ନାହୂମ 1 : 1 (ORV)
ନୀନିବୀ ବିଷୟକ ଭାରୋକ୍ତି । ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ ।
ନାହୂମ 1 : 2 (ORV)
ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି ।
ନାହୂମ 1 : 3 (ORV)
ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି ।
ନାହୂମ 1 : 4 (ORV)
ସେ ସମୁଦ୍ରକୁ ଧମକାଇ ଶୁଷ୍କ କରନ୍ତି ଓ ନଦନଦୀସକଳ ନିର୍ଜଳ କରନ୍ତି; ବାଶନ୍ ଓ କର୍ମିଲ ମ୍ଳାନ ହୁଏ ଓ ଲିବାନୋନର ପୁଷ୍ପ ମ୍ଳାନ ହୁଏ ।
ନାହୂମ 1 : 5 (ORV)
ତାଙ୍କର ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯାʼନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ ଉଠିଯାଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ ଉଠିଯାʼନ୍ତି ।
ନାହୂମ 1 : 6 (ORV)
ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ତତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ଵାରା ଶୈଳସବୁ ବିଦୀର୍ଣ୍ଣ ହୁଏ ।
ନାହୂମ 1 : 7 (ORV)
ସଦାପ୍ରଭୁ ମଙ୍ଗଳମୟ ଓ ସଙ୍କଟ ଦିନରେ ଦୃଢ଼ ଦୁର୍ଗ ଅଟନ୍ତି; ଆଉ, ଯେଉଁମାନେ ତାହାଙ୍କଠାରେ ନିର୍ଭର କରନ୍ତି; ସେମାନଙ୍କୁ ସେ ଜାଣନ୍ତି ।
ନାହୂମ 1 : 8 (ORV)
ମାତ୍ର ସେ ପ୍ଳାବନକାରୀ ବନ୍ୟା ଦ୍ଵାରା ସେହି ସ୍ଥାନ ନିଃଶେଷ ରୂପେ ସଂହାର କରିବେ ଓ ଆପଣା ଶତ୍ରୁଗଣକୁ ଅନ୍ଧକାରକୁ ତଡ଼ି ଦେବେ ।
ନାହୂମ 1 : 9 (ORV)
ତୁମ୍ଭେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ କି କଳ୍ପନା କରୁଅଛ? ସେ ନିଃଶେଷ ରୂପେ ସଂହାର କରିବେ; ଦ୍ଵିତୀୟ ଥର କ୍ଳେଶ ଉପସ୍ଥିତ ହେବ ନାହିଁ ।
ନାହୂମ 1 : 10 (ORV)
କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ ।
ନାହୂମ 1 : 11 (ORV)
ସଦାପ୍ରଭୁଙ୍କ ବିରୁଦ୍ଧରେ ଯେ କୁସଂକଳ୍ପ କରେ, ଯେ ଦୁଷ୍କ୍ରିୟା କରିବାକୁ ପରାମର୍ଶ ଦିଏ, ଏପରି ଏକ ଜଣ ତୁମ୍ଭ ମଧ୍ୟରୁ ବାହାର ହୋଇ ଯାଇଅଛି ।
ନାହୂମ 1 : 12 (ORV)
ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ସମ୍ପୂର୍ଣ୍ଣ ଶକ୍ତିବିଶିଷ୍ଟ ଓ ବହୁସଂଖ୍ୟକ ହେଲେ ହେଁ ସେହିପରି କଟାଯିବେ ଓ ସେ ବହି ଚାଲିଯିବ । ଯଦ୍ୟପି ଆମ୍ଭେ ତୁମ୍ଭକୁ କ୍ଳେଶ ଦେଇଅଛୁ, ତଥାପି ଆମ୍ଭେ ତୁମ୍ଭକୁ ଆଉ କ୍ଳେଶ ଦେବା ନାହିଁ ।
ନାହୂମ 1 : 13 (ORV)
ପୁଣି, ଏବେ ଆମ୍ଭେ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା ।
ନାହୂମ 1 : 14 (ORV)
ପୁଣି, ସଦାପ୍ରଭୁ ତୁମ୍ଭ ବିଷୟରେ ଏହି ଆଜ୍ଞା କରିଅଛନ୍ତି ଯେ, ତୁମ୍ଭ ନାମରୂପ ବୀଜ ଆଉ ବୁଣା ନୋହିବ; ତୁମ୍ଭ ଦେବାଳୟରେ ଆମ୍ଭେ ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମା ଉଚ୍ଛିନ୍ନ କରିବା; ଆମ୍ଭେ ତୁମ୍ଭର କବର ପ୍ରସ୍ତୁତ କରିବା; କାରଣ ତୁମ୍ଭେ ପାପାଧମ ଅଟ ।
ନାହୂମ 1 : 15 (ORV)
ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେ ପାପାଧମ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବ ନାହିଁ; ସେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛି ।
❮
❯