ମାଥିଉଲିଖିତ ସୁସମାଚାର 12 : 1 (ORV)
ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 12 : 2 (ORV)
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି ।
ମାଥିଉଲିଖିତ ସୁସମାଚାର 12 : 3 (ORV)
ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
ମାଥିଉଲିଖିତ ସୁସମାଚାର 12 : 4 (ORV)
ସେ କିପରି ଈଶ୍ଵରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଦର୍ଶନୀରୋଟୀ କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ ।
ମାଥିଉଲିଖିତ ସୁସମାଚାର 12 : 5 (ORV)
କିମ୍ଵା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
ମାଥିଉଲିଖିତ ସୁସମାଚାର 12 : 6 (ORV)
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ୍ ବିଷୟ ଏଠାରେ ଅଛି ।
ମାଥିଉଲିଖିତ ସୁସମାଚାର 12 : 7 (ORV)
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ମର୍ମ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆ; ।
ମାଥିଉଲିଖିତ ସୁସମାଚାର 12 : 8 (ORV)
କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।
ମାଥିଉଲିଖିତ ସୁସମାଚାର 12 : 9 (ORV)
ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ ।
ମାଥିଉଲିଖିତ ସୁସମାଚାର 12 : 10 (ORV)
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା । ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାରରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
ମାଥିଉଲିଖିତ ସୁସମାଚାର 12 : 11 (ORV)
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
ମାଥିଉଲିଖିତ ସୁସମାଚାର 12 : 12 (ORV)
ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ । ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ ।
ମାଥିଉଲିଖିତ ସୁସମାଚାର 12 : 13 (ORV)
ସେତେବେଳେ ସେ ସେହି ଲୋକକୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ହାତ ବଢ଼ାଇଲା, ଆଉ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା ।
ମାଥିଉଲିଖିତ ସୁସମାଚାର 12 : 14 (ORV)
କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ ।
ମାଥିଉଲିଖିତ ସୁସମାଚାର 12 : 15 (ORV)
ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
ମାଥିଉଲିଖିତ ସୁସମାଚାର 12 : 16 (ORV)
ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ ରୂପେ ଆଜ୍ଞା ଦେଲେ,
ମାଥିଉଲିଖିତ ସୁସମାଚାର 12 : 17 (ORV)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
ମାଥିଉଲିଖିତ ସୁସମାଚାର 12 : 18 (ORV)
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ ।
ମାଥିଉଲିଖିତ ସୁସମାଚାର 12 : 19 (ORV)
ସେ ବିବାଦ କରିବେ ନାହିଁ, କିମ୍ଵା ଉଚ୍ଚ ସ୍ଵର କରିବେ ନାହିଁ, କିମ୍ଵା ଦାଣ୍ତରେ କେହି ତାହାଙ୍କ ସ୍ଵର ଶୁଣିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 20 (ORV)
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ, ପୁଣି ସଧୂମ ସଳିତା ଲିଭାଇବେ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 21 (ORV)
ଆଉ, ତାହାଙ୍କ ନାମରେ ବିଜାତିମାନେ ଭରସା ରଖିବେ ।
ମାଥିଉଲିଖିତ ସୁସମାଚାର 12 : 22 (ORV)
ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
ମାଥିଉଲିଖିତ ସୁସମାଚାର 12 : 23 (ORV)
ପୁଣି, ଲୋକସମୂହ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏ କଅଣ ସେହି ଦାଉଦ-ସନ୍ତାନ ନୁହନ୍ତି?
ମାଥିଉଲିଖିତ ସୁସମାଚାର 12 : 24 (ORV)
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଆଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
ମାଥିଉଲିଖିତ ସୁସମାଚାର 12 : 25 (ORV)
କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 26 (ORV)
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି; ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
ମାଥିଉଲିଖିତ ସୁସମାଚାର 12 : 27 (ORV)
ମୁଁ ଯେବେ ବାଆଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି । ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ ।
ମାଥିଉଲିଖିତ ସୁସମାଚାର 12 : 28 (ORV)
କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।
ମାଥିଉଲିଖିତ ସୁସମାଚାର 12 : 29 (ORV)
ଅବା କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ କିପ୍ରକାରେ ତାହା ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ରସବୁ ହରଣ କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ ।
ମାଥିଉଲିଖିତ ସୁସମାଚାର 12 : 30 (ORV)
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ ।
ମାଥିଉଲିଖିତ ସୁସମାଚାର 12 : 31 (ORV)
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 32 (ORV)
ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 33 (ORV)
ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ, ନତୁବା ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ଵାରା ଗଛ ଚିହ୍ନାଯାଏ ।
ମାଥିଉଲିଖିତ ସୁସମାଚାର 12 : 34 (ORV)
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହି ପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
ମାଥିଉଲିଖିତ ସୁସମାଚାର 12 : 35 (ORV)
ଉତ୍ତମ ଲୋକ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ ।
ମାଥିଉଲିଖିତ ସୁସମାଚାର 12 : 36 (ORV)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର-ଦିନରେ ସେମାନେ ସେଥିର ଉତ୍ତର ଦେବେ;
ମାଥିଉଲିଖିତ ସୁସମାଚାର 12 : 37 (ORV)
ଯେଣୁ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ଵାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ ।
ମାଥିଉଲିଖିତ ସୁସମାଚାର 12 : 38 (ORV)
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ ।
ମାଥିଉଲିଖିତ ସୁସମାଚାର 12 : 39 (ORV)
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 40 (ORV)
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତ୍ରି ବୃହତ୍ ମତ୍ସ୍ୟ ଉଦରରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତ୍ରି ଭୂଗର୍ଭରେ ରହିବେ ।
ମାଥିଉଲିଖିତ ସୁସମାଚାର 12 : 41 (ORV)
ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ,, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
ମାଥିଉଲିଖିତ ସୁସମାଚାର 12 : 42 (ORV)
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ୍ ବିଷୟ ଏ ସ୍ଥାନରେ ଅଛି ।
ମାଥିଉଲିଖିତ ସୁସମାଚାର 12 : 43 (ORV)
ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ଉତ୍ତାରେ ଜଳଶୂନ୍ୟ ସ୍ଥାନସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ ।
ମାଥିଉଲିଖିତ ସୁସମାଚାର 12 : 44 (ORV)
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ମୋର ସେହି ଘରକୁ ବାହୁଡ଼ିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ ।
ମାଥିଉଲିଖିତ ସୁସମାଚାର 12 : 45 (ORV)
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।
ମାଥିଉଲିଖିତ ସୁସମାଚାର 12 : 46 (ORV)
ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
ମାଥିଉଲିଖିତ ସୁସମାଚାର 12 : 47 (ORV)
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି ।
ମାଥିଉଲିଖିତ ସୁସମାଚାର 12 : 48 (ORV)
କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା, ତାହାକୁ ଯୀଶୁ ଉତ୍ତର ଦେଲେ, ମୋହର ମା କିଏ? ଆଉ, ମୋହର ଭାଇମାନେ କିଏ?
ମାଥିଉଲିଖିତ ସୁସମାଚାର 12 : 49 (ORV)
ପୁଣି, ଯୀଶୁ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ,
ମାଥିଉଲିଖିତ ସୁସମାଚାର 12 : 50 (ORV)
କାରଣ ଯେ କେହି ମୋହର ସ୍ଵର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ,ଭଉଣୀ ଓ ମା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50

BG:

Opacity:

Color:


Size:


Font: