ଗଣନା ପୁସ୍ତକ 12 : 1 (ORV)
ମୋଶା ଏକ କୂଶୀୟା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରୀୟମ ଓ ହାରୋଣ ସେହି କୂଶୀୟା ସ୍ତ୍ରୀ ସକାଶୁ ମୋଶାଙ୍କ ବିରୁଦ୍ଧରେ କଥା କହିଲେ ।
ଗଣନା ପୁସ୍ତକ 12 : 2 (ORV)
ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ? ।
ଗଣନା ପୁସ୍ତକ 12 : 3 (ORV)
ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ ।
ଗଣନା ପୁସ୍ତକ 12 : 4 (ORV)
ଅନନ୍ତର ସଦାପ୍ରଭୁ ଅକସ୍ମାତ୍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀ ୟମକୁ କହିଲେ, ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ଵୁ ନିକଟକୁ ଆସ ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
ଗଣନା ପୁସ୍ତକ 12 : 5 (ORV)
ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ଵୁ ଦ୍ଵାରରେ ଛିଡ଼ା ହୋଇ ହାରୋଣଙ୍କୁ ଓ ମରୀୟମକୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ ।
ଗଣନା ପୁସ୍ତକ 12 : 6 (ORV)
ତେବେ ସେ କହିଲେ, ଆମ୍ଭର ବାକ୍ୟ ଶୁଣ; ଯେବେ ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ଵାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ଵପ୍ନ ଦ୍ଵାରା ତାହା ସହିତ କଥା କହିବା ।
ଗଣନା ପୁସ୍ତକ 12 : 7 (ORV)
ଆମ୍ଭର ସେବକ ମୋଶା ତଦ୍ରୂପ ନୁହେଁ; ସେ ଆମ୍ଭର ସମସ୍ତ ଗୃହ ମଧ୍ୟରେ ବିଶ୍ଵାସପାତ୍ର ଅଟେ ।
ଗଣନା ପୁସ୍ତକ 12 : 8 (ORV)
ଆମ୍ଭେ ତାହା ସହିତ ଗୂଢ଼ ବାକ୍ୟରେ ନୁହେଁ, ମାତ୍ର ମୁଖାମୁଖୀ ହୋଇ ପ୍ରକାଶ୍ୟ ରୂପେ କଥା କହିବା ଓ ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରିବ; ଏହେତୁ ତୁମ୍ଭେମାନେ ଆମ୍ଭ ସେବକ ବିରୁଦ୍ଧରେ, ମୋଶା ବିରୁଦ୍ଧରେ କଥା କହିବାକୁ କାହିଁକି ଭୀତ ହେଲ ନାହିଁ?
ଗଣନା ପୁସ୍ତକ 12 : 9 (ORV)
ଏହିରୂପେ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା; ତହୁଁ ସେ ପ୍ରସ୍ଥାନ କଲେ ।
ଗଣନା ପୁସ୍ତକ 12 : 10 (ORV)
ପୁଣି ତମ୍ଵୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା; ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ଵେତ; ପୁଣି ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ ।
ଗଣନା ପୁସ୍ତକ 12 : 11 (ORV)
ତହିଁରେ ହାରୋଣ ମୋଶାଙ୍କୁ କହିଲେ, ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ ।
ଗଣନା ପୁସ୍ତକ 12 : 12 (ORV)
ମାତାର ଗର୍ଭରୁ ନିର୍ଗତ ହେଲା ବେଳେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ ।
ଗଣନା ପୁସ୍ତକ 12 : 13 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ହେ ପରମେଶ୍ଵର, ବିନୟ କରୁଅଛି, ତାହାକୁ ସୁସ୍ଥ କର ।
ଗଣନା ପୁସ୍ତକ 12 : 14 (ORV)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଯେବେ ତାହାର ପିତା ତାହାର ମୁଖରେ କେବଳ ଛେପ ପକାଇଥାʼନ୍ତା, ତେବେ ସେ କି ସାତ ଦିନ ଲଜ୍ଜିତା ହୁଅନ୍ତା ନାହିଁ? ସେ ସାତ ଦିନ ପର୍ଯ୍ୟନ୍ତ ଛାଉଣି ବାହାରେ ରୁଦ୍ଧା ହୋଇ ରହୁ; ତହିଁ ଉତ୍ତାରେ ସେ ଭିତରକୁ ଅଣାଯିବ ।
ଗଣନା ପୁସ୍ତକ 12 : 15 (ORV)
ତହୁଁ ମରୀୟମ ସାତ ଦିନ ଛାଉଣିର ବାହାରେ ରୁଦ୍ଧା ହେଲା, ଆଉ ମରୀୟମ ପୁନର୍ବାର ଭିତରକୁ ଅଣା ନ ଯିବାଯାଏ ଲୋକମାନେ ଯାତ୍ରା କଲେ ନାହିଁ।
ଗଣନା ପୁସ୍ତକ 12 : 16 (ORV)
ତହିଁ ଉତ୍ତାରେ ଲୋକମାନେ ହତ୍ସେରୋତଠାରୁ ଯାତ୍ରା କରି ପାରଣ ପର୍ବତରେ ଛାଉଣି ସ୍ଥାପନ କଲେ ।
❮
❯