକାର, ଯେପରି ଜଣେ ଲୋକ ଭୂମିରେ ବିହନ ବୁଣେ;
ମାର୍କଲିଖିତ ସୁସମାଚାର 4 : 27 (ORV)
ପୁଣି, ରାତ୍ରିରେ ନିଦ୍ରା ଯାଏ ଓ ଦିବସରେ ଜାଗ୍ରତ ହୁଏ, ଆଉ ବିହନ କିପରି ଅଙ୍କୁରିତ ହୋଇ ବୃଦ୍ଧି ପାଏ, ତାହା ସେ ଜାଣେ ନାହିଁ ।
ମାର୍କଲିଖିତ ସୁସମାଚାର 4 : 28 (ORV)
ଭୂମି ଆପେ ଫଳ ଉତ୍ପନ୍ନ କରେ, ପ୍ରଥମରେ ପତ୍ର, ପରେ ଶିଁଷା, ତାହା ପରେ ଶିଁଷାରେ ପୂର୍ଣ୍ଣ ଶସ୍ୟ ।
ମାର୍କଲିଖିତ ସୁସମାଚାର 4 : 29 (ORV)
କିନ୍ତୁ ଶସ୍ୟ ପାଚିଲାକ୍ଷଣି ଫସଲ ସମୟ ଉପସ୍ଥିତ ହେବାରୁ ସେ ଦାଆ ଲଗାଏ ।
ମାର୍କଲିଖିତ ସୁସମାଚାର 4 : 30 (ORV)
ଯୀଶୁ ପୁଣି କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ଵରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
ମାର୍କଲିଖିତ ସୁସମାଚାର 4 : 31 (ORV)
ତାହା ଗୋଟିଏ ସୋରିଷଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
ମାର୍କଲିଖିତ ସୁସମାଚାର 4 : 32 (ORV)
ମାତ୍ର ବୁଣାଗଲେ ତାହା ବଢ଼ି ଉଠି ସବୁ ଶାଗଠାରୁ ବଡ଼ ହୁଏ, ପୁଣି ତାହାର ଏପରି ବଡ଼ ବଡ଼ ଡାଳ ହୁଏ ଯେ, ଆକାଶର ଚଢ଼େଇମାନେ ତାହାର ଛାୟାରେ ବାସ କରି ପାରନ୍ତି ।
ମାର୍କଲିଖିତ ସୁସମାଚାର 4 : 33 (ORV)
ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
ମାର୍କଲିଖିତ ସୁସମାଚାର 4 : 34 (ORV)
ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ ।
ମାର୍କଲିଖିତ ସୁସମାଚାର 4 : 35 (ORV)
ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।
ମାର୍କଲିଖିତ ସୁସମାଚାର 4 : 36 (ORV)
ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା ।
ମାର୍କଲିଖିତ ସୁସମାଚାର 4 : 37 (ORV)
ଆଉ, ପ୍ରବଳ ତୋଫାନ ହେଲା, ପୁଣି ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ।
ମାର୍କଲିଖିତ ସୁସମାଚାର 4 : 38 (ORV)
ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ତ ଦେଇ ଶୋଇପଡ଼ିଥିଲେ; ଆଉ, ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?
ମାର୍କଲିଖିତ ସୁସମାଚାର 4 : 39 (ORV)
ଏଥିରେ ଯୀଶୁ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧୀରସ୍ଥିର ହେଲା ।
ମାର୍କଲିଖିତ ସୁସମାଚାର 4 : 40 (ORV)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ଵାସ ନାହିଁ?
ମାର୍କଲିଖିତ ସୁସମାଚାର 4 : 41 (ORV)
ସେଥିରେ ସେମାନେ ଅତ୍ୟ; ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41

BG:

Opacity:

Color:


Size:


Font: