ମାଥିଉଲିଖିତ ସୁସମାଚାର 9 : 1 (ORV)
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।
ମାଥିଉଲିଖିତ ସୁସମାଚାର 9 : 2 (ORV)
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ-ରୋଗୀକି ବୋହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ଵାସ ଦେଖି ସେହି ପକ୍ଷାଘାତରୋଗୀକି କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
ମାଥିଉଲିଖିତ ସୁସମାଚାର 9 : 3 (ORV)
ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ଵରନିନ୍ଦା କରୁଅଛି ।
ମାଥିଉଲିଖିତ ସୁସମାଚାର 9 : 4 (ORV)
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
ମାଥିଉଲିଖିତ ସୁସମାଚାର 9 : 5 (ORV)
କାରଣ କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?
ମାଥିଉଲିଖିତ ସୁସମାଚାର 9 : 6 (ORV)
କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
ମାଥିଉଲିଖିତ ସୁସମାଚାର 9 : 7 (ORV)
ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା ।
ମାଥିଉଲିଖିତ ସୁସମାଚାର 9 : 8 (ORV)
ତାହା ଦେଖି ଲୋକସମୂହ ଭୀତ ହେଲେ, ପୁଣି ଯେଉଁ ଈଶ୍ଵର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।
ମାଥିଉଲିଖିତ ସୁସମାଚାର 9 : 9 (ORV)
ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କି କରଆଦାୟ-ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
ମାଥିଉଲିଖିତ ସୁସମାଚାର 9 : 10 (ORV)
ଆଉ, ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।
ମାଥିଉଲିଖିତ ସୁସମାଚାର 9 : 11 (ORV)
ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?
ମାଥିଉଲିଖିତ ସୁସମାଚାର 9 : 12 (ORV)
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
ମାଥିଉଲିଖିତ ସୁସମାଚାର 9 : 13 (ORV)
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି ।
ମାଥିଉଲିଖିତ ସୁସମାଚାର 9 : 14 (ORV)
ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
ମାଥିଉଲିଖିତ ସୁସମାଚାର 9 : 15 (ORV)
ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେ-ବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
ମାଥିଉଲିଖିତ ସୁସମାଚାର 9 : 16 (ORV)
କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ତାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ ।
ମାଥିଉଲିଖିତ ସୁସମାଚାର 9 : 17 (ORV)
ଆଉ, ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି ଉଭୟ ରକ୍ଷା ପାଏ ।
ମାଥିଉଲିଖିତ ସୁସମାଚାର 9 : 18 (ORV)
ଯୀଶୁ ସେମାନଙ୍କୁ ଏହିସମସ୍ତ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ ।
ମାଥିଉଲିଖିତ ସୁସମାଚାର 9 : 19 (ORV)
ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ ।
ମାଥିଉଲିଖିତ ସୁସମାଚାର 9 : 20 (ORV)
ଆଉ ଦେଖ, ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛପଟୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
ମାଥିଉଲିଖିତ ସୁସମାଚାର 9 : 21 (ORV)
କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।
ମାଥିଉଲିଖିତ ସୁସମାଚାର 9 : 22 (ORV)
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା ।
ମାଥିଉଲିଖିତ ସୁସମାଚାର 9 : 23 (ORV)
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକ-ସମୂହକୁ ଦେଖି କହିଲେ, ବାହାରିଯାଅ,
ମାଥିଉଲିଖିତ ସୁସମାଚାର 9 : 24 (ORV)
ବାଳିକାଟି ତ ମରି ନାହିଁ, ମାତ୍ର ଶୋଇପଡ଼ିଅଛି । ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 9 : 25 (ORV)
କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ସେ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା ।
ମାଥିଉଲିଖିତ ସୁସମାଚାର 9 : 26 (ORV)
ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା ।
ମାଥିଉଲିଖିତ ସୁସମାଚାର 9 : 27 (ORV)
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ଵର କରି କହିବାକୁ ଲାଗିଲେ, ହେ ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
ମାଥିଉଲିଖିତ ସୁସମାଚାର 9 : 28 (ORV)
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ, ସେହି ଅନ୍ଧମାନେ ତାହାଙ୍କ ନିକଟକୁ ଆସିଲେ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ଵାସ କରୁଅଛ? ସେମାନେ କହିଲେ, ହଁ, ପ୍ରଭୁ ।
ମାଥିଉଲିଖିତ ସୁସମାଚାର 9 : 29 (ORV)
ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ, ତୁମ୍ଭମାନଙ୍କ ବିଶ୍ଵାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ ।
ମାଥିଉଲିଖିତ ସୁସମାଚାର 9 : 30 (ORV)
ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।
ମାଥିଉଲିଖିତ ସୁସମାଚାର 9 : 31 (ORV)
ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ ।
ମାଥିଉଲିଖିତ ସୁସମାଚାର 9 : 32 (ORV)
ସେମାନେ ବାହାରିଯାଉଥିବା ସମୟରେ, ଦେଖ, ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ ।
ମାଥିଉଲିଖିତ ସୁସମାଚାର 9 : 33 (ORV)
ପୁଣି, ଭୂତ ଛଡ଼ାଯାଆନ୍ତେ, ସେହି ମୂକ କଥା କହିଲା । ସେଥିରେ ଲୋକସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ ।
ମାଥିଉଲିଖିତ ସୁସମାଚାର 9 : 34 (ORV)
କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି ।
ମାଥିଉଲିଖିତ ସୁସମାଚାର 9 : 35 (ORV)
ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର, ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
ମାଥିଉଲିଖିତ ସୁସମାଚାର 9 : 36 (ORV)
ଆଉ, ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।
ମାଥିଉଲିଖିତ ସୁସମାଚାର 9 : 37 (ORV)
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
ମାଥିଉଲିଖିତ ସୁସମାଚାର 9 : 38 (ORV)
ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38

BG:

Opacity:

Color:


Size:


Font: