ମାଥିଉଲିଖିତ ସୁସମାଚାର 6 : 1 (ORV)
ଲୋକ ଦେଖାଇବା ପାଇଁ ସେମାନଙ୍କ ସାକ୍ଷାତରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।
ମାଥିଉଲିଖିତ ସୁସମାଚାର 6 : 2 (ORV)
ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ତରେ ସେ ପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
ମାଥିଉଲିଖିତ ସୁସମାଚାର 6 : 3 (ORV)
କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି, ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,
ମାଥିଉଲିଖିତ ସୁସମାଚାର 6 : 4 (ORV)
ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
ମାଥିଉଲିଖିତ ସୁସମାଚାର 6 : 5 (ORV)
ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
ମାଥିଉଲିଖିତ ସୁସମାଚାର 6 : 6 (ORV)
କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରିରେ ପ୍ରବେଶ କର, ପୁଣି ତୁମ୍ଭର ଦ୍ଵାର ରୁଦ୍ଧ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
ମାଥିଉଲିଖିତ ସୁସମାଚାର 6 : 7 (ORV)
ପୁଣି, ପ୍ରାର୍ଥନା କରିବା ସମୟରେ ବିଜାତୀୟମାନଙ୍କ ପରି ଅନର୍ଥକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।
ମାଥିଉଲିଖିତ ସୁସମାଚାର 6 : 8 (ORV)
ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ଵର ତାହା ଜାଣନ୍ତି ।
ମାଥିଉଲିଖିତ ସୁସମାଚାର 6 : 9 (ORV)
ଅତଏବ, ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ।
ମାଥିଉଲିଖିତ ସୁସମାଚାର 6 : 10 (ORV)
ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ଵର୍ଗରେ, ସେପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ ।
ମାଥିଉଲିଖିତ ସୁସମାଚାର 6 : 11 (ORV)
ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ ।
ମାଥିଉଲିଖିତ ସୁସମାଚାର 6 : 12 (ORV)
ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।
ମାଥିଉଲିଖିତ ସୁସମାଚାର 6 : 13 (ORV)
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ଣାିଁ
ମାଥିଉଲିଖିତ ସୁସମାଚାର 6 : 14 (ORV)
କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
ମାଥିଉଲିଖିତ ସୁସମାଚାର 6 : 15 (ORV)
କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।
ମାଥିଉଲିଖିତ ସୁସମାଚାର 6 : 16 (ORV)
ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକଙ୍କ ସାକ୍ଷାତରେ ଦେଖାଯିବା ନିମନ୍ତେ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।
ମାଥିଉଲିଖିତ ସୁସମାଚାର 6 : 17 (ORV)
କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,
ମାଥିଉଲିଖିତ ସୁସମାଚାର 6 : 18 (ORV)
ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ସାକ୍ଷାତରେ ଦେଖାଯିବ; ଆଉ, ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।
ମାଥିଉଲିଖିତ ସୁସମାଚାର 6 : 19 (ORV)
ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ, ପୁଣି ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;
ମାଥିଉଲିଖିତ ସୁସମାଚାର 6 : 20 (ORV)
ମାତ୍ର ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ଵର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,
ମାଥିଉଲିଖିତ ସୁସମାଚାର 6 : 21 (ORV)
କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ ।
ମାଥିଉଲିଖିତ ସୁସମାଚାର 6 : 22 (ORV)
ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।
ମାଥିଉଲିଖିତ ସୁସମାଚାର 6 : 23 (ORV)
କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ । ଅତଏବ, ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେହି ଅନ୍ଧକାର କେଡ଼େ ଘୋରତର!
ମାଥିଉଲିଖିତ ସୁସମାଚାର 6 : 24 (ORV)
କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣଙ୍କୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ଵର ଓ ଧନ, ଉଭୟର ଦାସ ହୋଇ ପାର ନାହିଁ।
ମାଥିଉଲିଖିତ ସୁସମାଚାର 6 : 25 (ORV)
ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ ବା କଅଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?
ମାଥିଉଲିଖିତ ସୁସମାଚାର 6 : 26 (ORV)
ଆକାଶର ପକ୍ଷୀଙ୍କି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ସେମାନଙ୍କୁ ଆହାର ଦିଅନ୍ତି । ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?
ମାଥିଉଲିଖିତ ସୁସମାଚାର 6 : 27 (ORV)
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ଦଣ୍ତେ ବୃଦ୍ଧି କରି ପାରେ?
ମାଥିଉଲିଖିତ ସୁସମାଚାର 6 : 28 (ORV)
ଆଉ, ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟ ବିବେଚନା କରି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେସବୁ ପରିଶ୍ରମ କରନ୍ତି ନାହିଁ, କିମ୍ଵା ସୂତା କାଟନ୍ତି ନାହିଁ,
ମାଥିଉଲିଖିତ ସୁସମାଚାର 6 : 29 (ORV)
ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ଵର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।
ମାଥିଉଲିଖିତ ସୁସମାଚାର 6 : 30 (ORV)
କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାକୁ ଯେବେ ଈଶ୍ଵର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ଵାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତ ରୂପେ ବସ୍ତ୍ର ନ ଦେବେ?
ମାଥିଉଲିଖିତ ସୁସମାଚାର 6 : 31 (ORV)
ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ ।
ମାଥିଉଲିଖିତ ସୁସମାଚାର 6 : 32 (ORV)
କାରଣ ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି । ଆଉ, ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ଜାଣନ୍ତି ।
ମାଥିଉଲିଖିତ ସୁସମାଚାର 6 : 33 (ORV)
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ଵେଷଣ କର, ଆଉ ଏହିସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
ମାଥିଉଲିଖିତ ସୁସମାଚାର 6 : 34 (ORV)
ଅତଏବ, କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: