ନିହିମିୟା 11 : 1 (ORV)
ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ ।
ନିହିମିୟା 11 : 2 (ORV)
ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ଵେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ ।
ନିହିମିୟା 11 : 3 (ORV)
ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ⇧ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ ।
ନିହିମିୟା 11 : 4 (ORV)
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ । ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ;
ନିହିମିୟା 11 : 5 (ORV)
ଆଉ, ବାରୁକର ପୁତ୍ର ମାସେୟ, ସେହି ବାରୁକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର ।
ନିହିମିୟା 11 : 6 (ORV)
ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀର ପୁରୁଷ ଯିରୂଶାଲମରେ ବାସ କଲେ ।
ନିହିମିୟା 11 : 7 (ORV)
ବିନ୍ୟାମୀନର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର ।
ନିହିମିୟା 11 : 8 (ORV)
ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ ।
ନିହିମିୟା 11 : 9 (ORV)
ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୟାର ପୁତ୍ର ଯିହୁଦା ନଗରର ଦ୍ଵିତୀୟ କର୍ତ୍ତା ଥିଲା ।
ନିହିମିୟା 11 : 10 (ORV)
ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବର ପୁତ୍ର ଯିଦୟୀୟ, ଯାଖୀନ,
ନିହିମିୟା 11 : 11 (ORV)
ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଥିଲା ।
ନିହିମିୟା 11 : 12 (ORV)
ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍‍କିୟେଲର ପୁତ୍ର,
ନିହିମିୟା 11 : 13 (ORV)
ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍ର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍ର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର,
ନିହିମିୟା 11 : 14 (ORV)
ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ।
ନିହିମିୟା 11 : 15 (ORV)
ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମ୍ର ପୁତ୍ର, ଅସ୍ରୀକାମ୍ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର;
ନିହିମିୟା 11 : 16 (ORV)
ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍ ପରମେଶ୍ଵରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;
ନିହିମିୟା 11 : 17 (ORV)
ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ଵିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ ।
ନିହିମିୟା 11 : 18 (ORV)
ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ ।
ନିହିମିୟା 11 : 19 (ORV)
ଆହୁରି, ଦ୍ଵାରପାଳ ଅକ୍କୂବ୍, ଟଲ୍ମୋନ ଓ ନଗର-ଦ୍ଵାରସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ ।
ନିହିମିୟା 11 : 20 (ORV)
ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟ-ମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ରହିଲେ ।
ନିହିମିୟା 11 : 21 (ORV)
ନଥୀନୀୟ ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ ।
ନିହିମିୟା 11 : 22 (ORV)
ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମର୍ତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ କଲା ।
ନିହିମିୟା 11 : 23 (ORV)
କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା ।
ନିହିମିୟା 11 : 24 (ORV)
ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା।
ନିହିମିୟା 11 : 25 (ORV)
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;
ନିହିମିୟା 11 : 26 (ORV)
ଆଉ ଯେଶୂୟରେ, ମୋଲାଦାରେ ଓ ବୈଥ୍ପେଲଟରେ;
ନିହିମିୟା 11 : 27 (ORV)
ଆଉ ହତ୍ସର-ଶୁୟାଲରେ, ବେର୍ଶେବା ଓ ତହିଁର ଉପନଗରରେ;
ନିହିମିୟା 11 : 28 (ORV)
ଆଉ ସିକ୍ଲଗ୍ରେ, ମକୋନା ଓ ତହିଁର ଉପନଗରରେ;
ନିହିମିୟା 11 : 29 (ORV)
ଆଉ ଐନ୍-ରିମ୍ମୋଣରେ, ସରାୟରେ ଓ ଯର୍ମୁତରେ;
ନିହିମିୟା 11 : 30 (ORV)
ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ । ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ ।
ନିହିମିୟା 11 : 31 (ORV)
ବିନ୍ୟାମୀନ-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍ମସ୍ ଓ ଅୟାରେ, ବୈଥେଲ୍ ଓ ତହିଁର ଉପନଗରରେ;
ନିହିମିୟା 11 : 32 (ORV)
ଅନାଥୋତ, ନୋବ ଓ ଅନନୀୟାରେ;
ନିହିମିୟା 11 : 33 (ORV)
ହାତ୍ସୋର, ରାମା, ଗିତ୍ତୟିମରେ;
ନିହିମିୟା 11 : 34 (ORV)
ହାଦୀଦ୍, ସବୋୟିମ, ନବଲ୍ଲାଟରେ;
ନିହିମିୟା 11 : 35 (ORV)
ଲୋଦ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ ।
ନିହିମିୟା 11 : 36 (ORV)
ଆଉ, ଯିହୁଦା ସମ୍ପର୍କୀୟ ନାନା ପାଳିଭୁକ୍ତ କେତେକ ଲେବୀୟ ଲୋକ ବିନ୍ୟାମୀନ ସହିତ ସଂଯୁକ୍ତ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36

BG:

Opacity:

Color:


Size:


Font: