ଗଣନା ପୁସ୍ତକ 36 : 1 (ORV)
ଅନନ୍ତର ଯୋଷେଫ-ସନ୍ତାନଗଣର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ-ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ଵରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
ଗଣନା ପୁସ୍ତକ 36 : 2 (ORV)
ଆଉ ସେମାନେ କହିଲେ, ସଦାପ୍ରଭୁ ଗୁଲିବାଣ୍ଟ ଦ୍ଵାରା ଇସ୍ରାଏଲ-ସନ୍ତାନଗଣକୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ ।
ଗଣନା ପୁସ୍ତକ 36 : 3 (ORV)
ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯେବେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ ।
ଗଣନା ପୁସ୍ତକ 36 : 4 (ORV)
ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ ।
ଗଣନା ପୁସ୍ତକ 36 : 5 (ORV)
ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆଜ୍ଞା ଦେଇ କହିଲେ, ଯୋଷେଫ-ସନ୍ତାନଗଣର ବଂଶ ଯଥାର୍ଥ କହୁଅଛନ୍ତି ।
ଗଣନା ପୁସ୍ତକ 36 : 6 (ORV)
ସଦାପ୍ରଭୁ ସଲଫାଦର କନ୍ୟାମାନଙ୍କ ବିଷୟରେ ଏହି ଆଜ୍ଞା ଦେଉଅଛନ୍ତି, ସେମାନେ ଯେଉଁମାନଙ୍କୁ ଅତି ଭଲ ବିଚାର କରନ୍ତି, ସେମାନଙ୍କୁ ବିବାହ ହେଉନ୍ତୁ; କିନ୍ତୁ କେବଳ ସେମାନେ ଆପଣା ପିତୃବଂଶୀୟ କୌଣସି ବଂଶ ମଧ୍ୟରେ ବିବାହ କରିବେ ।
ଗଣନା ପୁସ୍ତକ 36 : 7 (ORV)
ତାହା କଲେ ଇସ୍ରାଏଲ-ସନ୍ତାନଗଣର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
ଗଣନା ପୁସ୍ତକ 36 : 8 (ORV)
ପୁଣି ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଯେପରି ଆପଣା ଆପଣା ପୈତୃକ ଅଧିକାର ଭୋଗ କରିବେ, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର କୌଣସି ବଂଶ ମଧ୍ୟରେ ଯେଉଁ କନ୍ୟାର ଅଧିକାର ଥାଏ, ସେ ଆପଣା ପିତୃବଂଶୀୟ ପରିବାର ମଧ୍ୟରେ ଜଣକର ଭାର୍ଯ୍ୟା ହେବ ।
ଗଣନା ପୁସ୍ତକ 36 : 9 (ORV)
ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ ।
ଗଣନା ପୁସ୍ତକ 36 : 10 (ORV)
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ ।
ଗଣନା ପୁସ୍ତକ 36 : 11 (ORV)
ଅର୍ଥାତ୍, ମହଲା ଓ ତିର୍ସା ଓ ହଗ୍ଲା ଓ ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ ।
ଗଣନା ପୁସ୍ତକ 36 : 12 (ORV)
ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା ।
ଗଣନା ପୁସ୍ତକ 36 : 13 (ORV)
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ ।

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: