ଗଣନା ପୁସ୍ତକ 25 : 1 (ORV)
ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ ।
ଗଣନା ପୁସ୍ତକ 25 : 2 (ORV)
ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ ।
ଗଣନା ପୁସ୍ତକ 25 : 3 (ORV)
ଆଉ ଇସ୍ରାଏଲ ଆପେ ବାଲପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ଵଳିତ ହେଲା ।
ଗଣନା ପୁସ୍ତକ 25 : 4 (ORV)
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଫେରିବ ।
ଗଣନା ପୁସ୍ତକ 25 : 5 (ORV)
ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, ତୁମ୍ଭେମାନେ ପ୍ରତ୍ୟେକେ ବାଲପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର ।
ଗଣନା ପୁସ୍ତକ 25 : 6 (ORV)
ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକି ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ଵୁ ନିକଟରେ ରୋଦନ କରୁଥିଲେ ।
ଗଣନା ପୁସ୍ତକ 25 : 7 (ORV)
ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
ଗଣନା ପୁସ୍ତକ 25 : 8 (ORV)
ପୁଣି ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ଵୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା । ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା ।
ଗଣନା ପୁସ୍ତକ 25 : 9 (ORV)
ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ ।
ଗଣନା ପୁସ୍ତକ 25 : 10 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 25 : 11 (ORV)
ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ଵାଳାରେ ଅନ୍ତର୍ଜ୍ଵାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ଵାଳାରେ ଇସ୍ରାଏଲ-ସନ୍ତାନଗଣକୁ ନିଃଶେଷ ରୂପେ ସଂହାର କଲୁ ନାହିଁ ।
ଗଣନା ପୁସ୍ତକ 25 : 12 (ORV)
ଏହେତୁ ତୁମ୍ଭେ କୁହ, ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;
ଗଣନା ପୁସ୍ତକ 25 : 13 (ORV)
ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣ ପ୍ରତି ଅନନ୍ତକାଳୀନ ଯାଜକତ୍ଵର ନିୟମ ହେବ; କାରଣ ସେ ଆପଣା ପରମେଶ୍ଵରଙ୍କ ପକ୍ଷରେ ଅନ୍ତର୍ଜ୍ଵାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପ୍ରାୟଶ୍ଚିତ୍ତ କଲା ।
ଗଣନା ପୁସ୍ତକ 25 : 14 (ORV)
ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର ।
ଗଣନା ପୁସ୍ତକ 25 : 15 (ORV)
ପୁଣି ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ବୀ, ସେ ସୂରର କନ୍ୟା; ସେହି ସୂର ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା ।
ଗଣନା ପୁସ୍ତକ 25 : 16 (ORV)
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
ଗଣନା ପୁସ୍ତକ 25 : 17 (ORV)
ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
ଗଣନା ପୁସ୍ତକ 25 : 18 (ORV)
କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ଵୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ ।

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: