ନିହିମିୟା 2 : 1 (ORV)
ଅନନ୍ତର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବିଂଶତିତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି । ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି ।
ନିହିମିୟା 2 : 2 (ORV)
ଏଥିରେ ରାଜା ମୋତେ ପଚାରିଲେ, ତୁମ୍ଭେ ତ ପୀଡ଼ିତ ହୋଇ ନାହଁ, କାହିଁକି ତୁମ୍ଭର ମୁଖ ବିବର୍ଣ୍ଣ ହୋଇଅଛି? ଏହା ମନର ଦୁଃଖ ବିନୁ ଆଉ କିଛି ନୁହେଁ । ତହିଁରେ ମୁଁ ଅତିଶୟ ଭୀତ ହେଲି ।
ନିହିମିୟା 2 : 3 (ORV)
ପୁଣି, ମୁଁ ରାଜାଙ୍କୁ କହିଲି, ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବରସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?
ନିହିମିୟା 2 : 4 (ORV)
ଏଥିରେ ରାଜା ମୋତେ କହିଲେ, ତେବେ ତୁମ୍ଭେ କି ବିଷୟରେ ନିବେଦନ କରୁଅଛ? ତହୁଁ ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲି ।
ନିହିମିୟା 2 : 5 (ORV)
ପୁଣି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ, ମୋହର ପିତୃଲୋକଙ୍କ କବର-ନଗରକୁ ମୋତେ ପଠାଇବା ପାଇଁ ଆଜ୍ଞା କରନ୍ତୁ, ତହିଁରେ ମୁଁ ତାହା ନିର୍ମାଣ କରିବି ।
ନିହିମିୟା 2 : 6 (ORV)
ତହୁଁ ରାଜା ମୋତେ ପଚାରିଲେ, (ମଧ୍ୟ ରାଣୀ ତାଙ୍କ ପାଖରେ ବସିଥିଲେ,) ତୁମ୍ଭ ଯାତ୍ରା କେତେ ଦିନ ଲାଗିବ? ଓ ତୁମ୍ଭେ କେବେ ଫେରି ଆସିବ? ଏହିରୂପେ ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହୁଅନ୍ତେ, ମୁଁ ତାଙ୍କ ନିକଟରେ ସମୟ ନିରୂପଣ କଲି ।
ନିହିମିୟା 2 : 7 (ORV)
ଆହୁରି, ମୁଁ ରାଜାଙ୍କୁ କହିଲି, ଯେବେ ମହାରାଜଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ-ମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ି ଦିଅନ୍ତି, ଏଥିପାଇଁ ସେମାନଙ୍କ ନିକଟକୁ ମୋତେ ପତ୍ର ଦିଆଯାଉ;
ନିହିମିୟା 2 : 8 (ORV)
ଆଉ, ମନ୍ଦିର-ସମ୍ପର୍କୀୟ ଦୁର୍ଗଦ୍ଵାର ଓ ନଗର-ପ୍ରାଚୀର ଓ ମୋହର ପ୍ରବେଶଗୃହ ନିମନ୍ତେ କଡ଼ି କରିବା ପାଇଁ ମୋତେ କାଷ୍ଠ ଦେବାକୁ ମହାରାଜଙ୍କ ବନରକ୍ଷକ ଆସଫ ନିକଟକୁ ଏକ ପତ୍ର ଦିଆଯାଉ । ତହିଁରେ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ରାଜା ତାହା ମୋତେ ଦେଲେ ।
ନିହିମିୟା 2 : 9 (ORV)
ଏଉତ୍ତାରେ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନଙ୍କ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ରାଜାଙ୍କ ପତ୍ର ଦେଲି । ଆହୁରି, ରାଜା ମୋʼ ସଙ୍ଗେ ସେନାପତି ଓ ଅଶ୍ଵାରୋହୀ-ମାନଙ୍କୁ ପଠାଇଥିଲେ ।
ନିହିମିୟା 2 : 10 (ORV)
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଙ୍ଗଳ ଚେଷ୍ଟା କରିବା ପାଇଁ ଜଣେ ଲୋକ ଆସିଅଛି ବୋଲି ଶୁଣି ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଅତିଶୟ ଅସନ୍ତୁଷ୍ଟ ହେଲେ ।
ନିହିମିୟା 2 : 11 (ORV)
ଏହିରୂପେ ମୁଁ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ରହିଲି ।
ନିହିମିୟା 2 : 12 (ORV)
ତହୁଁ ରାତ୍ରିରେ ମୁଁ ଓ ମୋʼ ସଙ୍ଗେ କେତେକ ଲୋକ ଉଠିଲୁ; ପୁଣି, ମୋର ପରମେଶ୍ଵର ଯିରୂଶାଲମ ନିମନ୍ତେ ଯାହା କରିବାକୁ ମୋର ମନରେ ପ୍ରବୃତ୍ତି ଦେଇଥିଲେ, ତାହା ମୁଁ କାହାକୁ ଜଣାଇଲି ନାହିଁ; ଆଉ ମୁଁ ଯେଉଁ ପଶୁ ଉପରେ ଚଢ଼ିଥିଲି, ତାହା ଛଡ଼ା ଅନ୍ୟ ପଶୁ ମୋʼ ସଙ୍ଗରେ ନ ଥିଲା ।
ନିହିମିୟା 2 : 13 (ORV)
ପୁଣି, ମୁଁ ରାତ୍ରିରେ ବାହାରି ଉପତ୍ୟକା-ଦ୍ଵାର ଦେଇ ନାଗକୂପ ଓ ଖତଦ୍ଵାର ପର୍ଯ୍ୟନ୍ତ ଗଲି ଓ ଯିରୂଶାଲମର ଭଗ୍ନପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ଵାରସବୁ ଦେଖିଲି ।
ନିହିମିୟା 2 : 14 (ORV)
ତହୁଁ ମୁଁ ନିର୍ଝରଦ୍ଵାର ଓ ରାଜପୁଷ୍କରିଣୀ ପର୍ଯ୍ୟନ୍ତ ଗଲି; ମାତ୍ର ସେଠାରେ ମୋର ବାହନ ପଶୁର ଯିବାର ସ୍ଥାନ ନ ଥିଲା ।
ନିହିମିୟା 2 : 15 (ORV)
ତେବେ ମୁଁ ରାତ୍ରିକାଳେ ନଦୀ ନିକଟ ଦେଇ ଊର୍ଦ୍ଧ୍ଵକୁ ଗମନ କରି ପ୍ରାଚୀର ଦେଖିଲି; ତହୁଁ ମୁଁ ବୁଲି ଉପତ୍ୟକା-ଦ୍ଵାର ଦେଇ ପ୍ରବେଶ କରି ଫେରି ଆସିଲି ।
ନିହିମିୟା 2 : 16 (ORV)
ମାତ୍ର ମୁଁ କେଉଁଆଡ଼େ ଗଲି ଓ କଅଣ କଲି, ଏହା ଅଧ୍ୟକ୍ଷମାନେ ଜାଣିଲେ ନାହିଁ; ଆଉ, ସେପର୍ଯ୍ୟନ୍ତ ମୁଁ ଯିହୁଦୀୟମାନଙ୍କୁ କି ଯାଜକମାନଙ୍କୁ କି କୁଳୀନମାନଙ୍କୁ କି ଅଧ୍ୟକ୍ଷମାନଙ୍କୁ କି ଅନ୍ୟ କର୍ମଚାରୀମାନଙ୍କୁ ତାହା ଜଣାଇ ନ ଥିଲି ।
ନିହିମିୟା 2 : 17 (ORV)
ଏଉତ୍ତାରେ ମୁଁ ସେମାନଙ୍କୁ କହିଲି, ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ ।
ନିହିମିୟା 2 : 18 (ORV)
ତହୁଁ ମୋʼ ପ୍ରତି ମୋର ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋʼ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି । ତହିଁରେ ସେମାନେ କହିଲେ, ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା । ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ ।
ନିହିମିୟା 2 : 19 (ORV)
ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?
ନିହିମିୟା 2 : 20 (ORV)
ତେବେ ମୁଁ ଉତ୍ତର କରି ସେମାନଙ୍କୁ କହିଲି, ଯେ ସ୍ଵର୍ଗସ୍ଥ ପରମେଶ୍ଵର, ସେ ଆମ୍ଭମାନଙ୍କ କାର୍ଯ୍ୟ ସିଦ୍ଧ କରିବେ; ଏଥିପାଇଁ ତାହାଙ୍କର ଦାସ ଆମ୍ଭେମାନେ ଉଠି ନିର୍ମାଣ କରିବୁ; ମାତ୍ର ଯିରୂଶାଲମରେ ତୁମ୍ଭମାନଙ୍କର କୌଣସି ଅଂଶ କି ଅଧିକାର କି ସ୍ମୃତିଚିହ୍ନ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: